ପ୍ରଧାନମନ୍ତ୍ରୀଙ୍କ ମା’ଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ଦେହାନ୍ତ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।
ନବୀନ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ତାଙ୍କର ଗଭୀର ସମବେଦନା ଜଣାଇଛନ୍ତି।

ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ମା’ ହୀରାବେନଙ୍କ ଦେହାନ୍ତ ବିଷୟରେ ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ମୋର ଚିନ୍ତାଧାରା ଏବଂ ପ୍ରାର୍ଥନା ଏହି ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟ ଏବଂ ସାଙ୍ଗମାନଙ୍କ ସହିତ ଅଛି।

ଏପରିକି ଅନ୍ତିମସତ୍କାରରେ ଯୋଗଦେବାକୁ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି।