୧୩ ଜିଲାରେ ୨୦ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ‘ଆମ ବସ୍‌ଷ୍ଟାଣ୍ଡ’ ଯୋଜନାରେ ୧୩ ଜିଲାରେ ୨୦ଟି ନବନିର୍ମିତ ବସ୍‌ଷ୍ଟାଣ୍ଡ ଉଦ୍‌ଘାଟନ କରିଛନ୍ତି। ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଢେଙ୍କାନାଳ, ଗଜପତି, କେନ୍ଦ୍ରାପଡ଼ା, କେନ୍ଦୁଝର, କୋରାପୁଟ, ନୟାଗଡ଼, ନୂଆପଡ଼ା, ରାୟଗଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାରେ ମୁଖ୍ୟମନ୍ତ୍ରୀ ଭର୍ଚୁଆଲରେ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯୋଗାଯୋଗ ହେଉଛି ବିକାଶର ଆଧାର। ଏହା ହେଉଛି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି। ଗାଁଠୁ ସହର ସବୁଆଡ଼େ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆମର ଲକ୍ଷ୍ୟ ରହିଛି। ୫-ଟି ଉପକ୍ରମରେ ଆମର ଯୋଗାଯୋଗ ଭିତ୍ତିଭୂମି ଓ ସାଧାରଣ ପରିବହନର ବ୍ୟବସ୍ଥାର ବିକାଶ କରାଯାଉଛି। ଗାଁକୁ ଲକ୍ଷ୍ମୀ ଯୋଜନାରେ ବ୍ଲକ ସହ ଯୋଡ଼ାଯାଉଛି। ଭୁବନେଶ୍ୱରରେ ମେଟ୍ରୋ ରେଳ ଯୋଜନା ଆରମ୍ଭ ହୋଇଛି। ଯୋଗାଯୋଗରେ ଉନ୍ନତି ହେଲେ ଲୋକଙ୍କ ରୋଜଗାର ବଢ଼ିବା ସହ ଚାଷୀ ଭଉଣୀଭାଇମାନେ ଲାଭବାନ ହେବେ ଓ ପିଲାଙ୍କ ପାଠପଢ଼ାରେ ସୁବିଧା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ କାର୍ଯ୍ୟକ୍ରମରେ ଭାଗ ନେଇ ତୃତୀୟ ମହଲା କନ୍‌ଫରେନ୍ସ ହଲ୍‌ରେ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ନୂଆପଡ଼ାଠାରେ ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ, ମୁନିଗୁଡ଼ାଠାରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ହରଭଙ୍ଗାଠାରେ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ନୂଆ ବସ୍‌ଷ୍ଟାଣ୍ଡ ମାଧ୍ୟମରେ ଜନସାଧାରଣଙ୍କ ଗମନାଗମନକୁ ସୁବ୍ୟବସ୍ଥିତ କରାଯାଇଛି ଏବଂ ଏହି ବସ୍‌ଷ୍ଟାଣ୍ଡଗୁଡିକ ରାଜ୍ୟର ପରିବହନ ସେବା କ୍ଷେତ୍ରରେ ମାଇଲଖୁଣ୍ଟ ବୋଲି କହିଥିଲେ।

କାର୍ଯ୍ୟକ୍ରମକୁ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ ସ୍ବାଗତ ଭାଷଣ ଦେଇଥିବା ବେଳେ ଓଏସ୍‌ଆର୍‌ଟିସିର ସିଏମ୍‌ଡି ଦୀପ୍ତେଶ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ଯୁଦ୍ଧ ଭିତରୁ ଏବେ ପର୍ଯ୍ୟନ୍ତ କେତେ ଭାରତୀୟ ସୁରକ୍ଷିତ ଫେରିଛନ୍ତି ସ୍ବଦେଶ ସରକାର ଦେଲେ ତଥ୍ୟ

ନୂଆଦିଲ୍ଲୀ,୮।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri