୨୮ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବ୍ୟୁରୋ),୧୨।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନଫରେନ୍ସ ଜରିଆରେ ହିଞ୍ଜିଳି ପୌର ପରିଷଦ ଅଞ୍ଚଳରେ ୨୮ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପିଲାମାନେ ହେଉଛନ୍ତି ଏ ଜାତିର ଏ ଦେଶର ଭବିଷ୍ୟତ। ଶିକ୍ଷା ହେଉଛି ପରିବର୍ତ୍ତନର ଚାବି କାଠି। ଶିକ୍ଷା ହେଉଛି ପ୍ରକୃତ ସଶକ୍ତୀକରଣ। ତେଣୁ ହିଞ୍ଜିଳିରେ ଶିକ୍ଷାର ବିକାଶ ଉପରେ ସେ ଗୁରୁତ୍ୱ ଦେଇ ଆସିଛନ୍ତି । ହିଞ୍ଜିଳିକୁ ଶିକ୍ଷା କ୍ଷେତ୍ରରେ ଏକ ଆଗୁଆ ଅଞ୍ଚଳ ଭାବେ ବିକଶିତ କରିବା ତାଙ୍କର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, କୋଭିଡ୍‌ ମହାମାରୀ ଯୋଗୁ ସେ ବହୁ ଦିନ ହେବ ହିଞ୍ଜିଳି ଯାଇ ପାରିନାହାନ୍ତି। ଏବେ ପରିସ୍ଥିତିରେ ଉନ୍ନତି ଆସିଥିବାରୁ ସେ ଖୁବ୍‌ଶୀଘ୍ର ହିଞ୍ଜିଳି ଗସ୍ତ କରି ଜନସାଧାରଣଙ୍କୁ ଭେଟିବେ।
କୋଭିଡ୍‌ ଯୁଦ୍ଧରେ ଗଞ୍ଜାମବାସୀଙ୍କ ଭୂମିକାକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, କରୋନା ମହାମାରୀ ସହ ଆପଣମାନେ ଯେପରି ଲଢିଲେ, ତାହା ସାରା ବିଶ୍ୱ ଦେଖିଛି। ଆପଣମାନଙ୍କ ସହଯୋଗରେ ଆମେ କରୋନାକୁ ନିୟନ୍ତ୍ରଣ କରିବାରେ ସଫଳ ହୋଇପାରିଛୁ। ଏ ଦିଗରେ ଗଞ୍ଜାମର ସଫଳତା ସାରା ବିଶ୍ୱରେ ପ୍ରଶଂସା ପାଇଥିଲା। ସେଥିପାଇଁ ପଞ୍ଚାୟତ ପ୍ରତିନିଧି, ମିଶନ ଶକ୍ତିର ମା’ମାନଙ୍କୁ ଓ କୋଭିଡ୍‌ ଯୋଦ୍ଧାମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି। ଟିକାକରଣ ଆରମ୍ଭ ହୋଇଥିଲେ ମଧ୍ୟ ବିପଦ ସମ୍ପୂର୍ଣ୍ଣ ଦୂର ହୋଇନାହିଁ। ଆଗକୁ ସାବଧାନ ରହିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାରା ଓଡିଶା ସହିତ ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅଞ୍ଚଳର ବିକାଶ ଉପରେ ନଜର ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ହିଞ୍ଜିଳି ସହରର ବିକାଶ ପାଇଁ ୨୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଉଦଘାଟନ କରି କହିଥିଲେ, ଆଧୁନିକ ସହରଗୁଡିକରେ ମିଳୁଥିବା ବିଭିନ୍ନ ସୁବିଧା ହିଞ୍ଜିଳିବାସୀ ଯେପରି ପାଇପାରିବେ ସେଥିପାଇଁ ସେ ଉଦ୍ୟମ ଜାରି ରଖିଛନ୍ତି। ରାଜ୍ୟର ଛୋଟଛୋଟ ସହରର ବିକାଶ ଉପରେ ରାଜ୍ୟ ସରକାର ଗୁରତ୍ୱ ଦେଉଛନ୍ତି ବୋଲି ସେ କହିଛନ୍ତି। ଏହି ଅବସରରେ ହିଞ୍ଜିଳିର ନୂତନ ପ୍ରକଳ୍ପଗୁଡିକ ସମ୍ପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ଆସିକା ଏମ୍‌ପି ପ୍ରମିଳା ବିଶୋୟୀ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର, ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଜି. ମାଥିଭାଥନନ, ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର, ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଡିଆର୍‌ଡ଼ିଏ ପିଡି ସିନ୍ଧେ ଦତ୍ତାତ୍ରେୟ ଭାଉସାହେବ, ଏଡିିଏମ କବୀନ୍ଦ୍ର କୁମାର ସାହୁ ଓ ଗଞ୍ଜାମ ଏସ୍‌ପି ବ୍ରିଜେଶ ରଏ ପ୍ରମୁଖ ଅଧିକାରୀମାନେ ଉପସ୍ଥିତ ଥିଲେ। ଉଦ୍‌ଘାଟନ ହୋଇଥିବା ପ୍ରକଳ୍ପ ମଧ୍ୟରେ ହିଞ୍ଜିଳିକାଟୁ ଉପଖଣ୍ଡ ଡାକ୍ତରଖାନାର ଇନଡୋର କୋଠା, ବସ୍‌ ଟର୍ମିନାଲ, ନେତାଜୀ ପାର୍କ, ମାଛମାଂସ ବଜାର, ମ୍ୟୁନିସିପାଲିଟିର ବର୍ଦ୍ଧିତ ଅଫିସ କୋଠା, ଆରଏମସି ଓ ମ୍ୟୁନିସିପାଲିଟିର ମାକେର୍ଟ କମ୍ପ୍ଲେକ୍ସ, ମ୍ୟୁନିସିପାଲଟି ଅଫିସ ପରିସରରେ ଗେଷ୍ଟ ହାଉସ, ବଜାର ଭେଣ୍ଡିଂ ଜୋନ, ଆର୍‌ଏମସି ଇ-ନାମ ଓ ଲାବୋରେଟାରି ଗୃହ, ବରିଷ୍ଠ ନାଗରିକଙ୍କ ଚିତ୍ତ ବିନୋଦନ କେନ୍ଦ୍ର, ଶୀତଳ ଭଣ୍ଡାର ଓ ୨ଟି ମିନି କଲ୍ୟାଣ ମଣ୍ଡପ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri