ଟିଟିପିଏସ୍‌ ବନ୍ଦ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବେଗ

ଭୁବନେଶ୍ୱର, ୨୫ା୩(ବ୍ୟୁରୋ):ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍‌) ବନ୍ଦ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ କ୍ଲିୟରାନ୍ସ କମିଟି ଷ୍ଟେଜ୍‌-୩ ପ୍ରକଳ୍ପ ସ୍ଥାପନ କରିବାକୁ ଅନୁମୋଦନ ଦେଇସାରିଥିବାରୁ ତୁରନ୍ତ ଉକ୍ତ କାର୍ଯ୍ୟ ଆରମ୍ଭ ନିମନ୍ତେ କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ) ଆର୍‌.କେ. ସିଂଙ୍କୁ ମୁଖ୍ୟମନ୍ତ୍ରୀ ବୁଧବାର ଚିଠି ଲେଖିଛନ୍ତି।
ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଟିଟିପିଏସ୍‌ ହେଉଛି ଦେଶର ସର୍ବପୁରାତନ ତାପଜ ବିଦ୍ୟୁତ୍‌ କେନ୍ଦ୍ର। ୧୯୬୮ରେ ରାଜ୍ୟ ସରକାରଙ୍କ ଦ୍ୱାରା ଏହା ସ୍ଥାପିତ ହୋଇ ଷ୍ଟେଜ୍‌-୧ରେ ୨୪୦ ମେଗାଓ୍ବାଟ୍‌ ବିଦ୍ୟୁତ୍‌ ଉତ୍ପାଦନ କରୁଥିଲା। ୧୯୮୨ରେ ଷ୍ଟେଜ୍‌-୨ରେ ୨୨୦ ମେଗାଓ୍ବାଟ୍‌ ବିଦ୍ୟୁତ୍‌ ଉତ୍ପାଦନ ହେଉଥିଲା। ୧୯୯୫ରେ ଏହାକୁ ଏନ୍‌ଟିପିସି ଅଧିଗ୍ରହଣ କରିଥିଲା। ୨୦୧୦ରେ ଏନ୍‌ଟିପିସି ନିଜର ଉତ୍ପାଦନ କ୍ଷମତା ବଢାଇବାକୁ ଯୋଜନା କରି ଟିଟିପିଏସ୍‌ରେ ୬୬୦ ମେଗାଓ୍ବାଟ୍‌ ଲେଖାଏ ଦୁଇଟି ଷ୍ଟେଜ୍‌-୩ ୟୁନିଟ୍‌ ସ୍ଥାପନ କରିବାକୁ ନିଷ୍ପତ୍ତି ନେଇଥିଲା। ସେହିବର୍ଷ ଡିସେମ୍ବରରେ ଗ୍ରୀଡ୍‌କୋ ୬୬୦ ମେଗାଓ୍ବାଟ୍‌ ବିଦ୍ୟୁତ୍‌ କିଣିବାକୁ ଏନ୍‌ଟିପିସି
ସହ ପାଓ୍ବାର ପର୍‌ଚେଜ୍‌ ଏଗ୍ରିମେଣ୍ଟ(ପିପିଏ) କରିଥିଲା। ଏନ୍‌ଟିପିସିର ଉକ୍ତ ଷ୍ଟେଜ୍‌-୩ ସମ୍ପ୍ରସାରଣ ପ୍ରକଳ୍ପକୁ ୨୦୨୦ ଫେବୃୟାରୀରେ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ କ୍ଲିୟରାନ୍ସ କମିଟି ଅଥରିଟି ମାଧ୍ୟମରେ ଅନୁମୋଦନ ଦିଆଯାଇଛି। ଏହାସତ୍ତ୍ୱେ ଏନ୍‌ଟିପିସି ପ୍ରକଳ୍ପ କାର୍ଯ୍ୟ ଆରମ୍ଭ କରୁନାହିଁ। ମାର୍ଚ୍ଚ ୩୧ ତାରିଖରେ ବନ୍ଦ ହେବାକୁ ଥିବା ଟିଟିପିଏସ୍‌ ହଜାର ହଜାର ପରିବାର ଏବଂ ସ୍ଥାନୀୟ ଆର୍ଥିକ ଅବସ୍ଥା ଉପରେ ଗୁରୁତର ପ୍ରଭାବ ପକାଇବ। ଏନ୍‌ଟିପିସିର ଟିଟିପିଏସ୍‌ ବନ୍ଦ ନିଷ୍ପତ୍ତି ଉଦ୍‌ବେଗଜନକ ଓ ଏ ନେଇ ଏନ୍‌ଟିପିସି ତ୍ୱରିତ ପଦକ୍ଷେପ ନେଉ। ତୁରନ୍ତ ଟିଟିପିଏସ୍‌ ଷ୍ଟେଜ୍‌-୩ ୟୁନିଟ୍‌ କାମ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ

ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri