Posted inରାଜ୍ୟ

ବ୍ରହ୍ମପୁରରେ ୨ ନୂଆ କୋଭିଡ୍‌ ହସ୍ପିଟାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୮(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବ୍ରହ୍ମପୁରରେ ଦୁଇଟି ନୂଆ କୋଭିଡ୍‌ ହସ୍ପିଟାଲକୁ ଶନିବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି। ଏହି ଦୁଇଟି ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲରେ ୧୫୦ ଲେଖାଁଏ ମୋଟ ୩୦୦ ଶଯ୍ୟା ରହିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ଗଞ୍ଜାମ ଜିଲାରେ ସଂକ୍ରମଣ ହାର କ୍ରମାଗତ ଭାବରେ କମୁଛି। ଗଞ୍ଜାମରେ ଆରୋଗ୍ୟ ହାର ଜାତୀୟ ହାର ଠାରୁ ଅଧିକ ରହିଛି। ଜିଲାର ୮୫ ପ୍ରତିଶତ ଗ୍ରାମାଞ୍ଚଳ ସବୁଜ ଅଞ୍ଚଳରେ ରହିଛି। ମାତ୍ର ଯେପର୍ଯ୍ୟନ୍ତ ଟୀକା ବା କୋଭିଡ୍‌-୧୯ର ର୍ନିଦ୍ଦିଷ୍ଟ ଚିକିତ୍ସା ପଦ୍ଧତି ନ ବାହାରିଛି ସେପର୍ଯ୍ୟନ୍ତ ମାସ୍କର ବ୍ୟବହାର, ସାମାଜିକ ଦୂରତ୍ୱ ଓ ସରକାରଙ୍କ କୋଭିଡ୍‌ ନିୟମାବଳୀର ପାଳନ ଏହି ମହାମାରୀ ବିରୋଧରେ ଲଢେଇର ଏକମାତ୍ର ଉପାୟ ବୋଲି ସେ କହିଛନ୍ତି। ସେହିପରି ନିଜର ଏବଂ ନିଜ ପରିବାରର ସୁରକ୍ଷା ଦୃଷ୍ଟିରୁ ନିୟମକୁ କଡାକଡି ଭାବେ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଯୁଦ୍ଧବିରତି ପରେ ଇରାନର ସୁପ୍ରିମ ଲିଡର୍‌ ମୋଜତାବା ଖାମେନେଇଙ୍କ ଭୟଙ୍କର ବୟାନ, ଆମେରିକା-ଇସ୍ରାଏଲ ଶୁଣିଲେ…

ତେହରାନ୍‌,୧୦।୪: ଆମେରିକା ସହିତ ଯୁଦ୍ଧବିରତି ପରେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ତାଙ୍କର ପ୍ରଥମ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri