ସେତୁ ଯୋଜନା ବ୍ୟୟ ଅଟକଳ ୫୦ରୁ ୧୦୦ କୋଟି ଟଙ୍କାକୁ ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭(ଅସମାପିକା ସାହୁ): ସେତୁ ଯୋଜନାରେ ସ୍ବାଭିମାନ ଅଞ୍ଚଳରେ ଦ୍ରୁତ ପରିବର୍ତ୍ତନକୁ ଉପଲବ୍ଧି କରି ଚିତ୍ରକୋଣ୍ଡା ବ୍ଲକ୍‌ର ଅବଶିଷ୍ଟ ୯ଟି ପଞ୍ଚାୟତ ଯଥା ଆନ୍ଦ୍ରପାଲ୍ଲୀ, ପଣସପୁଟ, ଜୋଡାମ୍ବୋ, ରାଲିଗଡ଼ା, ପେପରମେଟଲା, ବଡ଼ପଦା, ଗଜଲମାମୁଣ୍ଡି, ଜନ୍ତ୍ରୀ ଓ ଧୁଳିପୁଟ ଏବଂ କୋରୁକୁଣ୍ଡା ବ୍ଲକର ନାକାମାମୁଡ଼ି ପଞ୍ଚାୟତ ସହିତ ମୋଟ୍‌ ୧୦ଟି ଅନୁନ୍ନତ ପଞ୍ଚାୟତକୁ ସେତୁ ଯୋଜନାରେ ଅନ୍ତର୍ଭୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ସେତୁ ଯୋଜନାରେ ବ୍ୟୟ ଅଟକଳ ୫୦ କୋଟିରୁ ୧୦୦ କୋଟିକୁ ବୃଦ୍ଧି କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଚିତ୍ରକୋଣ୍ଡା ବ୍ଲକର ୯୍‌ଟି ବିଚ୍ଛିନ୍ନାଞ୍ଚଳ ପଞ୍ଚାୟତକୁ ଗୁରୁପ୍ରିୟା ସେତୁ ଦ୍ବାରା ସଂଯୋଗ କରାଯାଇଛି। ଯାହା ସ୍ବାଭିମାନ ଅଞ୍ଚଳ ନାମରେ ନାମିତ। ଏହି ଅନୁନ୍ନତ ଅଞ୍ଚଳର ଲୋକମାନଙ୍କର ସାମାଜିକ ଓ ଅର୍ଥନୈତିକ ବିକାଶ ପାଇଁ SETU ( Socio-Economic Transformation and Upliftment) ଯୋଜନା ୨୦୧୮ରୁ କାର୍ଯ୍ୟକାରୀ ହେଉଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବ ଓ ଅନ୍ୟାନ୍ୟ ବରିଷ୍ଠ ପଦାଧିକାରୀ ତା.୨୮.୦୩.୨୦୨୩ରିଖରେ ମାଲକାନଗିରିର ଚିତ୍ରକୋଣ୍ଡା ବ୍ଲକ ପରିଦର୍ଶନ କରିଥିଲେ ଓ ଲୋକମାନଙ୍କ ସ୍ବାର୍ଥ, ସେମାନଙ୍କର ଅଭାବ ଅସୁବିଧା ସମ୍ପର୍କରେ ଆଲୋଚନା କରିଥିଲେ।

ଏତଦ୍‌ବ୍ୟତୀତ ଏହି ଅଞ୍ଚଳର ଶାନ୍ତି ଓ ସୁରକ୍ଷା ପାଇଁ ନିୟୋଜିତ ଅର୍ଦ୍ଧସାମରିକ ବାହିନୀ ପ୍ରତିଷ୍ଠାନର ଭିତ୍ତିଭୂମି ଉନ୍ନତିକରଣ ଓ ସମ୍ପ୍ରସାରଣ ପାଇଁ ସେତୁ ଯୋଜନାରେ ୯ କୋଟି ୬୦ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri