ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ଆଲୋକର ପର୍ବ ଦୀପାବଳି ଏବଂ ପବିତ୍ର କାଳୀପୂଜା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମଗ୍ର ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଆଲୋକର ପର୍ବ ଦୀପାବଳି ଓ ପବିତ୍ର କାଳୀପୂଜା ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ନିଜ ସୁରକ୍ଷା ପ୍ରତି ବିଶେଷ ଯତ୍ନବାନ ହୋଇ ଉତ୍ସବରେ ସାମିଲ ହୁଅନ୍ତୁ। ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କର ସୁଖ ଓ ସମୃଦ୍ଧି କାମନା କରୁଛି। ଶୁଭ ଦୀପାବଳି ବୋଲି ଲେଖିଛନ୍ତି।