ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ କଲେ ମୁଖ୍ୟମନ୍ତ୍ରୀ, ଯୁଦ୍ଧକାଳୀନ ଭିତ୍ତିରେ ଦୁର୍ବଳ ନଦୀବନ୍ଧ ମରାମତି ପାଇଁ ଦେଲେ ନିର୍ଦ୍ଦେଶ

ଭୁବନେଶ୍ୱର,୪ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୁରୁବାର ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସମେତ ଏମ୍‌ପି ଏବଂ ବିଧାୟକମାନେ ଉପସ୍ଥିତ ଥିଲେ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ସ୍ବାଗତ ଭାଷଣ ଦେଇଥିଲେ। କମିଟିର ସଦସ୍ୟମାନଙ୍କ ମତାମତ ଶୁଣିବା ପରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଥିବା ଦୁର୍ବଳ ଥିବା ନଦୀବନ୍ଧ ଏବଂ ଅତୀତରେ ସୃଷ୍ଟି ହୋଇଥିବା ଘାଇକୁ ତୁରନ୍ତ ମରାମତି ପାଇଁ ଜଳସେଚନ ବିଭାଗ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଥିଲେ।
ପ୍ରବଳ ବର୍ଷା ଯୋଗୁ ସହରାଞ୍ଚଳରେ ବନ୍ୟା ସୃଷ୍ଟି ହୋଇଥିବାରୁ ନଗର ଉନ୍ନୟନ ବିଭାଗ ପୌରାଞ୍ଚଳରେ ଥିବା ଡ୍ରେନ୍‌ଗୁଡ଼ିକରୁ ପଙ୍କ ଉଦ୍ଧାର କାର୍ଯ୍ୟ ଏବଂ ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ଭୁବନେଶ୍ୱର ମହାନଗର ନିଗମ ସହରାଞ୍ଚଳ ବନ୍ୟା ପରିଚାଳନା ନିମନ୍ତେ ୨୦୦ କୋଟି ଟଙ୍କାର ଏକ ପ୍ରସ୍ତାବ ପ୍ରସ୍ତୁତ କରି ଯଥାଶୀଘ୍ର ପ୍ରଦାନ କରିବେ। ଏହାସହିତ କଟକ, ଭୁବନେଶ୍ୱର ଓ ଅନ୍ୟ ସହରାଞ୍ଚଳରେ ବନ୍ୟା ପରିଚାଳନା ନିମନ୍ତେ ଆଇଆଇଟି ଦିଲ୍ଲୀର ବୈଷୟିକ ସହାୟତାରେ ଏକ ଦୀର୍ଘସୂତ୍ରୀ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯିବ ବୋଲି ସେ କହିଛନ୍ତି।

ରାଜ୍ୟ, ଜିଲ୍ଲା ଏବଂ ଅନ୍ୟାନ୍ୟ କାର୍ଯ୍ୟାଳୟରେ ୨୪ ଘଣ୍ଟା କଣ୍ଟ୍ରୋଲ ରୁମ୍‌ ଖୋଲାଯିବ। ସାଧାରଣତଃ ବର୍ଷା ଦିନେ ସାପକାମୁଡ଼ାର ଅଧିକ ସମ୍ଭାବନା ରହିଥିବା ହେତୁ ସମସ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ସାପ କାମୁଡ଼ା ଇଞ୍ଜେକ୍ସନ (ଆଣ୍ଟି ସ୍ନେକ୍‌ ଭେନମ୍‌) ଗଚ୍ଛିତ ରଖିବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ସତର୍କ ମୋବାଇଲ ଆପ୍‌ ମାଧ୍ୟମରେ ଯେପରି ଭାବରେ ଜନସାଧାରଣଙ୍କୁ ବିଭିନ୍ନ ବିପର୍ଯ୍ୟୟ ବିଷୟରେ ଆଗୁଆ ସୂଚନା ଦିଆଯାଇପାରିବ ସେଥିପାଇଁ ପଦକ୍ଷେପ ନିଆଯିବ ଏବଂ ଜନସାଧାରଣଙ୍କ ମଧ୍ୟରେ ଏହି ଆପ୍‌ ସମ୍ପର୍କରେ ସଚେତନତା ସୃଷ୍ଟି କରାଯିବ।

ମୁଖ୍ୟମନ୍ତ୍ରୀ କହିଥିଲେ, ସମଗ୍ର ଦେଶରେ ଓଡ୍ରାଫ ହେଉଛି ପ୍ରଥମ ରାଜ୍ୟସ୍ତରୀୟ ଡିଜାଷ୍ଟର ରେସ୍‌ପନ୍ସ ଫୋର୍ସ ଏବଂ ଏହା ସର୍ବ ଭାରତୀୟ ସ୍ତରରେ ମଧ୍ୟ ଶ୍ରେଷ୍ଠ। ରାଜ୍ୟ ଭିତରେ ଏବଂ ରାଜ୍ୟ ବାହାରେ ବିଭିନ୍ନ ବିପର୍ଯ୍ୟୟ ସମୟରେ ଉଦ୍ଧାର କାର୍ଯ୍ୟ ପାଇଁ ଓଡ୍ରାଫ୍‌ ଓଡ଼ିଶାକୁ ସୁନାମ ଆଣିଛି। ବର୍ତ୍ତମାନ ଏହା ୨୦ଟି ୟୁନିଟ୍‌ ଥିବାବେଳେ ଏହାକୁ ୩୦ଟି ୟୁନିଟ୍‌ କରିବା ନିମନ୍ତେ ଗୃହ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?