ଏଥର ଝଲସିବ କଳାହାଣ୍ଡି: ଭିଡିଓ କନ୍‌ଫରେନ୍ସିଂ ଜରିଆରେ ୩ ଶକ୍ତି ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ କଳାହାଣ୍ଡି ଜିଲା ଜୟପାଟଣା ଅଞ୍ଚଳର ବାନେର୍‌ଠାରେ ଏକ ୨୨୦/୧୩୨/୩୩ କେଭି ଗ୍ରୀଡ୍‌ ସବଷ୍ଟେଶନ ଉଦ୍‌ଘାଟନ କରିଛନ୍ତି। ଏହାସହିତ ଗ୍ରୀଡରୁ ବାହାରିଥିବା ଦୁଇଟି ୩୩ କେଭି ଫିଡର ଲାଇନ୍‌ ମଧ୍ୟ ଲୋକାର୍ପିତ କରିଛନ୍ତି।
ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ୩ଟି ଶକ୍ତି ପ୍ରକଳ୍ପ ଦ୍ବାରା କଳାହାଣ୍ଡି ଜିଲାର ଜୟପାଟଣା, କୋକସରା ଓ କଲମପୁର ଅଞ୍ଚଳର ୩୦ ହଜାର ଲୋକ ଉପକୃତ ହେବେ। ଲୋକଙ୍କୁ ଉନ୍ନତମାନର ବିଶ୍ବସନୀୟ ଓ ନିରବଚ୍ଛିନ ବିଦ୍ୟୁତ ସେବା ମିଳିବ। ପାଓ୍ବାର କଟ୍‌ ସମସ୍ୟା ଦୂର ହେବ ଏବଂ ଚାଷୀ, ମହିଳା ଓ ଛାତ୍ରୀଛାତ୍ର ସମସ୍ତେ ଉପକୃତ ହେବେ। ଆଗାମୀ ଦିନରେ ଜିଲାର ଅନ୍ୟ ଅଞ୍ଚଳକୁ ବିଦ୍ୟୁତ ସେବାର ସଂପ୍ରସାରଣ କରାଯିବ ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ, ଏହି ୨୨୦ କେଭି ଜୟପାଟଣା ଗ୍ରୀଡ୍‌ ପାଇଁ ୮୨ କୋଟି ଟଙ୍କା ବ୍ୟୟ କରାଯାଇଛି। ଏହି ଗ୍ରୀଡ୍‌ ଦ୍ବାରା କଳାହାଣ୍ଡିର ଜନସାଧାରଣ ପ୍ରଥମ ଥର ପାଇଁ ଇନ୍ଦ୍ରାବତୀ ପ୍ରକଳ୍ପରୁ ସିଧାସଳଖ ବିଜୁଳି ଶକ୍ତି ପାଇପାରିବେ। ଆଗାମୀ ଦିନରେ ୪୭ କିଲୋମିଟର ଦୀର୍ଘ ଆଉ ଏକ ୧୩୨ କେଭି ଡବଲ ସର୍କିଟ ଲାଇନ୍‌ ଜୁନାଗଡ଼କୁ ସଂଯୁକ୍ତ କରାଯିବ।
ବାନେର୍‌ ଠାରେ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କହିଲେ ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ କଳାହାଣ୍ଡିରେ କୃଷି, ଜଳସେଚନ, ସଡ଼କ ପରିବହନ, ଶିକ୍ଷା, ସ୍ବାସ୍ଥ୍ୟ ସବୁ କ୍ଷେତ୍ରରେ ଉନ୍ନତି ଆସିଛି। ବିଶେଷକରି ଉଚ୍ଚଶିକ୍ଷା କ୍ଷେତ୍ରରେ ବ୍ୟାପକ ବିକାଶ ହୋଇଛି। ବିଜୁ ଏକ୍ସପ୍ରେସ ଓ୍ବେ ଦ୍ୱାରା କଳାହାଣ୍ଡିରେ ଶିଳ୍ପ ବିକାଶ ହେବ। ଆଜିର ବିଦ୍ୟୁତ୍‌ ପ୍ରକଳ୍ପ ପାଇଁ ସେ କଳାହାଣ୍ଡି ଜିଲାବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ପ୍ରକାଶ କରିଥିଲେ।

ବିରୋଧୀ ଦଳର ନେତା ପ୍ରଦୀପ୍ତ ନାଏକ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଇନ୍ଦ୍ରାବତୀ ପ୍ରକଳ୍ପ ପରେ କଳାହାଣ୍ଡିରେ ବିକାଶ ଆସିଛି ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମରେ ନର୍ଲା ବିଧାୟକ ଭୂପିନ୍ଦିର ସିଂ, ଉନ୍ନୟନ କମିଶନର ଯୋଗ ଦେଇଥିଲେ। ଶକ୍ତି ସଚିବ ସ୍ବାଗତ ଭାଷଣ ଦେଇଥିବା ବେଳେ କଳାହାଣ୍ଡି ଜିଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri