ପଞ୍ଜୁରିର ଶୁଆ ଭଳି କଥା କହୁଛନ୍ତି ମୁଖ୍ୟମନ୍ତ୍ରୀ: ଧର୍ମେନ୍ଦ୍ର

ସମ୍ବଲପୁର,୧୨ା୫(ପ୍ରମୋଦ ବହିଦାର): ପଞ୍ଜୁରିରେ ଥିବା ଶୁଆ ଭଳି ଯାହା ଶିଖାଯାଉଛି ମୁଖ୍ୟମନ୍ତ୍ରୀ ତାହା କହୁଛନ୍ତି। ଡିଏମ୍‌କେର ଭାଷା କହୁଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଆ ଅସ୍ମିତା କଥା ସେ କେମିତି ବୁଝିବେ। ଏ ସବୁକୁ ନେଇ ପ୍ରଶ୍ନ କଲେ ତାଙ୍କୁ କଷ୍ଟ ହେବା ସ୍ବାଭାବିକ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। ରବିବାର ପୂର୍ବାହ୍ନରେ ବୁଢ଼ାରଜାସ୍ଥିତ ଏକ ହୋଟେଲରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଧର୍ମେନ୍ଦ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ପଚାରିଥିବା ପ୍ରଶ୍ନର ଉତ୍ତର ଦେଇଥିଲେ।

ପ୍ରଧାନମନ୍ତ୍ରୀ ପଚାରିଥିବା ମୂଳ ପ୍ରଶ୍ନର ଉତ୍ତର ମୁଖ୍ୟମନ୍ତ୍ରୀଙ୍କୁ ଜଣାଅଛି କି ବୋଲି ସେ ପ୍ରଶ୍ନ କରିଥିଲେ। ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ଅନେକ ବିଷୟରେ ଅବଗତ ନାହାନ୍ତି। ତାଙ୍କୁ ଦିଆଯାଉଥିବା ଲେଖାକୁ ପଢ଼ି ଭିଡିଓ ମାଧ୍ୟମରେ କେବଳ ଉପସ୍ଥାପନ କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ୪ ଜଣ ଅଣଓଡ଼ିଆ ଗ୍ୟାଙ୍ଗ୍‌ ଘେରି ରହିଛନ୍ତି। ତେଣୁ ଓଡ଼ିଆ ଲୋକେ ମୁଖ୍ୟମନ୍ତ୍ରୀଙ୍କଠାରୁ ନ୍ୟାୟ ପାଇବାରୁ ବଞ୍ଚତ୍ତ ହେଉଛନ୍ତି ବୋଲି ଧର୍ମେନ୍ଦ୍ର କହିଛନ୍ତି।

୨୦୧୪ରେ ଓଡ଼ିଆ ଭାଷା ଶାସ୍ତ୍ରୀୟ ମାନ୍ୟତା ପାଇବା ପରେ ଶିକ୍ଷା ବିଭାଗର ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆନ ଲାଙ୍ଗୁଏଜ୍‌(ସିଆଇଆଇଏଲ୍‌) ରାଜ୍ୟ ସରକାରଙ୍କୁ ଖଣ୍ଡେ ଜମି ମାଗିଥିଲେ। ଏହାର ୫ବର୍ଷ ପରେ ରାଜ୍ୟ ସରକାର ଜମି ଦେବା ବଦଳରେ ଏକ ଘର ଦେଇଥିଲେ। ଉକ୍ତ ଘରେ ସେଣ୍ଟର ଅଫ୍‌ ଏକ୍ସଲେନ୍ସ ଫର୍‌ କ୍ଲାସିକାଲ୍‌ ଓଡ଼ିଆ ସେଣ୍ଟର ସ୍ଥାପନ କରାଗଲା। ଏହାବ୍ୟତୀତ ମୋଦି ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ଭାରତୀୟ ଭାଷା ପ୍ରତିଷ୍ଠାନର ଭୁବନେଶ୍ୱରସ୍ଥିତ ପୂର୍ବାଞ୍ଚଳ ଆଞ୍ଚଳିକ ଭାଷା କେନ୍ଦ୍ରର ବିକାଶ ପାଇଁ ୩୦ କୋଟି ଟଙ୍କା ଦିଆଯାଇଛି।

ସେହିପରି ୟୁଜିସି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପୁସ୍ତକ ପ୍ରକାଶିତ ହୋଇଛି। ଓଡ଼ିଆ ଅସ୍ମିତା ଓ ଓଡ଼ିଶାର କଳା, ସଂସ୍କୃତି, ଇତିହାସ ଓ ରାଜନୀତିରେ ଉଚ୍ଚସ୍ତରୀୟ ଗବେଷଣା ପାଇଁ ଓଡ଼ିଶା ରିସର୍ଚ୍ଚ ସେଣ୍ଟର ପ୍ରତିଷ୍ଠା ହୋଇଛି। ଦେଶିଆ, କୁଇ, ଗଦବା, ଜୁଆଙ୍ଗ, ସାନ୍ତାଳି, ସୌରା ଆଦି ସ୍ଥାନୀୟ ଭାଷାରେ ବର୍ଣ୍ଣବୋଧ ପ୍ରସ୍ତୁତ କରାଯାଇଛି। କେନ୍ଦ୍ର ସରକାର ଭାଷା ଆଧାରିତ ଶିକ୍ଷା ବ୍ୟବସ୍ଥା ପାଇଁ ଯୋଜନା ପ୍ରସ୍ତୁତ କରୁଛନ୍ତି। ଓଡ଼ିଆ ଭାଷା ପ୍ରତି ପ୍ରତିବଦ୍ଧତା ଉପରେ ତାଙ୍କର ଅଣ ଓଡ଼ିଆ ସହଯୋଗୀମାନେ ତାଙ୍କୁ ଠିକ୍‌ ଭାବେ ଅବଗତ କରାଇନାହାନ୍ତି।

କେନ୍ଦ୍ରମନ୍ତ୍ରୀ ପ୍ରଧାନ ଓଡ଼ିଶୀ ସଙ୍ଗୀତ ଉପରେ ମୁଖ୍ୟମନ୍ତ୍ରୀ କରିଥିବା ପ୍ରଶ୍ନ ସମ୍ପୂର୍ଣ୍ଣ ଭିତ୍ତିହୀନ ବୋଲି କହିଛନ୍ତି। ସେ କହିଛନ୍ତି ଓଡ଼ିଆ ଭାଷା, ଓଡ଼ିଶୀ ନୃତ୍ୟକୁ ଶାସ୍ତ୍ରୀୟ ମାନ୍ୟତା ମିଳିସାରିଛି। କିନ୍ତୁ ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ଦେବା ପାଇଁ ଭାରତ ସରକାରଙ୍କ କୌଣସି ବ୍ୟବସ୍ଥା ନାହିଁ ବୋଲି କେନ୍ଦ୍ର ସଂସ୍କୃତି ବିଭାଗ ଅଧୀନରେ ଥିବା ସଙ୍ଗୀତ ନାଟକ ଏକାଡେମୀ ସ୍ପଷ୍ଟ କରିସାରିଛି। ତେଣୁ ଯେଉଁ ବିଷୟ ଭାରତର ବ୍ୟବସ୍ଥାରେ ନାହିଁ ସେଥିପାଇଁ ମୁଖ୍ୟମନ୍ତ୍ରୀ ବାରମ୍ବାର ଚିଠି ଲେଖିବେ ଆଉ ଅଗ୍ରାହ୍ୟ ହେଲା ବୋଲି କହିବା କେତେଦୂର ସମୀଚୀନ ବୋଲି ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ।

୨୦୧୫ ଏପ୍ରିଲ ୧ରେ ପ୍ରଧାନମନ୍ତ୍ରୀ ରାଉରକେଲା ଆସି ଉକତ୍ଳ ଦିବସ ପାଳନ କରିଥିଲେ। ସେହି ବର୍ଷ ଶ୍ରୀମନ୍ଦିରର ନବକଳେବର ପାଇଁ ୫୦ କୋଟି ଟଙ୍କାର କେନ୍ଦ୍ରୀୟ ସହାୟତା ପ୍ରଦାନ କରାଯାଇଥିଲା। ମୋଦି ସରକାର ଓଡ଼ିଶାର ସାମାଜିକ ଜୀବନର ୪୯ଜଣଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନିତ କରିଛନ୍ତି। ତେଣୁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ବଦଳରେ ଗାଳିକରିବା ଦୁର୍ଭାଗ୍ୟଜନକ। ଖୋର୍ଦ୍ଧା ଜିଲାର ବରୁଣେଇ ପାଦଦେଶରେ ପାଇକ ବିଦ୍ରୋହର ସ୍ମାରକୀ ପାଇଁ କେନ୍ଦ୍ରର ତତ୍କାଳୀନ ଅର୍ଥମନ୍ତ୍ରୀ ସ୍ବର୍ଗତ ଅରୁଣ ଜେଟଲୀ ବଜେଟରେ ଘୋଷଣା କରିଥିବା ବେଳେ ଏହାର ଏକ ଡାକ ଟିକେଟ ମଧ୍ୟ ପ୍ରଚଳନ କରାଗଲା। ମାତ୍ର ପାଇକ ସ୍ମାରକୀ ନିର୍ମାଣ ପାଇଁ ଆବଶ୍ୟକ ଜମି ପ୍ରଦାନ କେବଳ କାଗଜପତ୍ରରେ ସୀମିତ ରହିଗଲା।

ଅପରପକ୍ଷରେ ଜି-୨୦ ସମ୍ମିଳନୀରେ ଓଡ଼ିଶାର କଳା ଓ ସଂସ୍କୃତିର ପରିଚୟ କୋଣାର୍କ ଚକ୍ର ତଳେ ପ୍ରଧାନମନ୍ତ୍ରୀ ବିଶ୍ୱସ୍ତରର ନେତାଙ୍କୁ ସ୍ବାଗତ କରିଥିଲେ। ତେଣୁ ପ୍ରଧାନମନ୍ତ୍ରୀଙ୍କୁ ଅପମାନ କରିବା ମୁଖ୍ୟମନ୍ତ୍ରୀଙ୍କୁ ଆଦୌ ଶୋଭାପାଉନାହିଁ ବୋଲି ଧର୍ମେନ୍ଦ୍ର କହିଛନ୍ତି। ଓଡ଼ିଆ ଲୋକଙ୍କ ଭାବାବେଗ ସହ ଜଡ଼ିତ ଶ୍ରୀମନ୍ଦିରର ରନତ୍ଭଣ୍ଡାର ଚାବି କିଏ ହଜାଇଲା, କୋଭିଡ୍‌ ସମୟରେ ଚକ୍ରାନ୍ତ କରି ମହାପ୍ରଭୁଙ୍କ ରଥଯାତ୍ରା ବନ୍ଦ କରିବାକୁ ସୁପ୍ରିମକୋର୍ଟରେ କିଏ ମହାଷଡ଼ଯନ୍ତ୍ର ରଚିଥିଲା ଓ କିଭଳି ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଫଳରେ ରଥଯାତ୍ରା ଆରମ୍ଭ ହୋଇପାରିଥିଲା ଏ ସମ୍ପର୍କରେ ତର୍ଜମା କରିବା ବଦଳରେ ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଦାୟୀ କରି ତାଙ୍କୁ ଦୋଷ ଦେବା ଗ୍ରହଣୀୟ ନୁହେଁ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

ବିଜେଡି ସରକାର ଓ ଏହାର ସ୍ବାର୍ଥନ୍ବେଷୀ ସ୍ଥାନୀୟ ନେତୃତ୍ୱଙ୍କ ଯୋଗୁ କୋଷ୍ଟାଲ ହାଇୱେ କାମ ବନ୍ଦ ପଡ଼ିଛି। ବୋଲି ଧର୍ମେନ୍ଦ୍ର ଅଭିଯୋଗ କରିଛନ୍ତି। ଖବରଦାତା ସମ୍ମିଳନୀରେ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ, ଡ. ପ୍ରମୋଦ ରଥ, କ୍ଷେତ୍ରୀୟ ଗଣମାଧ୍ୟମ ସଂଯୋଜକ ମାନସ ରଞ୍ଜନ ବକ୍ସି, ବରିଷ୍ଠ ନେତା ଗୋବିନ୍ଦ ଅଗ୍ରୱାଲ, ଜିଲା ଗଣମାଧ୍ୟମ ସଂଯୋଜକ ସଞ୍ଜୟ ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri