୫ ଜିଲାର ୩୨୮ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୭ା୪(ବ୍ୟୁରୋ): ୫ଗୋଟି ଜିଲାର ୩୨୮ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଲୋକାର୍ପଣ କରିଛନ୍ତି। ଏଥିରେ ବଲାଙ୍ଗୀର ଜିଲାର ୧୦୦ଟି ଉଚ୍ଚ ବିଦ୍ୟାଳୟ, ସମ୍ବଲପୁର ଜିଲାର ୬୧ଟି, ପୁରୀ ଜିଲାର ୫୩, କେନ୍ଦ୍ରାପଡ଼ା ଜିଲାର ୫୬ ଏବଂ କୋରାପୁଟ ଜିଲାର ୫୮ଟି ଉଚ୍ଚ ବିଦ୍ୟାଳୟ ଅନ୍ତର୍ଭୁକ୍ତ ଅଛି। ଏହାଦ୍ବାରା ୨ ଦିନରେ ସମୁଦାୟ ୬୮୫ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟ ଲୋକାର୍ପିତ କରାଯାଇଛି। ସୂଚନାଯୋଗ୍ୟ, ଗତ ୨ଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ ବିଦ୍ୟାଳୟ ରୂପାନ୍ତରିତ ହୋଇଛି। ୩ଟି ପର୍ଯ୍ୟାୟ ସମ୍ପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ବିଦ୍ୟାଳୟ ରୂପାନ୍ତରିତ ହେବ। ଏହି ଅବସରରେ ଆଭାସି ଜରିଆରେ ଯୋଡ଼ିହୋଇଥିବା ବିଦ୍ୟାଳୟଗୁଡ଼ିକରେ ଉପସ୍ଥିତ ଥିବା ଛାତ୍ରୀଛାତ୍ରଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ୫-ଟିର ଉପଯୋଗ ସମ୍ପର୍କରେ ବୁଝାଇ ସମୟ ଉପରେ ଗୁରୁତ୍ୱ ଦେବକୁ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି, ସମୟର ଗୁରୁତ୍ୱ ସମ୍ପର୍କରେ ସମସ୍ତେ ଜାଣିଛନ୍ତି। ତେଣୁ ପିଲାମାନେ ସମୟର ଉପଯୋଗ ଠିକ୍‌ ଭାବେ କରିପାରିଲେ ସବୁକ୍ଷେତ୍ରରେ ନିଶ୍ଚୟ ଆଗରେ ରହିବେ। ଛାତ୍ରୀଛାତ୍ରଙ୍କ ସଫଳତା ହେଉଛି ଓଡ଼ିଶାର ସଫଳତା। ୫-ଟି ବିଦ୍ୟାଳୟଗୁଡ଼ିକରେ ପିଲାଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି। ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡ଼ିଶାର ଗୌରବ ବୃଦ୍ଧି ହେବ ବୋଲି ସେ କହିଛନ୍ତି।
କାର୍ଯ୍ୟକ୍ରମକୁ ପରିଚାଳନା କରି ୫-ଟି ସଚିବ ଭି.କେ. ପାଣ୍ଡିଆନ କହିଛନ୍ତି, ଆସନ୍ତା ୬ ମାସରେ ରାଜ୍ୟର ସବୁ ବିଦ୍ୟାଳୟକୁ ରୂପାନ୍ତରିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ପିଲାମାନଙ୍କ ଶିକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଯେଉଁସବୁ ନିର୍ଦ୍ଦେଶ ଦେଉଛନ୍ତି, ସେଗୁଡ଼ିକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିବାବେଳେ ଓସେପା ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ। ଏହାସହ ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ ଓ ଅନ୍ୟ ପଦାଧିକାରୀମାନେ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri