ସିଏମଓ ଅଫିସରଙ୍କୁ ବିଭାଗ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ

ଭୁବନେଶ୍ୱର,୨୯।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସୋମବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଫିସରମାନଙ୍କୁ ବିଭିନ୍ନ ବିଭାଗ ବାଣ୍ଟିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଗୃହ, ଅର୍ଥ, ସାଧାରଣ ପ୍ରଶାସନ, ଶିଳ୍ପ, ଆଇନ, ଯୋଜନା ଓ ସଂଯୋଜନ ଏବଂ ପର୍ଯ୍ୟଟନ ବିଭାଗର ଦାୟିତ୍ୱ ଦିଆଯାଇଛି। ସେହିପରି ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଅନୁପମ ଶାହଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ, ସୂଚନା ଓ ଲୋକସମ୍ପର୍କ, ଏମଏସଏମଇ, ଆଇଟି, ଅନୁସୂଚିତ ଜାତି ଓ ଜନଜାତି, ସ୍କୁଲ ଓ ଗଣଶିକ୍ଷା , ଉଚ୍ଚଶିକ୍ଷା, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା, କ୍ରୀଡା ଓ ଯୁବବ୍ୟାପାର ବିଭାଗର ଦାୟିତ୍ୱ ମିଳିଛି।

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଅରିନ୍ଦମ ଡାକୁଆଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ, ବାଣିଜ୍ୟ ଓ ପରିବହନ, ଶକ୍ତି, ଇସ୍ପାତ ଓ ଖଣି, ଓ ଭାଷା ସାହିତ୍ୟ ଓ ସଂସ୍କୃତି, ଜଳସମ୍ପଦ, ଜଙ୍ଗଲ ଓ ପରିବେଶ, ପୂର୍ତ୍ତ, ହସ୍ତତନ୍ତ ଓ ବୟନଶିଳ୍ପ ଏବଂ ସାଧାରଣ ଉଦ୍ୟୋଗ ବିଭାଗର ଦାୟିତ୍ୱ ଦିଆଯାଇଛି ।

ସେହିପରି ଅବସରପ୍ରାପ୍ତ ବରିଷ୍ଠ ଓଏଏସ ପ୍ରସନ୍ନ କୁମାର ଷଡ଼ଙ୍ଗୀଙ୍କୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଗ୍ରାମ୍ୟ ଉନ୍ନୟନ ଦାୟିତ୍ୱ ମିଳିଥିବା ବେଳେ ବରିଷ୍ଠ ଓଏଏସ ଚିତ୍ରସେନ ରାଉତଙ୍କୁ କୃଷି ଓ କୃଷକ କଲ୍ୟାଣ, ମତ୍ସ୍ୟ ଓ ପଶୁସମ୍ପଦ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ବିଭାଗ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri