ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ପାଟଣା,୧୦।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ପରିସରରେ ମଙ୍ଗଳବାର ୫ଟି ଯୋଜନା ‘ଆମ ଓଡ଼ିଶା, ନବୀନ ଓଡିଶା’ କାର୍ଯ୍ୟକ୍ରମର ଉଦଘାଟନ ହୋଇଛି। ଏହି ଯୋଜନାରେ ପାଟଣା ବ୍ଲକରେ ୧୦କୋଟି ଟଙ୍କା ବ୍ୟୟରେ ୨୩୯ଟି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ପ୍ରଥମେ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଲୋକଙ୍କ କୁଶଳ ଜିଜ୍ଞାସା ପଚାରି ବୁଝିବାପରେ ଉପସ୍ଥିତ ଜନସାଧାରଣଙ୍କୁ ଉଦବୋଧନ ଦେଇଥିଲେ। ପାଟଣାବାସୀଙ୍କ ପକ୍ଷରୁ ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ଅଧକ୍ଷ ଜଗନ୍ନାଥ ନାଏକ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ଅଞ୍ଚଳର ଉନ୍ନତି ପାଇଁ ପ୍ରକଳ୍ପଗୁଡିକୁ ମଞ୍ଜୁର କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଥିଲେ। କାର୍ଯ୍ୟକ୍ରମରେ ପାଟଣା ବିଧାୟକ ଜଗନ୍ନାଥ ନାଏକ, ପାଟଣା ବିଡିଓ ଶିବ ଶଙ୍କର ମୁର୍ମୁ, ତହସିଲଦାର ତାପସ ରଞ୍ଜନ ଦେହୁରୀ, ସହକାରୀ ଯନ୍ତ୍ରୀ ସିଦ୍ଧ ମାଝୀ, ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡିର ପର୍ଯ୍ୟବେକ୍ଷକ ହରିଶ ଚୌଧୁରୀ, ପାଟଣା ନିର୍ବଚନ ମଣ୍ଡଳୀର ସଂଯୋଜକ କାନନବିହାରୀ ପୋହି, ବ୍ଲକ ଅଧ୍ୟକ୍ଷ ଶୁକାନ୍ତି ନାଏକ, ଉପାଧ୍ୟକ୍ଷା ବୀଣା ପାଣି ନାଏକ, ୨୩ ନମ୍ବର ଜିଲା ପରିଷଦ ସଦସ୍ୟା ରୁନୁ ମହାନ୍ତ, ୨୨ ସୌଭାଗ୍ୟ ମଞ୍ଜରୀ ନାଏକ, ୨୧ ନମ୍ବର ପ୍ରଫୁଲ୍ଲ ନାଏକ, ବ୍ଲକ ସଭାପତି ମାଧବା ନନ୍ଦ ପୃଷ୍ଟି, ବରିଷ୍ଠ ବିଜେଡି ନେତା ମିତ୍ରଭାନୁ ମହାନ୍ତ, ଜିଲା ବିଜେଡି ସମ୍ପାଦକ ପ୍ରଶାନ୍ତ ଭଞ୍ଜ, ବଡ଼ ପାଟଣା ସମିତି ସଭ୍ୟ ମୋହନ ସୁନ୍ଦର ମହାନ୍ତ, ଏପିଓ ଦୀପକ କୁମାର ବେହେରା, ଜିପିଓ ରଶ୍ମି ରେଖା ମହାନ୍ତିଙ୍କ ସହ ବ୍ଲକ ନିର୍ବାଚିତ ପ୍ରତିନିଧି, ବ୍ଲକ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri