ଅଗ୍ରିଆ ସମାଜ ପାଇଁ ଜମି, ୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୫(ବ୍ୟୁରୋ): ଅଗ୍ରିଆ ସମାଜ ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ଗୋଷ୍ଠୀ। କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲାରେ ବସବାସ କରିଥାନ୍ତି।

ନିକଟରେ ଏହି ସମାଜର କିଛି ସଦସ୍ୟ ସେମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ। ବିଭିନ୍ନ କାର୍ଯ୍ୟକ୍ରମରେ ସେମାନେ ଭୁବନେଶ୍ୱର ଆସୁଥିବା ସମୟରେ ରହିବାରେ ଅସୁବିଧା ହେଉଥିବାରୁ ଭୁବନେଶ୍ୱର ନିକଟରେ ଏକ ଜାଗା ଦେବା ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ।

ସେମାନଙ୍କ ଅନୁରୋଧ ତଥା ଅଗ୍ରିଆ ସମାଜର ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ନିକଟରେ ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଯୋଗାଇ ଦେବାକୁ ଘୋଷଣା କରିଛନ୍ତି। ଏଥିପାଇଁ ଜମି ଚିହ୍ନଟ ଦିଗରେ ପଦକ୍ଷେପ ନେବା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ବି ଦେଇଛନ୍ତି। ଏଥିସହିତ ଅଗ୍ରିଆ ସମାଜ ଭବନ ନିର୍ମାଣ ପାଇଁ ୩ କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସହାୟତା ପାଣ୍ଠିରୁ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri