କନ୍‌ସେନ୍‌ଟ୍ରିକ୍ସ କଷ୍ଟମର ଏକ୍ସପେରିଏନ୍ସ ସେଣ୍ଟର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ବୃତ୍ତିଗତ ସେବା ସଂସ୍ଥା କନ୍‌ସେନ୍‌ଟ୍ରିକ୍ସ ବିପିଓ ଶୁକ୍ରବାର ଭୁବନେଶ୍ୱରରେ ଉଦ୍‌ଘାଟିତ ହୋଇଛି। କନ୍‌ସେନ୍‌ଟ୍ରିକ୍ସ ଭୁବନେଶ୍ୱରରେ କଷ୍ଟମର ଏକ୍ସପେରିଏନ୍ସ ସେଣ୍ଟର ପ୍ରତିଷ୍ଠା କରିବା ସହିତ ମହିଳା ସଶକ୍ତୀକରଣ ଓ ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ସହିତ ଏକ ଚୁକ୍ତିନାମା ମଧ୍ୟ ସ୍ବାକ୍ଷରିତ ହୋଇଛି। ଏହି ଚୁକ୍ତିନାମାନୁସାରେ ବିଶ୍ୱବିଦ୍ୟାଳୟ ପରିସରରେ କନ୍‌ସେନ୍‌ଟ୍ରିକ୍ସର ଏକ ଦକ୍ଷତା ବିକାଶ କେନ୍ଦ୍ର ସ୍ଥାପନ କରାଯାଇ ଯୋଗ୍ୟ ଛାତ୍ରୀଙ୍କୁ ବୃତ୍ତିଗତ ଦକ୍ଷତା ବୃଦ୍ଧି କରିବା ପାଇଁ ଆବଶ୍ୟକ ତାଲିମ ପ୍ରଦାନ କରାଯାଇ ନିଯୁକ୍ତି କରାଯିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିବା ସହିତ କନ୍‌ସେନ୍‌ଟ୍ରିକ୍ସ କଷ୍ଟମର ଏକ୍ସପେରିଏନ୍ସ ସେଣ୍ଟର ସୂଚନା ଓ ପ୍ରଯୁକ୍ତିବିଦ୍ୟା ଅଭିବୃଦ୍ଧି କ୍ଷେତ୍ରରେ ଖୁବ୍‌ ସାହାଯ୍ୟକାରୀ ହେବ ବୋଲି ଉଲ୍ଲେଖ କରିଥିଲେ। ଏଥିସହ ଏହା ରାଜ୍ୟର ଯୁବତୀଯୁବକଙ୍କ ପାଇଁ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ସେ ଆଶାପୋଷଣ କରିଥିଲେ ।
ପ୍ରାଥମିକ ପର୍ଯ୍ୟାୟରେ ୨୦୦୦ ପେସାଦାର କର୍ମଚାରୀଙ୍କୁ ନେଇ ଆରମ୍ଭ କରାଯାଇଥିବା ଭୁବନେଶର କଷ୍ଟମର ଏକ୍ସପେରିଏନ୍ସ ସେଣ୍ଟରର କର୍ମଚାରୀ ନିୟୋଜନ ୫୦୦୦କୁ ଯଥାଶୀଘ୍ର ବୃଦ୍ଧି କରିବା ସହିତ ସରକାର ସବୁମତେ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।

ଏହି ଅବସରରେ ବୈଦ୍ୟୁତିକ, ସୂଚନା ପ୍ରଯୁକ୍ତି ତଥା କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା, ବୈଦ୍ୟୁତିକ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ପରାମର୍ଶଦାତା ଅନୁଭବ ପଟ୍ଟନାୟକ, ୫-ଟି ସଚିବ ଭି. କେ. ପାଣ୍ଡିଆନ, ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ବୈଦ୍ୟୁତିକ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ପ୍ରମୁଖ ଶାସନ ସଚିବ ମନୋଜ କୁମାର ମିଶ୍ର, ଉକ୍ତ ବିଭାଗର ସ୍ବତନ୍ତ୍ର ଶାସନ ସଚିବ ମାନସ ରଞ୍ଜନ ପଣ୍ଡା, ରମାଦେବୀ ବିଶ୍ୱବିଦ୍ୟାଳୟ ଉପ-କୁଳପତି ଅର୍ପିତା ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri