ଅକ୍ଷୟ ତୃତୀୟା ଅବସରରେ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଅକ୍ଷୟ ତୃତୀୟା କୃଷକ ଦିବସ ଅବସରରେ ଅନେକ ଲୋକାଭିମୁଖୀ କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟରେ ଅଖିମୁଠି ଅନୁକୂଳ କରି ରାଜ୍ୟର କୃଷକ ଭାଇ ଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ।
ପରେ ସେ ଲୋକସେବା ଭବନରେ ମିଲେଟ ଶକ୍ତି କାଫେ ଲୋକାର୍ପିତ କରିଥିଲେ। ପୁଷ୍ଟିହୀନତା ନିୟନ୍ତ୍ରଣରେ ମାଣ୍ଡିଆ ଓ ଅନ୍ୟାନ୍ୟ ମିଲେଟ ଖାଦ୍ୟ ଶସ୍ୟର ଗୁରୁତ୍ୱ ଅନୁଭବ କରି ରାଜ୍ୟ ସରକାର ମିଲେଟ ମିଶନ କାର୍ଯ୍ୟକାରୀ କରିଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୪୨ଟି ମିଲେଟ ଆଉଟଲେଟ ଖୋଲାଯାଇ ସାରିଲାଣି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘କୃଷି ସମୀକ୍ଷା କେନ୍ଦ୍ର’ର ଉଦ୍‌ଘାଟନ ମଧ୍ୟ କରିଥିଲେ। ରାଜ୍ୟ କୃଷି ଭବନରେ ଏହି କେନ୍ଦ୍ର ଏକ ‘ସେଣ୍ଟ୍ରାଲ କମାଣ୍ଡ ଆଣ୍ଡ କଣ୍ଟ୍ରୋଲ ସିଷ୍ଟମ୍‌ ’ ଭାବେ କାର୍ଯ୍ୟ କରିବ। କମ୍ପ୍ୟୁଟର ଓ ସୂଚନା ପ୍ରଯୁକ୍ତିର ପ୍ରୟୋଗରେ ଏଠାରେ ଏହା କ୍ଷେତ୍ର ସ୍ତରରୁ ବିଭିନ୍ନ ସୂଚନା ବାସ୍ତବ ସମୟରେ ହାସଲ କରି ନିଷ୍ପତ୍ତି ନେବାରେ ସହାୟତା କରିପାରିବ। ବିଭିନ୍ନ ଯୋଜନାର ସଫଳ ରୂପାୟନରେ ଏବଂ ଚାଷୀଙ୍କୁ ସହାୟତା କରିବାରେ ଏହି କେନ୍ଦ୍ର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ରାଜ୍ୟ ସରକାରଙ୍କ ୫-ଟି ଆଭିମୁଖ୍ୟରେ ଏହି କେନ୍ଦ୍ର ସ୍ଥାପନ କରାଯାଇଛି। କୃଷି ବିଭାଗ ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ ମୁଖ୍ୟମନ୍ତ୍ରୀଙ୍କୁ ଏହି କେନ୍ଦ୍ରର କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ।
ଏହା ସହିତ ଲୋକସେବା ଭବନରେ କାର୍ଯ୍ୟରତ କର୍ମଚାରୀମାନଙ୍କ ଶିଶୁ ସନ୍ତାନମାନଙ୍କ ପାଇଁ ଏକ କ୍ରେଚ୍‌ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିଲେ। ଏଥିରେ ପ୍ରାରମ୍ଭିକ ପର୍ଯ୍ୟାୟରେ ବର୍ତ୍ତମାନ ୨୦ ଜଣ ଶିଶୁ ରହିବାର ବ୍ୟବସ୍ଥା କରାଯାଇଛି।
ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ଏବଂ ମହିଳା ଓ ଶିଶୁ ବିକାଶ ସଚିବ ଶୁଭା ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?