ପୂର୍ବ ସରକାରଙ୍କୁ ସିଧା ସିଧା ଏମିତି ଶୁଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ୨୪ ବର୍ଷ ଶାସନ ଭିତରେ…

ଆସିକା,୨୩ା୬(ସୁରେନ୍ଦ୍ର ନାଥ ସାହୁ): ଭାଜପା ସରକାର ଶାସନର ଏକ ବର୍ଷ ପୂର୍ତ୍ତି ଉତ୍ସବ ଅବସରରେ ସୋମବାର ଗଞ୍ଜାମ ଜିଲା ଆସିକା ବିଜ୍ଞାନ ମହାବିଦ୍ୟାଳୟ ପଡ଼ିଆରେ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ‘ଯୁବଶକ୍ତି ସମାବେଶ’ ଅନୁଷ୍ଠିତ ହୋଇଥିଲା। ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଯୁବ ସମାବେଶରେ ଛାତ୍ରୀଛାତ୍ରଙ୍କୁ ଦିଗ୍‌ଦର୍ଶନ ଦେଇଥିଲେ। ଗଞ୍ଜାମ ମାଟି ପାଇଁ ଆଜି ପବିତ୍ରର ଦିନ। ଗଞ୍ଜାମର ଯୁବଶକ୍ତି ସବୁଠୁ ଆଗରେ। କଳା, ସାହିତ୍ୟ, ସଂସ୍କୃତି ପାଇଁ ଗଞ୍ଜାମର ସ୍ବତନ୍ତ୍ର ପରିଚୟ ରହିଛି। ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ଗଞ୍ଜାମର ପ୍ରମୁଖ ଭୂମିକା ଥିଲା। କବି ସମ୍ରାଟ ଉପେନ୍ଦ୍ରଙ୍କ ସ୍ମରଣ ବିନା ଜିଲାରେ କୌଣସି କାର୍ଯ୍ୟ ସଫଳ ହୁଏ ନାହିଁ। ଟ୍ରିପଲ ଇଞ୍ଜିନ ସରକାର ଗଞ୍ଜାମରେ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜଗନ୍ନାଥଙ୍କ ପ୍ରତି ଭଲ ପାଇବା ଥିବା ଯୋଗୁ ସେ ଆମେରିକା ନ ଯାଇ ଓଡ଼ିଶା ଆସିଥିଲେ। ବିଗତ ସରକାର ପ୍ରାଥମିକ ଶିକ୍ଷାକୁ ଅବହେଳା କରୁଥିଲେ। କିନ୍ତୁ ଆମ ସରକାର ଆସିବା ପରେ ଶିକ୍ଷାର ଉନ୍ନତି ପ୍ରତି ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରାଜ୍ୟରେ ନୂତନ ଶିକ୍ଷାନୀତି ଲାଗୁ ହୋଇଛି। ଓଡ଼ିଶାର ଯୁବପିଢ଼ି ବିଶ୍ୱରେ କିଭଳି ନିଜର ଦକ୍ଷତା ପ୍ରଦର୍ଶନ କରିବେ ସେଥିପାଇଁ ପଦକ୍ଷେପ ନିଆଯାଇଛି। ରାଜ୍ୟରେ ୩୧୪ଟି ନୂତନ ଷ୍ଟାଡିୟମ ନିର୍ମାଣ ହେବ। ଏଥିପାଇଁ ୪୧୨୪ କୋଟି ଟଙ୍କା ଖର୍ଚ୍ଚ ହେବ। ନୂତନ ସରକାରୀ ନିଯୁକ୍ତି ପ୍ରତି ଗୁରୁତ୍ୱ ଦିଆଯାଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କିଛି ପୂର୍ବତନ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ସିଧା ଟାର୍ଗେଟ କରିଥିଲେ। ଜଣେ ମୁଖ୍ୟମନ୍ତ୍ରୀଙ୍କୁ ଗଞ୍ଜାମ ଜିଲାବାସୀ ବିଶ୍ୱାସ ୨୪ ବର୍ଷ ଶାସନ କ୍ଷମତାରେ ବସାଇଲେ। ଜିଲା ଓ ରାଜ୍ୟବାସୀଙ୍କୁ କିଛି ଲାଭ ମିଳିଲା ନାହିଁ। ବରଂ କିଛି ଦକ୍ଷିଣ ଭାରତୀୟ ଆସି ସବୁ ଲୁଟିନେଲେ। ଗଞ୍ଜାମର ଯୁବଶକ୍ତି ସବୁଠୁ ଆଗରେ। ଗଞ୍ଜାମ ଜିଲାର ବିକାଶ ପାଇଁ ଆମ ସରକାର ସର୍ବାଧିକ ଗୁରୁତ୍ ଦେଉଛନ୍ତି। ଆଜି ୫୫୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି। ଆଗାମୀ ଦିନରେ ତାହାର ସୁଫଳ ଜିଲାବାସୀ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ସଭାରେ କହିଥିଲେ। ମୁଖ୍ୟମନ୍ତ୍ରୀ ଆଜି ହେଲିକପ୍ଟରରେ ଆସିବାର ଥିଲା। କିନ୍ତୁ ପାଗ ଖରାପ ଯୋଗୁ କାର୍‌ ଯୋଗେ ଆସି ସଭାରେ ସାଢ଼େ ୧୧ଟାରେ ପହଞ୍ଚିଥିଲେ। ଏହାପୂର୍ବରୁ ଛାତ୍ରୀଛାତ୍ରଙ୍କ ମନୋରଞ୍ଜନ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ପାରମ୍ପରିକ ନୃତ୍ୟ ଦଳ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।
ଜିଲାର ବିଭିନ୍ନ କଲେଜରୁ ହଜାର ହଜାର ଛାତ୍ରୀଛାତ୍ର ସମାବେଶରେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଏବଂ ଉଚ୍ଚଶିକ୍ଷା ତଥା ଯୁବସେବା ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବାଣିଜ୍ୟ, ପରିବହନ, ଇସ୍ପାତ ଓ ଖଣି ବିଭାଗୀୟ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ ପଶୁସମ୍ପଦ ବିକାଶ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ, ଆସିକା ଏମ୍‌ପି ଅନିତା ଶୁଭଦର୍ଶନୀ ପଟ୍ଟନାୟକ, କନ୍ଧମାଳ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ, ବ୍ରହ୍ମପୁର ଏମ୍‌ପି ଡ. ପ୍ରଦୀପ ପାଣିଗ୍ରାହୀ, ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ବ୍ରହ୍ମପୁର ବିଧାୟକ କେ. ଅନିଲ କୁମାର, ଆସିକା ବିଧାୟକ ସରୋଜ ପାଢ଼ୀ, ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ପ୍ରମୁଖ ଯୋଗ ଦେଇଥିଲେ। ସଭାସ୍ଥଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା। ସଭାସ୍ଥଳରେ ଜିଲାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଆସିକା ମା’ ଖମ୍ବେଶ୍ୱରୀ ମନ୍ଦିର ଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri