ମୟୂରଭଞ୍ଜରେ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ବାରିପଦା ଅଫିସ,୨୨।୧୦: ମୟୂରଭଞ୍ଜରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନ କରିଛନ୍ତି। ସହିଦ ସ୍ମୃତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବଣ୍ଟନ କରିଛନ୍ତି। ଏଥିସହ ୨ ହଜାର କୋଟିର ପ୍ରକଳ୍ପ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାଦ୍ୱାରା ମୟୂରଭଞ୍ଜ ଜିଲାର ୨୧ ଲକ୍ଷ ୪୦ ହଜାର ଲୋକ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସେପ୍ଟେମ୍ବର ପହିଲାରୁ ଏହି କାର୍ଡ ଲାଗୁ ହୋଇଥିଲା। ରାଜ୍ୟର ୯୬ ଲକ୍ଷ ପରିବାରକୁ ଏହି କାର୍ଡ ଦିଆଯିବ। ସୋଢେ ୩ କୋଟି ଲୋକ ଉପକୃତ ହେବେ ବୋଲି ସେ କହିଛନ୍ତି।  ଏ ପର୍ଯ୍ୟନ୍ତ ୧୦ ଲକ୍ଷ ପରିବାର ସ୍ମାର୍ଟ ହେଲଥ୍‌ କାର୍ଡ ପାଇସାରିଲେଣି। ଏଭଳି ବ୍ୟବସ୍ଥାରେ ହସ୍ପିଟାଲରେ କୌଣସି ଡକ୍ୟୁମେଣ୍ଟ ନ ଦେଖାଇ କେବଳ ଏହି ସ୍ମାର୍ଟ ହେଲଥ୍‌ କାର୍ଡ ଦେଖାଇ ହସ୍ପିଟାଲ ଯାଇହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଦେଶରୁ ୨୦୦ରୁ ଅଧିକ ବଡ ବଡ ହସ୍ପିଟାଲ୍‌ରେ ଏହି କାର୍ଡ ଜରିଆରେ ସୁବିଧା ପାଇପାରିବେ।ଏଥିରେ ପରିବାର ପାଇଁ ୫ ଲକ୍ଷ ଏବଂ ମା’ମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଷିଡ଼ାରେ ଧୂମ୍‌ଧାମ୍‌ରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ସମଗ୍ର ବିଦ୍ୟାଳୟରେ ଆଧ୍ୟାତ୍ମିକ ପରିବେଶ

ରିଷିଡ଼ା,୪ା୯(ସୁଶାନ୍ତ ମଲ୍ଲିକ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ମାତୃରାମ ସୋହନ ଲାଲ ବିହାର ରିଷିଡ଼ା ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବକୁ…

ଖୁଆଡ଼ରୁ ଖସି ବାହାରକୁ ଆସିଲା ହୁଲକ୍ ଗିବନ୍

ଭୁବନେଶ୍ୱର, ୪।୯ : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖୁଆଡ଼ରୁ ଖସି ଏକ ହୁଲକ୍ ଗିବନ୍ ବାହାରକୁ ଆସିଯିବା ଘଟଣାକୁ ନେଇ କିଛି ସମୟ ପାଇଁ ଚର୍ଚ୍ଚା ସୃଷ୍ଟି…

ଗାଡ଼ି ଚାଳକ ସାବଧାନ: ଏହି ଭୁଲ କଲେ ତୁରନ୍ତ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ! ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୯: ଭାରତରେ ଖୁବଶୀଘ୍ର ଡ୍ରାଇଭିଂ ଲାଇସେନ୍ସ (DL) ଏବଂ ଭେହିକଲ ରେଜିଷ୍ଟ୍ରେଶନ ସାର୍ଟିଫିକେଟ (RC)କୁ ନେଇ ନିୟମ ବଦଳିପାରେ। ଡ୍ରାଇଭିଂ ଲାଇସେନ୍ସ ଓ RC ପାଇଁ ଏକ…

୧୦ ଏକର ଜମିରେ ଗଞ୍ଜେଇ ଚାଷ :  ୧୨ ହଜାର ଗଛ ନଷ୍ଟ; ୩ ଗିରଫ

କୋରାପୁଟ, ୪/୯ (ଅମିତାଭ ବେହେରା): କୋରାପୁଟ ଜିଲାରେ ଅବୈଧ ନିଶାଦ୍ରବ୍ୟ ଚାଷ ବିରୋଧରେ ପୋଲିସର ଅଭିଯାନ ଜୋରଦାର ଚାଲିଛି। ସୂଚନା ଆଧାରରେ ପାଡ଼ୱା ଥାନା ପୋଲିସ ଡିସାରିଗୁଡ଼ା…

ଭଡ଼ା ଘରେ ଚାଲିଥିଲା ଗଞ୍ଜେଇ କାରବାର, ମାଡ଼ି ବସିଲା ପୁରୀ ପୋଲିସ

ପୁରୀ,୪।୯(ଅଜିତ୍‌ କୁମାର ମହାନ୍ତି ): ପୁରୀ ପୋଲିସକୁ ଏକ ବଡ଼ ଧରଣର ସଫଳତା ମିଳିଛି । ପୋଲିସ ଚଢାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା…

ରାତିଅଧରେ ଫାର୍ମ ହାଉସକୁ ଡାକିନେଇ ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ମରିଗଲା ଭାବି…

ଦିଗପହଣ୍ଡି,୪|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟିର ପ୍ରମୁଖ ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ସିଏମ୍‌ କିଷାନ ମେଳାରେ ଚାଷୀଙ୍କ ବିକ୍ଷୋଭ: ଅତିଥି ଭାଷଣ ଦେବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକରେ ଶୁକ୍ରବାର ଅନୁଷ୍ଠିତ ସିଏମ୍‌ କିଷାନ ମେଳାରେ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ, ଜିଲା ମୁଖ୍ୟ କୃଷି…

ଯୁବକଙ୍କୁ ମାରି କାଜୁଗଛରେ ଝୁଲାଇଦେଲେ, ଭୁବନେଶ୍ୱରରୁ ଗାଁକୁ ଫେରିବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଖତିଆ ଗୋପୀନାଥପୁର ରାସ୍ତାର ଏକ କାଜୁଗଛରେ ଜଣେ ଯୁବକଙ୍କୁ ହତ୍ୟା କରି ଝୁଲାଇ ଦିଆଯାଇଥିବା ଦେଖିବାକୁ ମିଳିଛି। ହତ୍ୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri