୫ ଜିଲାର ୪୪୯ ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୩।୫(ବ୍ୟୁରୋ): ୫-ଟି ସ୍କୁଲ ରୂପାନ୍ତର ଆମ ସ୍କୁଲର ପରିବେଶକୁ ସୁନ୍ଦର କରିବା ସହିତ ଆଧୁନିକ ଶିକ୍ଷାର ବ୍ୟବସ୍ଥା କରିଛି। ଏହା ଭିତରେ ସବୁଠାରୁ ଭଲ କଥା ହେଉଛି, ଝିଅମାନଙ୍କ ପାଇଁ ସ୍ବଚ୍ଛ, ସୁନ୍ଦର ଓ ସ୍ବତନ୍ତ୍ର ପାଇଖାନା ବ୍ୟବସ୍ଥା କରାଯାଇଛି। ଏହା ସ୍କୁଲ ପରିବେଶକୁ ସମସ୍ତଙ୍କ ପାଇଁ ବହୁତ ସହଜ କରିଛି ବୋଲି ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ଯୋଗଦେଇ କେତେଜଣ ଛାତ୍ରୀ କହିବା ସହିତ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ୩ୟ ପର୍ଯ୍ୟାୟର ୩ୟ ଦିନରେ ମଙ୍ଗଳବାର ୫ଟି ଜିଲାର ୪୪୯ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି। ଏଥିରେ ବାଲେଶ୍ବର ଜିଲାର ୨୩୩ ହାଇସ୍କୁଲ, ନୟାଗଡ଼ ଜିଲାର ୬୪, ନୂଆପଡ଼ା ଜିଲାର ୫୮, ସୁନ୍ଦରଗଡ଼ ଜିଲାର ୪୯ ହାଇସ୍କୁଲ ଏବଂ ରାୟଗଡ଼ା ଜିଲାର ୪୫ ହାଇସ୍କୁଲ ଅନ୍ତର୍ଭୁକ୍ତ। ଏହାଦ୍ବାରା ୩ୟ ପର୍ଯ୍ୟାୟରେ ୩ଦିନରେ ସମୁଦାୟ ୧୧୩୪ ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଛି। ଗତ ୨ଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ ସ୍କୁଲ ରୂପାନ୍ତରିତ ହୋଇଛି। ୩ଟି ପର୍ଯ୍ୟାୟ ସମ୍ପୂର୍ଣ୍ଣ ହେବାପରେ ରାଜ୍ୟରେ ସମୁଦାୟ ୬୧୩୨ ସ୍କୁଲ ରୂପାନ୍ତରିତ ହେବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜୀବନର ସବୁ କ୍ଷେତ୍ରକୁ ଟେକ୍ନୋଲୋଜି ପ୍ରଭାବିତ କରୁଛି। ତେଣୁ ପିଲାମାନେ ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ। ସେହିପରି ସମୟ ଉପରେ ଗୁରୁତ୍ୱ ଦେବାକୁ ସେ ପରାମର୍ଶ ଦେଇଛନ୍ତି। ଦ୍ବିତୀୟ ବିଷୟଟି ହେଉଛି ଟିମ୍‌ୱାର୍କ। ପିଲାମାନେ ମିଳିମିଶି କାମ କଲେ ସଫଳତାର ସମ୍ଭାବନା ବଢ଼ିବ। କାର୍ଯ୍ୟକ୍ରମରେ ଉପସ୍ଥିତ ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ୫-ଟି କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ଉପସ୍ଥିତ ବାଲେଶ୍ବର ଜିଲାରେ ସୋର ବିଧାୟକ ପର୍ଶୁରାମ ଧଡ଼ା, ନୟାଗଡ଼ରେ ବିଧାୟକ ଅରୁଣ କୁମାର ସାହୁ, ନୂଆପଡ଼ାରେ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ, ସୁନ୍ଦରଗଡ଼ରେ ବିଧାୟକ ସାରଦା ପ୍ରସାଦ ନାୟକ ଏବଂ ରାୟଗଡ଼ାରେ ମନ୍ତ୍ରୀ ଜଗନ୍ନାଥ ସାରକା ପ୍ରମୁଖ ଯୋଗଦେଇଥିଲେ। ବିଧାୟକ ଅରୁଣ ସାହୁ କହିଛନ୍ତି, ସ୍କୁଲ ରୂପାନ୍ତରଣ ଯୋଗୁ ଆଜି ସରକାରୀ ସ୍କୁଲର ମର୍ଯ୍ୟାଦା ବୃଦ୍ଧି ପାଇଛି। ବେସରକାରୀ ସ୍କୁଲରୁ ଅଭିଭାବକମାନେ ସେମାନଙ୍କ ପିଲାଙ୍କୁ ସରକାରୀ ସ୍କୁଲକୁ ଫେରାଇ ଆଣୁଛନ୍ତି। କାର୍ଯ୍ୟକ୍ରମ ପରିଚାଳନା କରି ୫-ଟି ସଚିବ ଭି.କେ. ପାଣ୍ଡିଆନ କହିଛନ୍ତି, ଚଳିତ ବର୍ଷ ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ସରକାରୀ ସ୍କୁଲକୁ ରୂପାନ୍ତରଣ କରାଯିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ଅଶ୍ବଥୀ ଏସ୍‌ ସ୍ବାଗତ ଭାଷଣ ଦେଇଥିବା ବେଳେ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri