Posted inରାଜ୍ୟ

୫ ହଜାରରୁ ଅଧିକ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ; ଭରସା ଖୁସିରେ ଫେରିଲେ ଲୋକ

ଭୁବନେଶ୍ୱର,୫।୮: ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକଙ୍କୁ ଶୁଣିବାର ଧାରା ଜାରି ରଖିଛନ୍ତି।ସୋମବାର ମୁଖ୍ୟମନ୍ତ୍ରୀ ରାଜ୍ୟ ଅଭିଯୋଗ ପ୍ରକୋଷ୍ଠରେ ଶହ ଶହ ଲୋକଙ୍କ ଠାରୁ ସେମାନଙ୍କ ସମସ୍ୟା ଶୁଣିଥିଲେ। ଲୋକଙ୍କୁ ଆଶ୍ୱାସନା ଦେବା ଓ ସମସ୍ୟା ସମାଧାନ ହେବାର ପ୍ରତିଶୃତି ଦେବା ସହିତ ଧର୍ଯ୍ୟହରା ନ ହେବା ପାଇଁ ପରାମର୍ଶ ଦେଉଥାନ୍ତି।

ମୁଖ୍ୟମନ୍ତ୍ରୀ ଲୋକଙ୍କ ଦୁଃଖ ଶୁଣୁଥିବାରୁ ସେମାନେ ଖୁସିରେ ଆତ୍ମହରା ହେଉଥାନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଦରପୂର୍ଣ୍ଣ କଥାରେ ସେମାନ ଆନନ୍ଦିତ ହେଉଥାନ୍ତି। ମୁଖ୍ୟମନ୍ତ୍ରୀଙ୍କ ଠାରୁ ନିର୍ଦ୍ଦେଶ ପାଇ ଅଧିକାରୀମାନେ ମଧ୍ୟ ତତ୍ପରାତର ସହ ଲୋକଙ୍କ ଅଭିଯୋଗକୁ ସଂପୃକ୍ତ ବିଭାଗକୁ ତ୍ୱରିତ ପଦକ୍ଷେପ ପାଇଁ ପ୍ରେରଣ କରୁଥାନ୍ତି। ଏ ଥିଲା ଆଜିର ଅଭିଯୋଗ ପ୍ରକୋଷ୍ଠର ଦୃଶ୍ୟ- ଯେଉଁଠି ସାଧାରଣ ଲୋକ ଓ ସରକାରଙ୍କ ମଧ୍ୟରେ ନଥିଲା କୌଣସି ପ୍ରାଚୀର।ଜୁଲାଇ ୧ ତରିଖରୁ ଆରମ୍ଭ ହୋଇଥିବା ଅଭିଯୋଗ ଶୁଣାଣି ପ୍ରକ୍ରିୟା ଆଜି ତୃତୀୟ ଦିନରେ ପହଞ୍ଚିଲା।

ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ମନ୍ତ୍ରୀ ବିଭୁତି ଭୂଷଣ ଜେନା, ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ, ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀ ସକାଳ ୧୦ଟାରେ ଶୁଣାଣି ଆରମ୍ଭ କରି ଅପରାହ୍ନ ପ୍ରାୟ ୫ଟା ପର୍ଯ୍ୟନ୍ତ ଶୁଣାଣି ଜାରି ରଖିଥିଲେ। ସମୁଦାୟ ୨୪୦୩ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା ଏବଂ ପ୍ରାୟ ୫ ହଜାରରୁ ଅଧିକ ଲୋକ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନଙ୍କୁ ଭେଟି ଥିଲେ।

ଆଜି ଆସିଥିବା ବିଭିନ୍ନ ଅଭିଯୋଗକାରୀମାନଙ୍କ ମଧ୍ୟରୁ ଜଣେ ଥିଲେ ଖୋର୍ଦ୍ଧା ଟାଙ୍ଗୀର ବ୍ୟକ୍ତି ସନ୍ତୋଷ ସାହୁ । ସେ ଜଣେ ଭିନ୍ନକ୍ଷମ। ବିଧିବଦ୍ଧଭାବେ ଉପଯୁକ୍ତ ପ୍ରକ୍ରିୟାରେ ନିଯୁକ୍ତି ପାଇଥିଲେ ମଧ୍ୟ ତାଙ୍କ ଚାକିରୀ ଛଡେଇ ନିଆ ଯାଇଛି ବୋଲି ତାଙ୍କର ଥିଲା ଅଭିଯୋଗ। ୮ ବର୍ଷ ହେଲାଣି ତାଙ୍କ ପାଞ୍ଚ ପ୍ରାଣୀ କୁଟୁମ୍ବକୁ ପୋଷିବା ପାଇଁ ସେ ବହୁତ ଦୁଃଖ କଷ୍ଟ ସହୁଛନ୍ତି। ତାଙ୍କ ସମସ୍ୟାକୁ ଉପଯୁକ୍ତ ଅନୁସନ୍ଧାନ କରାଯାଇ ତାଙ୍କୁ ନ୍ୟାୟ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ ଠାରୁ ପ୍ରତିଶୃତି ପାଇବା ପରେ ସେ ଆଶ୍ୱସ୍ତ ହୋଇ ଫେରିଥିଲେ।

ସେହିପରି ଗଞ୍ଜାମ ଜିଲ୍ଲାର ଗୋଟିଏ ଗରିବ ପରିବାରର ଦିବ୍ୟାଙ୍ଗ ଯୁବକ ବୁଲୁ ବିଶ୍ଵାଳ। ଦୈନନ୍ଦିନ ଗୁଜୁରାଣ ମେଣ୍ଟାଇବା ସହିତ ପରିବାର ଚଳାଇବା ପାଇଁ ସ୍କୁଟି ଦେବାକୁ ଅନୁରୋଧ କରିଥିଲେ। ମୁଖ୍ୟମନ୍ତ୍ରୀ ତାଙ୍କୁ ସ୍କୁଟି ଦିଆଯିବ ବୋଲି କହିଥିଲେ। ସେଥିପାଇଁ ସେ ଖୁସୀ ମନରେ ଫେରିଲେ।

ଭୁବନେଶ୍ୱର ଶିରିପୁର ଅଞ୍ଚଳର ସୁଭାଷିନୀ ଦେଇ। ବୟସ ୮୨ ବର୍ଷ। ବେଗୁନିଆ ବ୍ଲକରେ ଭତ୍ତା ପାଉଛନ୍ତି। ତାଙ୍କ ଭତ୍ତାକୁ ଭୁବନେଶ୍ୱରରେ ପ୍ରଦାନ କରିବା ପାଇଁ ସେ ନିବେଦନ କଲେ ମୁଖ୍ୟମନ୍ତ୍ରୀଙ୍କୁ। ସଙ୍ଗେ ସଙ୍ଗେ ଜିଲ୍ଲାପାଳଙ୍କୁ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଗଲା।

ଏମିତି ଅନେକ ଲୋକ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ନିଜର ସମସ୍ୟା ସମାଧାନ କରିବା ପାଇଁ ଆସିଥିଲେ ଏବଂ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆଶ୍ୱାସନା ପାଇ ଆଶା ଓ ଭରସାର ସହିତ ଖୁସି ମନରେ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri