ମା’ ସମଲେଶ୍ବରୀଙ୍କ ଭବ୍ୟ ପରିକ୍ରମା ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର,୨୭।୧(ବି.ଶଙ୍କର): ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପରିକ୍ରମା ପ୍ରକଳ୍ପ ଶନିବାର ଲୋକାର୍ପିତ ହୋଇଛି। ଏହି ଭବ୍ୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି।
ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ମଧ୍ୟାହ୍ନରେ ଜମାଦାରପାଲି ଏୟାରଷ୍ଟ୍ରିପରେ ବିମାନ ଯୋଗେ ପହଞ୍ଚିଥିଲେ। ସେଠାରୁ ସମଲେଇ ମନ୍ଦିରକୁ ଯାଇ ମନ୍ଦିର ଲୋକାର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀ ହୋମ ଯଜ୍ଞରେ ଯୋଗ ଦେଇ ମା’ଙ୍କୁ ଆରଧନା କରିଛନ୍ତି।
ଏହି ଅବସରରେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ବ୍ୟାଟେରି ଗାଡ଼ିରେ ବସି ସମ୍ପୂର୍ଣ୍ଣ ସମଲେଶ୍ୱରୀ ପ୍ରକଳ୍ପ ବୁଲି ଦେଖିଛନ୍ତି।