Posted inଜାତୀୟ

ଓ୍ବାୟନାଡ ଭୂସ୍ଖଳନକୁ ନେଇ ଭୟଙ୍କର ସୂଚନା ଦେଲେ ମୁଖ୍ୟମନ୍ତ୍ରୀ, ନଦୀରୁ ମିଳୁଛି ମୃତ ଶରୀରର ଖଣ୍ଡ ଖଣ୍ଡ ଅଂଶ

ଓ୍ବାୟନାଡ,୩୦।୭: ଓ୍ବାୟନାଡର ଭୟଙ୍କର ଭୂସ୍ଖଳନରେ ୧୦୦ଟପିଛି ମୃତ୍ୟସଂଖ୍ୟା। ପ୍ରକୃତିର ତାଣ୍ଡବରେ ଧରାଶାୟୀ ହୋଇଛି ଓ୍ବାୟନାଡି। ଗତକାଲି ଠାରୁ ଜାରି ରହିଥିବା ଲଗାଣ ବର୍ଷାରେ ଓ୍ବାୟନାଡର ଅନେକ ଗାଁ ଜନବସତିରୁ ବିଚ୍ଛିନ୍ନ ହୋଇଛି। ଓ୍ବାୟନାଡର ମେପ୍ପାଡି ଅଞ୍ଚଳ ଏହି ପ୍ରକୃତିର ତାଣ୍ଡବରୁ ବର୍ତ୍ତି ପାରିନାହିଁ। ଆଞ୍ଚଳିକ ମିଡିଆ ରିପୋର୍ଟରୁ ଜଣାପଡିଛି ଯେ, ଭୂସ୍ଖଳନବେଳେ ବହୁତଗୁଡିଏ ଲୋକ ଯେଉଁମାନେ ଟେଣ୍ଟ ପକାଇ ଚା’ ଷ୍ଟଲ କିମ୍ବା ଛୋଟ ଛୋଟ ଦୋକାନ କରୁଥିଲେ ବିଶେଷ କରି ସେମାନେ ମାଟିତଳେ ଚାପି ହୋଇଯାଇଛନ୍ତି।

ଏହାକୁ ନେଇ କେରଳ ମୁଖ୍ୟମନ୍ତ୍ରୀ ପିନାରା ବିଜୟନ କହିଛନ୍ତି, ଓ୍ବାୟନାଡର ପୂରା ଅଞ୍ଚଳ ଭୟାନକ ଦୂର୍ବିପାକର ସମ୍ମୁଖୀନ ହୋଇଛି। ଏପର୍ଯ୍ୟନ୍ତ ୯୩ ମୃତଦେହ ଉଦ୍ଧାର ହୋଇ ପାରିଛି। ଏବଂ ୧୨୮ଜଣ ଗୁରୁତର ଆହତ ବ୍ୟକ୍ତିଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରା ରହିଛି। ୯୩ ମୃତଦେହ ମିଳିଥିବାବେଳେ ଏହି ସଂଖ୍ୟା ଆଗକୁ ବଢିପାରେ ବୋଲି ସେ କହିଛନ୍ତି।

କହିରଖୁଛୁ କି, ଏହି ଭୂସ୍ଖଳନରେ କେତେଜଣ ଲୋକ ନିଖୋଜ ଅଛନ୍ତି ଆଉ କେତେଜଣ ମାଟି ତଳେ ଫସି ରହିଛନ୍ତି ଏନେଇ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ କୌଣସି ସ୍ଫଷ୍ଟ ସୂଚନା ମିଳିପାରି ନାହିଁ। ୩୪ଜଣଙ୍କ ମୃତଦେହ ଯେଉଁମାନେ ଏହି ଭୂସ୍ଖଳନରେ ଜୀବନ ହରାଇଛନ୍ତି ସେମାନଙ୍କୁ ଚିହ୍ନଟ କରାଯାଇଛି। ଆଉ ୧୮ଜଣଙ୍କ ମୃତଦେହ ସେମାନଙ୍କ ପରିବାରକୁ ହସ୍ତାନ୍ତର କରାଯାଇଛି। ଓ୍ବାୟନାଡର ଚାଲିୟାର ନଦୀରୁ ୧୬ମୃତଦେହ ଉଦ୍ଧାର କରାଯାଇଛି। ଏପରିକି ସେମାନଙ୍କ ଶରୀରର ଖଣ୍ଡଖଣ୍ଡ ଅଂଶ ମଧ୍ୟ ମିଳିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀ ବିଜୟନଙ୍କ ସହ କଥା ହୋଇଛନ୍ତି ଓ କେନ୍ଦ୍ର ପକ୍ଷରୁ ସବୁ ପ୍ରକାରର ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମୃତକଙ୍କ ପରିବାର ଲୋକଙ୍କ ପ୍ରତି ୨ ଲକ୍ଷ ଓ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri