କଟକରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

କଟକ,୨୬ା୧: ରବିବାର ସାରା ରାଜ୍ୟରେ ପାଳନ ହେଉଛି ୭୬ତମ ସାଧାରଣତନ୍ତ୍ର ଦିବସ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ବିଡ଼ାନାସୀଠାରେ ପତାକା ଉତ୍ତୋଳନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି, ଦେଶ ପାଇଁ ଜୀବନକୁ ଉତ୍ସର୍ଗ କରିଥିବା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି। ଆଜିର ଦିନରେ ମହାନ ଜନନାୟକଙ୍କୁ ମନେ ପକାଇବା ପରମ ସୁଯୋଗ ମିଳିଛି। ଅଖଣ୍ଡତା ବଜାୟ ସହ ସୁଶାସନ ଯୋଗାଇବା ପରମ ଲକ୍ଷ୍ୟ। ଦେଶର ଗଣତନ୍ତ୍ର ବଜାୟ ରଖିବାରେ କୋଟି କୋଟି ଜନତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ନିରବଚ୍ଛିନ୍ନ ଭାବେ ଗଣତନ୍ତ୍ରକୁ ବଜାୟ ସହ ଦେଶର ଅଗ୍ରଗତି ହେଉଛି। ଖୁବ୍‌ଶୀଘ୍ର ଆମ ଦେଶ ତୃତୀୟ ଶ୍ରେଷ୍ଠ ଅର୍ଥନୀତି ହେବାକୁ ଯାଉଛି। ୧୪୦ କୋଟି ଭାରତୀୟଙ୍କ ଜୀବନଯାପନ ଶୈଳୀରେ ପରିବର୍ତ୍ତନ ଆସିଛି। ଲୋକଙ୍କ ଶିକ୍ଷା, ସ୍ବାସ୍ଥ୍ୟ ଭଳି ମୌଳିକ ଅଧିକାର ଯୋଗାଇବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଅଦ୍ଭୂତପୂର୍ବ ପରିବର୍ତ୍ତନ ହେବାକୁ ଯାଉଛି। ଗାଁରୁ ବିକାଶ ଆରମ୍ଭ ହେଉଛି, ସରକାର ଏନେଇ ଭିତ୍ତିଭୂମି ପ୍ରସ୍ତୁତ କରୁଛନ୍ତି। ଓଡ଼ିଆ ଅସ୍ମିତା ସହ ଓଡ଼ିଶାର ବିକାଶ ଆଗେଇ ଚାଲିଛି। ରାଜ୍ୟର ବିକାଶ ପାଇଁ ରାଜ୍ୟ ସରକାର ଅନବରତ କାମ କରୁଛନ୍ତି। ଆଜି ଉତ୍ସବର ଦିନ ନୁହେଁ, ସମ୍ବିଧାନକୁ ସୁରକ୍ଷା ଦେବା ଆମ ସମସ୍ତଙ୍କ ଦାୟିତ୍ୱ। ସମୃଦ୍ଧ ଓ ବିକଶିତ ଓଡ଼ିଶା ନିର୍ମାଣରେ ହାତ ବଢ଼ାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।

୧୯୫୦ ମସିହା ଆଜିର ଦିନରେ ଭାରତ ଏକ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହୋଇଥିଲା। ସେହିଦିନଠାରୁ ପ୍ରତିବର୍ଷ ଜାନୁଆରୀ ୨୬ ତାରିଖକୁ ସାଧାରଣତନ୍ତ୍ର ବା ଗଣତନ୍ତ୍ର ଦିବସ ଭାବେ ପାଳନ କରାଯାଇଆସୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?