୨୮ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବ୍ୟୁରୋ),୧୨।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନଫରେନ୍ସ ଜରିଆରେ ହିଞ୍ଜିଳି ପୌର ପରିଷଦ ଅଞ୍ଚଳରେ ୨୮ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପିଲାମାନେ ହେଉଛନ୍ତି ଏ ଜାତିର ଏ ଦେଶର ଭବିଷ୍ୟତ। ଶିକ୍ଷା ହେଉଛି ପରିବର୍ତ୍ତନର ଚାବି କାଠି। ଶିକ୍ଷା ହେଉଛି ପ୍ରକୃତ ସଶକ୍ତୀକରଣ। ତେଣୁ ହିଞ୍ଜିଳିରେ ଶିକ୍ଷାର ବିକାଶ ଉପରେ ସେ ଗୁରୁତ୍ୱ ଦେଇ ଆସିଛନ୍ତି । ହିଞ୍ଜିଳିକୁ ଶିକ୍ଷା କ୍ଷେତ୍ରରେ ଏକ ଆଗୁଆ ଅଞ୍ଚଳ ଭାବେ ବିକଶିତ କରିବା ତାଙ୍କର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, କୋଭିଡ୍‌ ମହାମାରୀ ଯୋଗୁ ସେ ବହୁ ଦିନ ହେବ ହିଞ୍ଜିଳି ଯାଇ ପାରିନାହାନ୍ତି। ଏବେ ପରିସ୍ଥିତିରେ ଉନ୍ନତି ଆସିଥିବାରୁ ସେ ଖୁବ୍‌ଶୀଘ୍ର ହିଞ୍ଜିଳି ଗସ୍ତ କରି ଜନସାଧାରଣଙ୍କୁ ଭେଟିବେ।
କୋଭିଡ୍‌ ଯୁଦ୍ଧରେ ଗଞ୍ଜାମବାସୀଙ୍କ ଭୂମିକାକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, କରୋନା ମହାମାରୀ ସହ ଆପଣମାନେ ଯେପରି ଲଢିଲେ, ତାହା ସାରା ବିଶ୍ୱ ଦେଖିଛି। ଆପଣମାନଙ୍କ ସହଯୋଗରେ ଆମେ କରୋନାକୁ ନିୟନ୍ତ୍ରଣ କରିବାରେ ସଫଳ ହୋଇପାରିଛୁ। ଏ ଦିଗରେ ଗଞ୍ଜାମର ସଫଳତା ସାରା ବିଶ୍ୱରେ ପ୍ରଶଂସା ପାଇଥିଲା। ସେଥିପାଇଁ ପଞ୍ଚାୟତ ପ୍ରତିନିଧି, ମିଶନ ଶକ୍ତିର ମା’ମାନଙ୍କୁ ଓ କୋଭିଡ୍‌ ଯୋଦ୍ଧାମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି। ଟିକାକରଣ ଆରମ୍ଭ ହୋଇଥିଲେ ମଧ୍ୟ ବିପଦ ସମ୍ପୂର୍ଣ୍ଣ ଦୂର ହୋଇନାହିଁ। ଆଗକୁ ସାବଧାନ ରହିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାରା ଓଡିଶା ସହିତ ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅଞ୍ଚଳର ବିକାଶ ଉପରେ ନଜର ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ହିଞ୍ଜିଳି ସହରର ବିକାଶ ପାଇଁ ୨୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଉଦଘାଟନ କରି କହିଥିଲେ, ଆଧୁନିକ ସହରଗୁଡିକରେ ମିଳୁଥିବା ବିଭିନ୍ନ ସୁବିଧା ହିଞ୍ଜିଳିବାସୀ ଯେପରି ପାଇପାରିବେ ସେଥିପାଇଁ ସେ ଉଦ୍ୟମ ଜାରି ରଖିଛନ୍ତି। ରାଜ୍ୟର ଛୋଟଛୋଟ ସହରର ବିକାଶ ଉପରେ ରାଜ୍ୟ ସରକାର ଗୁରତ୍ୱ ଦେଉଛନ୍ତି ବୋଲି ସେ କହିଛନ୍ତି। ଏହି ଅବସରରେ ହିଞ୍ଜିଳିର ନୂତନ ପ୍ରକଳ୍ପଗୁଡିକ ସମ୍ପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ଆସିକା ଏମ୍‌ପି ପ୍ରମିଳା ବିଶୋୟୀ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର, ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଜି. ମାଥିଭାଥନନ, ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର, ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଡିଆର୍‌ଡ଼ିଏ ପିଡି ସିନ୍ଧେ ଦତ୍ତାତ୍ରେୟ ଭାଉସାହେବ, ଏଡିିଏମ କବୀନ୍ଦ୍ର କୁମାର ସାହୁ ଓ ଗଞ୍ଜାମ ଏସ୍‌ପି ବ୍ରିଜେଶ ରଏ ପ୍ରମୁଖ ଅଧିକାରୀମାନେ ଉପସ୍ଥିତ ଥିଲେ। ଉଦ୍‌ଘାଟନ ହୋଇଥିବା ପ୍ରକଳ୍ପ ମଧ୍ୟରେ ହିଞ୍ଜିଳିକାଟୁ ଉପଖଣ୍ଡ ଡାକ୍ତରଖାନାର ଇନଡୋର କୋଠା, ବସ୍‌ ଟର୍ମିନାଲ, ନେତାଜୀ ପାର୍କ, ମାଛମାଂସ ବଜାର, ମ୍ୟୁନିସିପାଲିଟିର ବର୍ଦ୍ଧିତ ଅଫିସ କୋଠା, ଆରଏମସି ଓ ମ୍ୟୁନିସିପାଲିଟିର ମାକେର୍ଟ କମ୍ପ୍ଲେକ୍ସ, ମ୍ୟୁନିସିପାଲଟି ଅଫିସ ପରିସରରେ ଗେଷ୍ଟ ହାଉସ, ବଜାର ଭେଣ୍ଡିଂ ଜୋନ, ଆର୍‌ଏମସି ଇ-ନାମ ଓ ଲାବୋରେଟାରି ଗୃହ, ବରିଷ୍ଠ ନାଗରିକଙ୍କ ଚିତ୍ତ ବିନୋଦନ କେନ୍ଦ୍ର, ଶୀତଳ ଭଣ୍ଡାର ଓ ୨ଟି ମିନି କଲ୍ୟାଣ ମଣ୍ଡପ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri