ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷଜମି ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ, ଚାଷୀଙ୍କୁ ଦେଲେ ବଡ଼ ପ୍ରତିଶ୍ରୁତି

ଗୋପାଳପୁର,୨୯ା୧୨(ନବୀନ ରାଜ ଆଚାରୀ): ଖରିଫ ଧାନଫସଲ ଅମଳ ସମୟରେ ଅଦିନିଆ ବର୍ଷାମାଡ଼ରେ ଧାନଫସଲ ନଷ୍ଟ ହୋଇଛି। ରବିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଧାରିତ ସମୟ ଠାରୁ ୨ଘଣ୍ଟା ୨୦ମିନିଟ୍‌ ବିଳମ୍ବରେ ଗଜପତି ଜିଲା ଗସ୍ତ ସାରି ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅଧିନସ୍ଥ ବ୍ରହ୍ମପୁର ଉପକଣ୍ଠ ଗଞ୍ଜୁ ରାସ୍ତାରେ ଥିବା ଚାଷଜମି ଗସ୍ତ କରି କ୍ଷୟକ୍ଷତି ଦେଖିଥିଲେ। ମୁଖ୍ୟମନ୍ତ୍ରୀ ଗ୍ରାଉଣ୍ଡ ଜିରୋରେ ପହଞ୍ଚତ୍ ସମୀକ୍ଷା କରି ଚାଷୀଙ୍କ ସହ ଆଲୋଚନା କରିଥିଲେ। ରଙ୍ଗେଈଲୁଣ୍ଡା ଏୟାର ଷ୍ଟ୍ରିପରେ ହେଲିକପ୍ଟରରୁ ଓହ୍ଲାଇ ବାଇ ରୋଡ୍‌ରେ ଗଞ୍ଜୁ ରାସ୍ତାରେ ଥିବା ଆଙ୍କୁଲିର ବିଜୟ ନାହାକ, ସୁଧାର ନାହାକ ଓ ସୁଶାନ୍ତ ପ୍ରଧାନଙ୍କ କ୍ଷତିଗ୍ରସ୍ତ ଚାଷଜମି ବୁଲିବାବେଳେ ଚାଷୀମାନେ ଗଜା ହୋଇଥିବା ଧାନ ମୁଖ୍ୟମନ୍ତ୍ରୀଙ୍କୁ ଦେଖାଇଥିଲେ। ଉଭୟ ଚାଷୀଙ୍କୁ ଇନ୍ସ୍ୟୁରାନ୍ସ କ୍ଲେମ୍‌ କରିବାକୁ କହିବା ସହ ଏହାର କ୍ଷତିପୂରଣ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏହି ସମୟରେ ଚାଷୀମାନେ ଏଫ୍‌ଏକ୍ୟୁ ମାନକୁ କୋହଳ କରିବା ପାଇଁ ଅନୁରୋଧ କରିଥିଲେ। ପୂର୍ବରୁ ଧାନ କ୍ଷୟକ୍ଷତି ସମୟରେ କୌଣସି ମୁଖ୍ୟମନ୍ତ୍ରୀ ଆମ ନିକଟକୁ ଆସି ନ ଥିବା ଚାଷୀ ସୁଧାର ନାହାକ ଗଣମାଧ୍ୟମକୁ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ରାଜ୍ୟ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ରାଜ୍ୟ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଉପସ୍ଥିତ ଥିଲେ। ସେଠାରୁ ବାହାରି ମୁଖ୍ୟମନ୍ତ୍ରୀ ଛତ୍ରପୁର ଅଭିମୁଖେ ଗସ୍ତ କରିଥିଲେ।
ଏହି ଅବସରରେ ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନସାମନ୍ତରା, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ, ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଦକ୍ଷିଣାଞ୍ଚଳ ଡିଆଇଜି ଡା. ସାର୍ଥକ ଷଡ଼ଙ୍ଗୀ, ବ୍ରହ୍ମପୁର ଡା. ସର୍ବଣା ବିବେକ ଏମ୍‌, ବ୍ରହ୍ମପୁର ଉପଜିଲାପାଳ ଦିନ ଦସ୍ତାଗିର, ରାଜସ୍ବ, କୃଷି, ଉଦ୍ୟାନ ପ୍ରଭୃତି ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri