ନିର୍ବାଚନ ପ୍ରତିଶ୍ରୁତି ପାଳନ ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ଜଳସମ୍ପଦ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ସହ ଚଳିତ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମ୍ପର୍କୀୟ ସମୀକ୍ଷା ବୈଠକ କରିଛନ୍ତି।
ଏହି ସମୀକ୍ଷା ବୈଠକରେ ବିଭାଗୀୟ ଅଧିକାରୀମାନଙ୍କୁ ସମସ୍ତ ଦୁର୍ବଳ ନଦୀବନ୍ଧଗୁଡ଼ିକର ତୁରନ୍ତ ସୁଦୃଢ଼ୀକରଣ କରାଇବା ସହ ବନ୍ୟା ସମୟରେ ସଜାଗ ରହି ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏତଦ୍‌ ବ୍ୟତୀତ ମୁଖ୍ୟମନ୍ତ୍ରୀ ଜଳସମ୍ପଦ ବିଭାଗର ବିଭିନ୍ନ ଯୋଜନା ଅଧୀନରେ ଚାଲୁ ରହିଥିବା କାର୍ଯ୍ୟ ସମ୍ପର୍କରେ ସବିଶେଷ ସମୀକ୍ଷା କରି ଧାର୍ଯ୍ୟ ସମୟ ଅବଧି ମଧ୍ୟରେ ପ୍ରକଳ୍ପଗୁଡିକୁ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ନିର୍ବାଚନ ଇସ୍ତାହାରରେ ଦିଆଯାଇଥିବା ୪ଟି ମୁଖ୍ୟ ପ୍ରତିଶ୍ରୁତି ହେଲା

– ଉତ୍ତମ ବନ୍ୟା ନିୟନ୍ତ୍ରଣ ଓ ପରିଚାଳନା ପାଇଁ ନୀତି ନିର୍ଦ୍ଧାରଣ।
– ମହାନଦୀ ରେଜୁଭେନେସନ୍‌ ଓ ରୁଲ୍‌ କର୍ଭର ସମୀକ୍ଷା
-ଜଳ ସଂରକ୍ଷଣ ନୀତି ପ୍ରସ୍ତୁତ କରିବା
– ଅନ୍ତଃ ନଦୀ ଜଳପଥର ଉନ୍ନତିକରଣ ଓ ସମୟାନୁକ୍ରମିକ ଜଳଭଣ୍ଡାରରୁ ପଟୁ ଉଦ୍ଧାର ଓ ଖନନ ଆଦି କାର୍ଯ୍ୟ ପାଇଁ ବୈଷୟିକ କମିଟି ଗଠନ କରାଯାଇ ୧୦୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ଉକ୍ତ ବୈଠକରେ ଉନ୍ନୟନ କମିଶନର ତଥା ଜଳସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ତଥା ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri