‘ଏକ ପେଡ୍‌ ମା’ କେ ନାମ୍‌’ ଅଭିଯାନରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ: ବିଧାନସଭା ପରିସରରେ ଲଗାଇଲେ ଏହି ଗଛ

ଭୁବନେଶ୍ୱର,୬।୭(ଅସମାପିକା ସାହୁ): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ଓଡ଼ିଶା ବିଧାନସଭା ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ ରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଛ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ପଣ୍ଡିତ ଗୋପବନ୍ଧୁ ଏକାଧାରାରେ ଜଣେ ଦେଶସେବକ, ଜନନାୟକ, ସ୍ବାଧୀନତା ସଂଗ୍ରାମୀ, କବି, ଲେଖକ ଓ ଆଦର୍ଶ ଶିକ୍ଷକ ଥିଲେ। ସତ୍ୟବାଦୀରେ ପ୍ରତିଷ୍ଠିତ ମଣିଷ ତିଆରି କାରଖାନା ସତ୍ୟବାଦୀ ବନବିଦ୍ୟାଳୟ ପାଇଁ ସେ ଚିରସ୍ମରଣୀୟ ହୋଇରହବେ। ଓଡ଼ିଆ ନବଯୁଗର ଗୋପବନ୍ଧୁ ପ୍ରବର୍ତ୍ତକ
ଥିଲେ ବୋଲି ସେ କହିଥିଲେ।
ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ଓଡିଆ ଭାଷା ସାହିତ୍ୟର ପ୍ରତିଷ୍ଠା ପାଇଁ ତାଙ୍କ ଉଦ୍ୟମ ଚିରସ୍ମରଣୀୟ। ଉତ୍କଳମଣି ଗୋପବନ୍ଧୁ ବାସ୍ତବିକ ଥିଲେ ଯୁଗପୁରୁଷ। ବନ୍ୟା, ବାତ୍ୟା ଓ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଓଡ଼ିଶାବାସୀଙ୍କୁ ସାହାଯ୍ୟ ପାଇଁ ସେ ଚିରସ୍ମରଣୀୟ ହୋଇ ରହିବେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଏକ ପେଡ ମା’ କେ ନାମ’ ଅଭିଯାନରେ ବିଧାନସଭା ପରିସରରେ ଏକ ରୁଦ୍ରାକ୍ଷ ଚାରା ରୋପଣ କରିଥଲେ। ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ, ବାଚସ୍ପତି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ନୂଆ ପ୍ରଦେଶ ପ୍ରଭାରୀ ଘୋଷଣା କଲା ଭାଜପା: ସ୍ମୃତି, ବୈଜୟନ୍ତଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜାଣନ୍ତୁ ଓଡ଼ିଶା ଦାୟିତ୍ୱରେ କିଏ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନରେ ବଡ଼ ଧରଣର ପରିବର୍ତ୍ତନ କରି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ନୂଆ ପ୍ରଦେଶ ପ୍ରଭାରୀ ଓ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ଟି-୨୦ ବୋଲିଂ ରାଙ୍କିଙ୍ଗ୍‌ରେ ହଟଚମଟ: ଦୁନିଆର ନମ୍ବର-୧ ବୋଲର ହେଲେ ପାକିସ୍ତାନର ଏହି ଖେଳାଳି, ଭାରତକୁ ଝଟ୍‌କା!

ନୂଆଦିଲ୍ଲୀ,୨୩।୯: ଆଇସିସି ପକ୍ଷରୁ ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କରାଯାଇଛି। ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପାକିସ୍ତାନର ସ୍ପିନର ଅବରାର ଅହମ୍ମଦ ୭୩୬ ରେଟିଂ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଶନ କାର୍ଡରୁ ବାଦ୍‌ ପଡିଲେ…

ଭୁବନେଶ୍ୱର,୨୩।୯: ରାଜ୍ୟରେ ନୂତନ ରାଶନ କାର୍ଡ (Ration Card) ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ବିଧାନସଭାରେ ବିଧାୟକ ବ୍ୟୋମକେଶ ରାୟଙ୍କ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?