Posted inରାଜ୍ୟ

ଓଡ଼ିଶାକୁ ତୁରନ୍ତ ସାର ଯୋଗାଅ

ଭୁବନେଶ୍ୱର (ବ୍ୟୁରୋ)/ନୂଆଦିଲ୍ଲୀ,୧।୮: ରାଜ୍ୟରେ ସାର ଅଭାବକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ମନସୁଖ ମାଣ୍ଡବ୍ୟଙ୍କୁ ଚିଠି ଲେଖିଛନ୍ତି। ଏପ୍ରିଲ ମାସରେ ରାଜ୍ୟକୁ ଆବଶ୍ୟକତା ଅନୁଯାୟୀ ସାର ଯୋଗାଣ ହୋଇଥିବାରୁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି। ତେବେ ମେ, ଜୁନ୍‌ ଓ ଜୁଲାଇ ମାସରେ ରାଜ୍ୟରେ ଉତ୍କଟ ସାର ଅଭାବ ଦେଖାଦେଇଛି।

ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଚଳିତ ଖରିଫ ଋତୁରେ ରାଜ୍ୟକୁ ୨, ୩୧, ୫୩୦ ମେଟ୍ରିକ ଟନ ୟୁରିଆ ବଦଳରେ ଏ ପର୍ଯ୍ୟନ୍ତ ମାତ୍ର ୧, ୪୫, ୧୪୫ ମେଟ୍ରିକ ଟନ ସାର ମିଳି ପାରିଛି। ସେହିପରି ଏହି ସମୟସୀମା ମଧ୍ୟରେ ରାଜ୍ୟକୁ ୧, ୫୨, ୦୦୦ ମେଟ୍ରିକ ଟନ ବଦଳରେ ମିଳିଛି ୯୭, ୭୬୩ ମେଟ୍ରିକ ଟନ ଡିଏପି , ୪୨, ୮୬୭ ମେଟ୍ରିକ ଟନ ଏମ୍‌ଓପି, ୧,୦୫,୭୯୮ ମେଟ୍ରିକ ଟନ ଏନ୍‌ପିକେଏସ୍‌। ଆବଶ୍ୟକତାର ୬୯ ପ୍ରତିଶତ ଯୋଗାଇ ଦେବାକୁ ଥିବାବେଳେ ୬୨% ୟୁରିଆ ମିଳିପାରିଛି। ଅନ୍ୟ ସାର ୬୦ରୁ ୭୪ ପ୍ରତିଶତ ମିଳିଛି। ଗତ କିଛିବର୍ଷ ଧରି ରାଜ୍ୟର ଚାଷୀମାନେ ବାତ୍ୟା ଯୋଗୁ ବହୁମାତ୍ରାରେ ଶସ୍ୟ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଜୁଲାଇରୁ ସେପ୍ଟେମ୍ବର ହେଉଛି ଗୁରୁତ୍ୱପୂର୍ଣ୍ଣ ସମୟ। ଏହି ସମୟରେ ଚାଷୀମାନଙ୍କର ପର୍ଯ୍ୟାପ୍ତ ୟୁରିଆର ଆବଶ୍ୟକତା ରହିଛି। ସେହିପରି ଜୁଲାଇରୁ ଅଗଷ୍ଟ ମଧ୍ୟରେ ଅନ୍ୟ ସାରର ଆବଶ୍ୟକତା ରହିଛି। ସାର ଅଭାବ ରାଜ୍ୟର କୃଷି ଉତ୍ପାଦନ ଉପରେ ପ୍ରତିକୂଳ ପ୍ରଭାବ ପକାଉଛି। ଏପରି କି ଅନେକ ଜିଲାରେ ସାରକୁ ନେଇ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଛି। ଚାଷୀମାନଙ୍କର ସ୍ବାର୍ଥକୁ ଦୃଷ୍ଟିରେ ରଖି ଆବଶ୍ୟକ ପରିମାଣର ସାର ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି।

ଅନ୍ୟପକ୍ଷରେ ବିଜୁ ଜନତା ଦଳ (ବିଜେଡି) ଏମ୍‌ପିମାନଙ୍କର ଏକ ପ୍ରତିନିଧି ଦଳ ଶନିବାର ମନ୍ତ୍ରୀ ମାଣ୍ଡବ୍ୟଙ୍କୁ ଭେଟି ଓଡ଼ିଶାର ଚାଷୀମାନଙ୍କୁ ତୁରନ୍ତ ସାର ଯୋଗାଇଦେବା ପାଇଁ ଦାବି କରିଛନ୍ତି। ଏନେଇ ସେମାନେ ମନ୍ତ୍ରୀଙ୍କୁ ଏକ ସ୍ମାରକପତ୍ର ଦେଇଛନ୍ତି। ଏବେ ଖରିଫ ଋତୁ ଚାଲିଥିବାବେଳେ ଓଡ଼ିଶାକୁ ଆବଶ୍ୟକ ପରିମାଣର ସାର ଯୋଗାଇ ଦିଆଯାଇ ନ ଥିବାରୁ ଚାଷକାର୍ଯ୍ୟ ବ୍ୟାହତ ହୋଇଥିବା ସେମାନେ ଜଣାଇଥିଲେ। ଏମ୍‌ପିମାନେ କହିଥିଲେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାରରେ କୃଷି ସେକ୍ଟରର ଦ୍ରୁତ ଅଭିବୃଦ୍ଧି ଏବଂ ଚାଷୀମାନଙ୍କ କଲ୍ୟାଣ ଉପରେ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ଚାଷୀମାନେ ଆମର ଗର୍ବ ଏବଂ କୃଷି ଦେଶର ଜୀବନରେଖା ହୋଇଥିବାରୁ ଉପଯୁକ୍ତ ସମୟରେ ସାର ଯୋଗାଇଦେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିଜେଡି ଏମ୍‌ପିମାନେ କହିଥିଲେ। ତୁରନ୍ତ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ମାଣ୍ଡବ୍ୟ ତାଙ୍କ ମନ୍ତ୍ରଣାଳୟର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ହ୍ବାଟ୍ସଆପ୍ ହ୍ୟାକ୍

ଭୁବନେଶ୍ବର,୪।୯: ବିରୋଧୀ ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଫୋନ୍ / ହ୍ୱାଟ୍ସଆପ୍ ହ୍ୟାକ୍ ହୋଇଯାଇଛି। ସୋସିଆଲ ମିଡିଆରେ ଆଚାର୍ଯ୍ୟ ଏ ନେଇ ଜଣାଇଛନ୍ତି।…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

ଗଛରେ ପିଟହେଲା ଯାତ୍ରୀବାହୀ ବସ୍‌, ଚାଳକ ମୃତ, ୩୦ ଯାତ୍ରୀ ଆହତ, ୧୦ ଗୁରୁତର

ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟ ୫୭ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri