ଆନନ୍ଦପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏସବୁ ପ୍ରତିଶ୍ରୁତି, କହିଲେ ବିଜେଡି ଆସିଲେ…

ହାଟଡିହୀ,୧୯ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଛେନାପଦୀଠାରେ ନିର୍ବାଚନୀ ପ୍ରଚାର ଏବଂ ବୈଠକରେ ଯୋଗ ଦେଇ ବିଜେଡିକୁ ଆଶୀର୍ବାଦ କରିବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମଧ୍ୟାହ୍ନ ୧୨ଟା ୫୫ରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟରରେ ଆସି ଏଠାରେ ଓହ୍ଲାଇଥିଲେ। ତାଙ୍କ ସହ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଆସିଥିଲେ। ଘସିପୁରା ବିଧାନସଭା କ୍ଷେତ୍ରର ବିଜେଡି ବିଧାୟକ ପ୍ରାର୍ଥୀ ତଥା ପୂର୍ବତନ ବିଧାୟକ ବଦ୍ରିନାରାୟଣ ପାତ୍ର, କେନ୍ଦୁଝର ଲୋକ ସଭା ଏମ୍‌ପି ଧନୁର୍ଜୟ ସିଦ୍ଧୁ ଏବଂ ଆନନ୍ଦପୁର ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ। ଆଦିବାସୀ ସମ୍ପ୍ରଦାୟର ମହିଳାମାନେ ପାରମ୍ପାରିକ ନୃତ୍ୟ ପରିବେଷଣ କରି ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। ପ୍ରଚଣ୍ଡ ଖରା ସତ୍ତ୍ୱେ ୫୦ ହଜାରରୁ ଊର୍ଦ୍ଧ୍ୱ ମହିଳା ଏବଂ ପୁରୁଷଙ୍କ ସମାଗମ ହୋଇଥିଲା। ପୂର୍ବତନ ବିଧାୟକ ମାୟାଧର ଜେନା ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ବିଜେଡି ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ବାବଦରେ ମତ ରଖିବା ସହ ଦୁଇଥର ଶଙ୍ଖଚିହ୍ନରେ ଭୋଟ୍‌ ଦେଇ ବିଜେଡିକୁ ବିଜୟୀ କରିବାକୁ ଆଶୀର୍ବାଦ ମାଗିଥିଲେ।

ଘସିପୁରା ବିଧାୟକ ପ୍ରାର୍ଥୀ ବଦ୍ରିନାରାୟଣ ପାତ୍ର କହିଥିଲେ, ଆନନ୍ଦପୁର ମାଟିରୁ କଂଗ୍ରେସ ଏବଂ ଭାଜପା ମୂଳପୋଛ ହେବା ଆଜିର ବୈଠକରେ ଜନ ସମୁଦ୍ର ତା’ର ପ୍ରମାଣ ଅଟେ। ବିରୋଧୀ ଆମଦାନୀ ନେତାଙ୍କ ଜରିଆରେ ପ୍ରଚାର କରୁଥିବା ବେଳେ ବିଜେଡି ଏଥର ୪୦ ହଜାରରୁ ଊର୍ଦ୍ଧ୍ୱ ଭୋଟରେ ବିଜୟୀ ହେବେ ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀ ମନ୍ତ୍ରୀ ଭଉଣୀ, ଭାଇଙ୍କୁ ନମସ୍କାର ଏବଂ ଜୁହାର କହି ସମ୍ବୋଧନ କରିବା ସହ ଖରାରେ ଆସିଥିବାରୁ ଧନ୍ୟବାଦ ଦେଇଥିଲେ। ମମତା ଯୋଜନା, ଲକ୍ଷ୍ମୀ ବସ୍‌, ବିଏସ୍‌କେଓ୍ବାଇ କାର୍ଡ, କାଳିଆ ଯୋଜନା ପରି ବିଭିନ୍ନ ଉନ୍ନତିମୂଳକ ଯୋଜନା ଭଲକି କହି ଉପସ୍ଥିତ ଜନତା ପ୍ରଶ୍ନ କରିଥିଲେ। ଆସନ୍ତା ଜୁଲାଇରୁ ବିଦ୍ୟୁତ୍‌ ବିଲ୍‌ ଛାଡ଼ ହେବ ଏବଂ ଆପଣମାନେ ଖୁସି ତ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବିରୋଧୀ ଦଳ ମିଛ କହୁଛନ୍ତି ଏବଂ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ଆପଣମାନେ ଶଙ୍ଖଚିହ୍ନରେ ଭୋଟ୍‌ ଦେଇ ଜୟଯୁକ୍ତ କରାନ୍ତୁ ବୋଲି ନବୀନ ଆହ୍ବାନ ଦେଇଥିଲେ।

ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ କହିଥିଲେ, ଜନ ସମୁଦ୍ର ଦେଖି ବିରୋଧୀ ଦଳ ନେତାଙ୍କ ନିଦ ଭାଙ୍ଗିଗଲା। ସମସ୍ତେ ଶଙ୍ଖଚିହ୍ନରେ ଦୁଇ ଥର ଭୋଟ୍‌ ଦେଇ ବିଜୟୀ କରାଇବେ ବୋଲି କହିଥିଲେ। ଆମ ମୁଖ୍ୟମନ୍ତ୍ରୀ ଆସନ୍ତା ୯ ତାରିଖରେ ପୁଣି ମୁଖ୍ୟମନ୍ତ୍ରୀ ଭାବେ ଦସ୍ତଖତ କରିବେ। ବିରୋଧୀ ଦଳ ନେତାମାନେ ଭାଙ୍ଗି ପଡ଼ିବା ସହ ମାଗଣା ବିଜୁଳି ବିରୋଧୀଙ୍କୁ ପୂରା ଶକ୍‌ ମାରୁଛି। ଦିନରେ ବିରୋଧୀ ଲୋକଙ୍କୁ ଲଣ୍ଠନ ଦେଖାଉଛନ୍ତି ବୋଲି ପାଣ୍ଡିଆନ କହିଥିଲେ। ଦେବପ୍ରିୟ ପାତ୍ର,ଜିଲା ପରିଷଦ ଅଧ୍ୟକ୍ଷା ସାଗରିକା ସାହୁ,ଅମରେନ୍ଦ୍ର ଧଳ,ପୂର୍ବତନ ବିଧାୟକ ମାୟାଧର ଜେନା,ସାବିତ୍ରୀ ସେଠୀ,ମୁନା ସାମଲ, ଜିତେନ୍ଦ୍ର ସାମଲ,ରବୀନ୍ଦ୍ର ନାୟକ, ବୈଦ୍ୟନାଥ ସାମଲ, ବିମ୍ବାଧର ବିଶ୍ୱାଳ, ସୁକାନ୍ତି ଜେନା, ସୋମନାଥ ଦାସ, ଧବଳେଶ୍ୱର ପଟ୍ଟନାୟକ, ବାପି ରାମ, ସୁରେନ୍ଦ୍ର ଜେନା, କୌଶଲ୍ୟା ସେଠୀ, ବୀରେନ୍ଦ୍ର ବିଶ୍ୱାଳ, ରଙ୍ଗାଧର ମଲ୍ଲିକ, ବିକ୍ରମ ବିଶ୍ୱାଳ, ଚିନୁ ପେଡା ପ୍ରମୁଖଙ୍କ ସମେତ ବହୁ ସଂଖ୍ୟାରେ ଯୁବ ଗୋଷ୍ଠୀ, ବରିଷ୍ଠ କର୍ମୀ ଉପସ୍ଥିତ ଥିଲେ। ଆଇନଶୃଙ୍ଖଳା ପରିସ୍ଥିତିକୁ ଆଖି ଆଗରେ ରଖି ଆନନ୍ଦପୁର ଡିଏସ୍‌ପି ପ୍ରଶାନ୍ତ ବେହେରା, ନନ୍ଦୀପଦା ଆଇଆଇସି ରବୀନ୍ଦ୍ର ପାତ୍ର, ସୋସୋ ଆଇଆଇସି ବିଜୟ ବିହାରୀ, ଆନନ୍ଦପୁର, ଘସିପୁରା, ରାମଚନ୍ଦ୍ରପୁର ଥାନା ଆଇଆଇସି, ହାଟଡିହୀ ବିଡିଓ ସୌମ୍ୟଶ୍ରୀ ପାଣିଗ୍ରାହୀ, ପୂର୍ତ୍ତବିଭାଗ, ସ୍ବାସ୍ଥ୍ୟ ବିଭାଗ, ଅଗ୍ନିଶମ ବିଭାଗ ପରି ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ସୌମ୍ୟଜିତ୍‌ ଏବଂ ଜେସିକାଙ୍କ ଦ୍ୱାରା ମନୋରଞ୍ଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ଯୋଡ଼ିଶଙ୍ଖରେ ଭୋଟ୍‌ ଦେବାକୁ କହିଥିଲେ। ଅଭିନେତା ଦେବାଶିଷ ପାତ୍ର ଏବଂ ଅଭିନେତ୍ରୀ ପୁନମ ମିଶ୍ରଙ୍କ ଦ୍ୱାରା ପ୍ରଚାର କରାଯାଇ ଯୋଡ଼ି ଶଙ୍ଖକୁ ବହୁ ସଂଖ୍ୟାରେ ଭୋଟ୍‌ ଦେଇ ବିଜୟୀ କରିବାକୁ ଆହ୍ବାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?