୭ ଦିନ ରିଲିଫ୍‌ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୬।୫: ବାତ୍ୟା ‘ୟାସ’ପ୍ରଭାବରେ ଜଳଘେରରେ ଥିବା ୧୨୮ଟି ଗ୍ରାମର ସମସ୍ତ ପରିବାରକୁ ୭ ଦିନ ପର୍ଯ୍ୟନ୍ତ ରିଲିଫ ଯୋଗାଇ ଦିଆଯିବ। ବୁଧବାର ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଏସ୍‌ଆର୍‌ସି ପ୍ରଦୀପ କୁମାର ଜେନାଙ୍କ ସହ ବାତ୍ୟା ପରବର୍ତ୍ତୀ ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।
ବାତ୍ୟା ‘ୟାସ’ର ପ୍ରାଥମିକ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୨୪ଘଣ୍ଟା ମଧ୍ୟରେ ସମସ୍ତ ମୁଖ୍ୟ ରାସ୍ତାରେ ଯୋଗାଯୋଗ ସ୍ବାଭାବିକ କରାଯିବ। ବିଦ୍ୟୁତ୍‌ ଯୋଗାଣ କାର୍ଯ୍ୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ୮୦ ପ୍ରତିଶତ ଠିକ୍‌ ହେବ। ଏହା ସହିତ ସମୁଦ୍ର ପାଣି ମାଡି ଆସିଥିବା ଭଦ୍ରକ ଜିଲାର ୪୪ଟି ଗ୍ରାମ ଓ ବାଲେଶ୍ୱର ଜିଲାରେ ୮୪ଟି ଗ୍ରାମ ଜଳବନ୍ଦୀ ହୋଇ ରହିଛି। ଏହି ସବୁ ଗ୍ରାମର ସମସ୍ତ ପରିବାରକୁ ୭ ଦିନ ପର୍ଯ୍ୟନ୍ତ ରିଲିଫ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ପାଇଁ ସ୍ଥାନାନ୍ତର ହୋଇଥିବା ଲୋକଙ୍କ ସ୍ବାସ୍ଥ୍ୟବସ୍ଥା ଉପରେ ନଜର ରଖିବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?