ବେବି କେୟାର ଅଗ୍ନିକାଣ୍ଡ ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୫: ଦିଲ୍ଲୀର ବିବେକ ବିହାର ଅଞ୍ଚଳର ଏକ ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟି ୭ ଶିଶୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆରେ ଶୋକ ପ୍ରକାଶ କରି କହିଛନ୍ତି, ଅଗ୍ନିକାଣ୍ଡରେ ନବଜାତ ଶିଶୁଙ୍କ ଜୀବନ ଯାଇଥିବାରୁ ମୁଁ ଗଭୀର ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଏବଂ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି।

ସୂଚନାନୁଯାୟୀ, ଶନିବାର ରାତି ସାଢ଼େ ୧୧ଟାରେ ବିବେକ ବିହାରରେ ଥିବା ଏକ ଶିଶୁ ଡାକ୍ତରଖାନାରେ ଅଗ୍ନିକାଣ୍ଡ ଘଟିଥିବା ନେଇ ପିସିଆର୍‌କୁ ଫୋନ୍‌ କଲ ଆସିଥିଲା। ଏହାପରେ ତୁରନ୍ତ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ଓ ଉଦ୍ଧାରକାରୀ ଟିମ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲା। ଏଥିରେ ୧୨ ଜଣ ଶିଶୁଙ୍କୁ ଉଦ୍ଧାର କରାଯାଇଥିଲା। ତେବେ ସେମାନଙ୍କ ମଧ୍ୟରୁ ଚିକିତ୍ସାଧୀନ ଅବସ୍ଥାରେ ୭ ନବଜାତକଙ୍କ ମୃତ୍ୟୁ ଘଟିଛି। ଏହାଛଡ଼ା ଜଣଙ୍କୁ ଭେଣ୍ଟିଲେଟର୍‌ରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟ ୪ ନବଜାତ ଶିଶୁଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଇଷ୍ଟ ଦିଲ୍ଲୀ ଆଡଭାନ୍ସଡ କେୟାର ହସ୍ପିଟାଲର ଏନ୍‌ଆଇସିୟୁରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri