୨୧,୪୨୭ ବସ୍ତି ବାସିନ୍ଦା ପରିବାରକୁ ଭୂମି ଅଧିକାର ପ୍ରମାଣପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୨(ଅସମାପିକା ସାହୁ): ରାଜ୍ୟର ସହର ବିକାଶ ଇତିହାସରେ ଆଜି ଏକ ନୂଆ ମାଇଲଷ୍ଟୋନ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୫-ଟି ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ରାସ୍ତାଘାଟ, ପିଇବା ପାଣି,ସ୍ବରେଜ ସିଷ୍ଟମ ଏବଂ ଅନେକ ନାଗରିକ ସେବା ସହିତ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଓ ବିଜୁ ଆଦର୍ଶ କଲୋନୀ ଲୋକାର୍ପଣ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ। ସମୃଦ୍ଧ ସହର ରାଜ୍ୟର ସମୃଦ୍ଧି ବିଷୟରେ ସୂଚନା ଦେଇଥାଏ। ୫-ଟି ଉପକ୍ରମରେ ହେଉଥିବା ଏହି ସବୁ ବିକାଶ କାର୍ଯ୍ୟକ୍ରମ ଲୋକଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ସବୁ ପ୍ରକଳ୍ପ ଆମର ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିବାରେ ସହାୟକ ହେବ।

ସୂଚନାଯୋଗ୍ୟ, ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟର ୪ଟି ସହର ଯଥା କଟକ, ସମ୍ବଲପୁର, ବ୍ରହ୍ମପୁର ଓ ରାଉରକେଲାର ୨୧,୪୨୭ ବସ୍ତି ବାସିନ୍ଦା ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ଦିଆଯାଇଛି। ଏଥି ସହିତ ରାଜ୍ୟର ୨୬ଟି ସହରରେ ୬୨୬ଟି ବିଜୁ ଆଦର୍ଶ କଲୋନୀ ଲୋକାର୍ପିତ ହୋଇଛି। ଏହା ଦ୍ୱାରା ୨ ଲକ୍ଷ ପରିବାର ଉପକୃତ ହେବେ। ଏଥି ସହିତ ୨୬ଟି ସହର ବସ୍ତିମୁକ୍ତ ହେଲା। ସହରର ଅନ୍ୟମାନଙ୍କ ପରି ସେମାନେ ମଧ୍ୟ ସବୁ ମୌଳିକ ସୁବିଧା ସୁଯୋଗ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri