Odisha Elections 2024

ଭର୍ଚୁଆଲରେ ‘ଆମ ହସ୍ପିଟାଲ’ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୭ା୨(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ସଦରମହକୁମାରେ ଥିବା ଛତ୍ରପୁର ଉପଖଣ୍ଡ ହସ୍ପିଟାଲ ୫-ଟି ଉପକ୍ରମରେ ‘ଆମ ହସ୍ପିଟାଲ’ ଯୋଜନାରେ ରୂପାନ୍ତରିତ ହୋଇଛି। ଶନିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଲୋକାର୍ପଣ କରିଛନ୍ତି। ଏଥିସହ ଆଇଭିଆର ପଦ୍ଧତିରେ ରୋଗୀମାନଙ୍କର ସ୍ବାସ୍ଥ୍ୟସେବା ସମ୍ପର୍କିତ ମତାମତ ଗ୍ରହଣ ବ୍ୟବସ୍ଥାର ମଧ୍ୟ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିଛନ୍ତି।

କର୍ମଚାରୀମାନଙ୍କର ମୁହଁ ଚି଼ହ୍ନଟ କରି ବାୟୋମେଟ୍ରିକ ଉପସ୍ଥାପନ ବ୍ୟବସ୍ଥାର ମଧ୍ୟ ଶୁଭାରମ୍ଭ କରାଯାଇଛି। ଏନେଇ ଛତ୍ରପୁର ହସ୍ପିଟାଲରେ ଆୟୋଜିତ କାର୍ଯ୍ୟକ୍ରମରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ବ୍ଲକ ଅଧ୍ୟକ୍ଷା କିରଣୀ ଦାସ, ବିଡିଓ ସୁଶାନ୍ତ ବରାଳ, ହସ୍ପିଟାଲ ସୁପରିଟେଣ୍ଡେଣ୍ଟ ଡାକ୍ତର ପ୍ରଫୁଲ୍ଲ ଚନ୍ଦ୍ର ଗୌଡ଼ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ବିକାଶ କରିବାରେ ବିଜେଡି ବିଫଳ ହୋଇଛି: ହେମା ମାଳିନୀ

ଭୁବନେଶ୍ୱର,୧୭।୫: ଗତ ୨୫ ବର୍ଷ ମଧ୍ୟରେ ଓଡିଶାର ବିକାଶ ପାଇଁ କିଛି କରି ନ ଥିବା ଅଭିଯୋଗ କରି ପୁଣିଥରେ ଭାଜପା ଶାସକ ବିଜେଡିକୁ ଟାର୍ଗେଟ...

ନେତାଙ୍କ କଥାରେ ଭଳୁ ନାହାନ୍ତି ଭୋଟର

ବରଗଡ଼ରୁ ଅନିଲ ଦାସ,୧୭ା୫: ଖରାତାତି ସାଙ୍ଗକୁ ବଢ଼ିଚାଲିଛି ନିର୍ବାଚନୀ ଉଷ୍ମତା। ଆଉ ଦୁଇଦିନ ପରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ...

ପ୍ରାର୍ଥୀ କିଏ ଆମେ ଜାଣିନୁ, ଚିହ୍ନ ଦେଖି ଭୋଟ୍‌ ଦେବୁ

ବରଗଡ଼ରୁ ଅନିଲ ଦାସ,୧୭ା୫: ବର୍ତ୍ତମାନ ଚାରିଆଡ଼େ ନିର୍ବାଚନ ଉଷ୍ମତା। ରାଜନେତାମାନେ ଘନଘନ ପ୍ରଚାରରେ ଆସୁଛନ୍ତି। ମାତ୍ର ଭୋଟରମାନେ ଏଥର ଆଉ ମିଥ୍ୟା ପ୍ରତିଶ୍ରୁତିକୁ ବିଶ୍ୱାସ କରୁନାହାନ୍ତି।...

ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ଏସ୍‌ଆଇଟି

କଟକ,୨୭।୫(କାର୍ତ୍ତିକ ସାହୁ): ପୋଲିସ ମୁଖ୍ୟାଳୟ ପକ୍ଷରୁ ଗଠିତ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ବୋଲି ଜଣାପଡିଛି। ଏହି ସ୍ବତନ୍ତ୍ର...

କାଠ ଚୋରା ଚାଲାଣ ବେଳେ ଧରିଲା ବନ ବିଭାଗ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହରପଡା ସେକ୍ସନ ମାଛଗଡ଼ ଦକ୍ଷିଣ ବିଟ ମିରିଖୋଜି ଗ୍ରାମ ବିରଳ ନଦୀକୂଳ ଜଙ୍ଗଲରୁ ଶୁକ୍ରବାର ସକାଳୁ କାଠ...

ଗଙ୍ଗାଧର ମେହେରଙ୍କୁ ସନ୍ଥ କବି କହିଦେଲେ ପାଣ୍ଡିଆନ୍‌:ଦେଖନ୍ତୁ ଭିଡିଓ

ସମ୍ବଲପୁର,୧୭।୫: ଏବେ ଚାଲିଛି ନିର୍ବାଚନୀ ଋତୁ। ଚାରିଆଡେ ନିର୍ବାଚନ ପ୍ରଚାର। ଗୋଟିଏ ପଟେ କେନ୍ଦ୍ରୀୟ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ...

ବିରଞ୍ଚି ହତ୍ୟାକାରୀଙ୍କୁ କୋର୍ଟ ଚାଲାଣ

କେସିଙ୍ଗା,୧୭ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧିନସ୍ଥ ପରଲସିଙ୍ଗା ପଞ୍ଚାୟତ ନିକଟସ୍ଥ ରଏନ ପଡ଼ାର ବିରଞ୍ଚି ନାଏକ (୩୨)ଙ୍କ ହତ୍ୟାକାରୀ ଜିତୁ ଗୌଡ଼ (୧୯)ଙ୍କ...

ଭାଟକୁମରଡା ଆଦର୍ଶ ବିଦ୍ୟାଳୟର ସଫଳତା: ପୁନମ-ଦିପ୍ତିମୟୀ ଟପ୍ପର

ପୁରୁଷୋତ୍ତମପୁର, ୧୭।୫(ସିମାଞ୍ଚଳ ମିଶ୍ର): ଗଞ୍ଜାମଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡା ଆଦର୍ଶ ବିଦ୍ୟାଳୟ (ସିବିଏସଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ସଫଳତା ଆଣି ଗୌରବାନ୍ବିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri