ମୁଖ୍ୟମନ୍ତ୍ରୀ ଜଣେ, ଶାସନ ଚଳାଉଛନ୍ତି ଅନ୍ୟ ଜଣେ

କୁଚିଣ୍ଡା,୨୧ା୫(ବିରଞ୍ଚତ୍ ଦର୍କା):ବିଜେଡି ସରକାରରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ। ହେଲେ ତାଙ୍କୁ ମୋହାରା କରି କାର୍ତ୍ତିକ ପାଣ୍ଡିଆନ ସରକାର ଚଳାଉଛନ୍ତି। ଏଭଳି ସରକାରକୁ ହଟାଇବାକୁ ପଡ଼ିବ। ଏଥର ଓଡ଼ିଶାବାସୀ ଏଭଳି ସରକାରକୁ ହଟାଇ ଭାଜପାକୁ ଶାସନଭାର ଦେବେ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କୁଚିଣ୍ଡା ବିଧାନସଭା ନିର୍ବାଚନମଣ୍ଡଳୀର ବାମରା ହାଇସ୍କୁଲ ପଡ଼ିଆରେ ସୋମବାର ଆୟୋଜିତ ଭାଜପା ବିଜୟ ସଙ୍କଳ୍ପ ସମାବେଶରେ ସୋମବାର ବିଧାୟକ ପ୍ରାର୍ଥୀ ରବିନାରାୟଣ ନାୟକଙ୍କ ସହ ପ୍ରଧାନ ଯୋଗଦେଇ ୨୪ବର୍ଷର ନବୀନ ସରକାର ଉପରେ ପ୍ରବଳ ବର୍ଷିଛନ୍ତି।
ସମାବେଶରେ ପ୍ରଧାନ ବକ୍ତବ୍ୟ ରଖି କହିଛନ୍ତି, କଂଗ୍ରେସ ନେତୃତ୍ୱାଧୀନ ୟୁପିଏ ସରକାର ୧୦ ବର୍ଷରେ ଓଡ଼ିଶାକୁ ମାତ୍ର ୩ ଲକ୍ଷ କୋଟି ଟଙ୍କାର ଅନୁଦାନ ଦେଇଥିବା ବେଳେ ମୋଦି ସରକାର ଓଡ଼ିଶାକୁ ୧୮ ଲକ୍ଷ କୋଟି ଟଙ୍କା ଦେଇ ଓଡ଼ିଶାର ବିକାଶ ଧାରାକୁ ଆଗକୁ ନେଇଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୩୪ ଲକ୍ଷ ପକ୍କା ଘର, ୫୫ ଲକ୍ଷ ମା’ମାନଙ୍କ ଘରେ ଉଜ୍ଜ୍ୱଳା ଗ୍ୟାସ ସଂଯୋଗ କରାଯାଇଥିବା କହିଛନ୍ତି। ଓଡ଼ିଶାରେ ଭାଜପା ସରକାର ପାଇଁ ଆଶୀର୍ବାଦ କଲେ ରବିନାରାୟଣ ନାଏକ କ୍ୟାବିନେଟ୍‌ ମନ୍ତ୍ରୀ ହେବେ ଓ ଏମ୍‌ପି ପ୍ରାର୍ଥୀଭାବେ ତାଙ୍କୁ ସମର୍ଥନ କଲେ କେନ୍ଦ୍ରରେ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ ବୋଲି କହିଥିଲେ। ଭାଜପା ନିର୍ବାଚନୀ ଇସ୍ତାହାର ସମ୍ପର୍କରେ ସୂଚନା ଦେଇ ଜନସାଧାରଣଙ୍କ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବାକୁ ମୋଦି ସଙ୍କଳ୍ପ ନେଇଥିବା ପ୍ରଧାନ କହିଛନ୍ତି। ଏହି ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ପାଟଣା ରେଞ୍ଜର ସମୀକ୍ଷା କଲେ ଡିଏଫଓ, ବିଦ୍ୟୁତ ପ୍ରହରୀ…

ପାଟଣା,୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କାର୍ଯ୍ୟାଳୟରେ ବୁଧବାର ରେଞ୍ଜସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦୁଝର ବନଖଣ୍ଡର ଡିଭିଜନାଲ ଫରେଷ୍ଟ…

ଖଣ୍ଡାଦେଉଳି ଅଞ୍ଚଳରେ ଶୋକର ଛାୟା, ୪ ଥର ସରପଞ୍ଚ ହୋଇଥିଲେ କମ୍ରେଡ ଲିଙ୍ଗରାଜ

ଗଞ୍ଜାମ,୫।୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡାଦେଉଳି ପଂଚାୟତର ପୂର୍ବତନ ସରପଞ୍ଚ ତଥା ବରିଷ୍ଠ ସିପିଏମ ନେତା କମ୍ରେଡ ଲିଙ୍ଗରାଜ ପଲେଇଙ୍କ ଦେହାନ୍ତ ହୋଇଛି ।…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri