ଅଗ୍ରିଆ ସମାଜ ପାଇଁ ଜମି, ୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୫(ବ୍ୟୁରୋ): ଅଗ୍ରିଆ ସମାଜ ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ଗୋଷ୍ଠୀ। କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲାରେ ବସବାସ କରିଥାନ୍ତି।

ନିକଟରେ ଏହି ସମାଜର କିଛି ସଦସ୍ୟ ସେମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ। ବିଭିନ୍ନ କାର୍ଯ୍ୟକ୍ରମରେ ସେମାନେ ଭୁବନେଶ୍ୱର ଆସୁଥିବା ସମୟରେ ରହିବାରେ ଅସୁବିଧା ହେଉଥିବାରୁ ଭୁବନେଶ୍ୱର ନିକଟରେ ଏକ ଜାଗା ଦେବା ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ।

ସେମାନଙ୍କ ଅନୁରୋଧ ତଥା ଅଗ୍ରିଆ ସମାଜର ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ନିକଟରେ ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଯୋଗାଇ ଦେବାକୁ ଘୋଷଣା କରିଛନ୍ତି। ଏଥିପାଇଁ ଜମି ଚିହ୍ନଟ ଦିଗରେ ପଦକ୍ଷେପ ନେବା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ବି ଦେଇଛନ୍ତି। ଏଥିସହିତ ଅଗ୍ରିଆ ସମାଜ ଭବନ ନିର୍ମାଣ ପାଇଁ ୩ କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସହାୟତା ପାଣ୍ଠିରୁ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri