ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ପାଟଣା,୧୦।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ପରିସରରେ ମଙ୍ଗଳବାର ୫ଟି ଯୋଜନା ‘ଆମ ଓଡ଼ିଶା, ନବୀନ ଓଡିଶା’ କାର୍ଯ୍ୟକ୍ରମର ଉଦଘାଟନ ହୋଇଛି। ଏହି ଯୋଜନାରେ ପାଟଣା ବ୍ଲକରେ ୧୦କୋଟି ଟଙ୍କା ବ୍ୟୟରେ ୨୩୯ଟି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ପ୍ରଥମେ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଲୋକଙ୍କ କୁଶଳ ଜିଜ୍ଞାସା ପଚାରି ବୁଝିବାପରେ ଉପସ୍ଥିତ ଜନସାଧାରଣଙ୍କୁ ଉଦବୋଧନ ଦେଇଥିଲେ। ପାଟଣାବାସୀଙ୍କ ପକ୍ଷରୁ ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ଅଧକ୍ଷ ଜଗନ୍ନାଥ ନାଏକ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ଅଞ୍ଚଳର ଉନ୍ନତି ପାଇଁ ପ୍ରକଳ୍ପଗୁଡିକୁ ମଞ୍ଜୁର କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଥିଲେ। କାର୍ଯ୍ୟକ୍ରମରେ ପାଟଣା ବିଧାୟକ ଜଗନ୍ନାଥ ନାଏକ, ପାଟଣା ବିଡିଓ ଶିବ ଶଙ୍କର ମୁର୍ମୁ, ତହସିଲଦାର ତାପସ ରଞ୍ଜନ ଦେହୁରୀ, ସହକାରୀ ଯନ୍ତ୍ରୀ ସିଦ୍ଧ ମାଝୀ, ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡିର ପର୍ଯ୍ୟବେକ୍ଷକ ହରିଶ ଚୌଧୁରୀ, ପାଟଣା ନିର୍ବଚନ ମଣ୍ଡଳୀର ସଂଯୋଜକ କାନନବିହାରୀ ପୋହି, ବ୍ଲକ ଅଧ୍ୟକ୍ଷ ଶୁକାନ୍ତି ନାଏକ, ଉପାଧ୍ୟକ୍ଷା ବୀଣା ପାଣି ନାଏକ, ୨୩ ନମ୍ବର ଜିଲା ପରିଷଦ ସଦସ୍ୟା ରୁନୁ ମହାନ୍ତ, ୨୨ ସୌଭାଗ୍ୟ ମଞ୍ଜରୀ ନାଏକ, ୨୧ ନମ୍ବର ପ୍ରଫୁଲ୍ଲ ନାଏକ, ବ୍ଲକ ସଭାପତି ମାଧବା ନନ୍ଦ ପୃଷ୍ଟି, ବରିଷ୍ଠ ବିଜେଡି ନେତା ମିତ୍ରଭାନୁ ମହାନ୍ତ, ଜିଲା ବିଜେଡି ସମ୍ପାଦକ ପ୍ରଶାନ୍ତ ଭଞ୍ଜ, ବଡ଼ ପାଟଣା ସମିତି ସଭ୍ୟ ମୋହନ ସୁନ୍ଦର ମହାନ୍ତ, ଏପିଓ ଦୀପକ କୁମାର ବେହେରା, ଜିପିଓ ରଶ୍ମି ରେଖା ମହାନ୍ତିଙ୍କ ସହ ବ୍ଲକ ନିର୍ବାଚିତ ପ୍ରତିନିଧି, ବ୍ଲକ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri