ଚତୁର୍ଥ ଦିନରେ ୫ ଜିଲାରେ ୩୫୯ ରୂପାନ୍ତରିତ ସ୍କୁଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୫(ବ୍ୟୁରୋ): ସ୍କୁଲ ରୂପାନ୍ତରର ପ୍ରତ୍ୟେକ ସ୍ତରରେ ଜନସାଧାରଣ ସାମିଲ ହୋଇଛନ୍ତି। ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ରୂପାନ୍ତରିତ ସ୍କୁଲର ପରିକଳ୍ପନାଠାରୁ ଆରମ୍ଭ କରି ରୂପାୟନର ସବୁ ସ୍ତରରେ ସଂଶ୍ଲିଷ୍ଟ ହୋଇଛନ୍ତି। କେଉଁ କାର୍ଯ୍ୟରେ କେତେ ଖର୍ଚ୍ଚ ହେଉଛି, ସେ ବିଷୟରେ ମଧ୍ୟ ସେମାନେ ଜାଣିଛନ୍ତି। ତେଣୁ ସ୍କୁଲ ରୂପାନ୍ତର ହେଉଛି, ଜନ ଭାଗିଦାରୀର ଏକ ପ୍ରକୃଷ୍ଟ ଉଦାହରଣ। ଗୁରୁବାର ସ୍କୁଲ ରୂପାନ୍ତରର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।

ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନରେ ୫ଟି ଜିଲାର ୩୫୯ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି। ଏଥିରେ ଭଦ୍ରକ ଜିଲାର ୧୨୪ଟି ହାଇସ୍କୁଲ, କନ୍ଧମାଳ ଜିଲାର ୭୭ଟି, ଢେଙ୍କାନାଳ ଜିଲାର ୩୫ଟି, ଗଜପତି ଜିଲାର ୮୦ଟି ହାଇସ୍କୁଲ ଏବଂ ସୁବର୍ଣ୍ଣପୁର ଜିଲାର ୪୩ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ଏହାଦ୍ବାରା ତୃତୀୟ ପର୍ଯ୍ୟାୟରେ ଚତୁର୍ଥ ଦିନରେ ସମୁଦାୟ ୧୪୯୩ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଛି।

ସୂଚନାଯୋଗ୍ୟ, ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଛି। ତିନୋଟି ପର୍ଯ୍ୟାୟ ସମ୍ପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri