ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଅନୁମୋଦନ କରିଛନ୍ତି। ଓଡ଼ିଶାର ହସ୍ତତନ୍ତ ବୁଣାକାର ସମ୍ପ୍ରଦାୟଙ୍କ ଜୀବନ, ସଂଘର୍ଷ, ସହନଶୀଳତା ଓ ସଫଳତା ଉପରେ ଆଧାରିତ ଏହି ଚଳଚ୍ଚିତ୍ର ୨୦୨୬ ମେ ୧୫ରେ ମୁକ୍ତିଲାଭ କରିଛି। ଓଡ଼ିଶାର ମହାନ୍ ପାରମ୍ପରିକ ଐତିହ୍ୟ ଓ କାରିଗରି କୌଶଳକୁ ଏହି ଚଳଚ୍ଚିତ୍ର ମାଧ୍ୟମରେ ନିଚ୍ଛକ ଭାବେ ପ୍ରଦର୍ଶିତ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ଏହାକୁ କରମୁକ୍ତ କରିବା ପାଇଁ ନିଷ୍ପତ୍ତି ନେବା ସହ ଏନେଇ ପଦକ୍ଷେପ ଗ୍ରହଣ କରିଛନ୍ତି।