୧୩ ଜିଲାରେ ୨୦ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ‘ଆମ ବସ୍‌ଷ୍ଟାଣ୍ଡ’ ଯୋଜନାରେ ୧୩ ଜିଲାରେ ୨୦ଟି ନବନିର୍ମିତ ବସ୍‌ଷ୍ଟାଣ୍ଡ ଉଦ୍‌ଘାଟନ କରିଛନ୍ତି। ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଢେଙ୍କାନାଳ, ଗଜପତି, କେନ୍ଦ୍ରାପଡ଼ା, କେନ୍ଦୁଝର, କୋରାପୁଟ, ନୟାଗଡ଼, ନୂଆପଡ଼ା, ରାୟଗଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାରେ ମୁଖ୍ୟମନ୍ତ୍ରୀ ଭର୍ଚୁଆଲରେ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯୋଗାଯୋଗ ହେଉଛି ବିକାଶର ଆଧାର। ଏହା ହେଉଛି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି। ଗାଁଠୁ ସହର ସବୁଆଡ଼େ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆମର ଲକ୍ଷ୍ୟ ରହିଛି। ୫-ଟି ଉପକ୍ରମରେ ଆମର ଯୋଗାଯୋଗ ଭିତ୍ତିଭୂମି ଓ ସାଧାରଣ ପରିବହନର ବ୍ୟବସ୍ଥାର ବିକାଶ କରାଯାଉଛି। ଗାଁକୁ ଲକ୍ଷ୍ମୀ ଯୋଜନାରେ ବ୍ଲକ ସହ ଯୋଡ଼ାଯାଉଛି। ଭୁବନେଶ୍ୱରରେ ମେଟ୍ରୋ ରେଳ ଯୋଜନା ଆରମ୍ଭ ହୋଇଛି। ଯୋଗାଯୋଗରେ ଉନ୍ନତି ହେଲେ ଲୋକଙ୍କ ରୋଜଗାର ବଢ଼ିବା ସହ ଚାଷୀ ଭଉଣୀଭାଇମାନେ ଲାଭବାନ ହେବେ ଓ ପିଲାଙ୍କ ପାଠପଢ଼ାରେ ସୁବିଧା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ କାର୍ଯ୍ୟକ୍ରମରେ ଭାଗ ନେଇ ତୃତୀୟ ମହଲା କନ୍‌ଫରେନ୍ସ ହଲ୍‌ରେ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ନୂଆପଡ଼ାଠାରେ ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ, ମୁନିଗୁଡ଼ାଠାରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ହରଭଙ୍ଗାଠାରେ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ନୂଆ ବସ୍‌ଷ୍ଟାଣ୍ଡ ମାଧ୍ୟମରେ ଜନସାଧାରଣଙ୍କ ଗମନାଗମନକୁ ସୁବ୍ୟବସ୍ଥିତ କରାଯାଇଛି ଏବଂ ଏହି ବସ୍‌ଷ୍ଟାଣ୍ଡଗୁଡିକ ରାଜ୍ୟର ପରିବହନ ସେବା କ୍ଷେତ୍ରରେ ମାଇଲଖୁଣ୍ଟ ବୋଲି କହିଥିଲେ।

କାର୍ଯ୍ୟକ୍ରମକୁ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ ସ୍ବାଗତ ଭାଷଣ ଦେଇଥିବା ବେଳେ ଓଏସ୍‌ଆର୍‌ଟିସିର ସିଏମ୍‌ଡି ଦୀପ୍ତେଶ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିପାରେ ଭାଜପା: ଅମିତ ଶାହା

ଭୁବନେଶ୍ୱର,୨ା୫: ଆସନ୍ତା ସାଧାରଣ ନିର୍ବାଚନ ୨୦୨୪ ରେ ଦଳ ଓଡିଶାରେ ପ୍ରାୟ ୧୬ ଟି ଲୋକସଭା ଆସନ ଜିତିପାରେ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ...

ସ୍ତ୍ରୀ ରୋଗ ବିଶେଷଜ୍ଞରୁ ରାଜନୀତି, ଭାଜପା ଟିକେଟ୍‌ରେ ଏଇଠୁ ଲଢିବେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳ ବାରବାଟୀ କଟକରୁ ପ୍ରଖ୍ୟାତ ସ୍ତ୍ରୀ ରୋଗ ବିଶେଷଜ୍ଞ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ...

ଭାଜପା ବିଧାନସଭା ପ୍ରାର୍ଥୀ: ଘସିପୁରାରୁ ଲଢିବେ…

ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ,...

”ମୁଁ ନବୀନ ପଟ୍ଟନାୟକଙ୍କ ମହାନ ମୂଲ୍ୟବୋଧର ଉତ୍ତରାଧିକାରୀ”: କାର୍ତ୍ତିକ ପାଣ୍ଡିଆନ୍

ଭୁବନେଶ୍ୱର,୨ା୫: ଓଡ଼ିଶାରେ ତୀବ୍ର ରାଜନୈତିକ ମାହୋଲ ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ତଥା ଫାଇଭ ଟି ଅଧ୍ୟକ୍ଷ ଏବଂ ନବୀନ ଓଡ଼ିଶା ଚେୟାରମ୍ୟାନ...

ବିଜେଡି ଛାଡ଼ିବା ପରେ ଏମିତି କହିଲେ ଅନୁଭବ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, କଟକ ବାରବାଟୀରୁ ଲଢିବେ…

ଭୁବନେଶ୍ୱର,୨।୫: ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri