ସୁବର୍ଣ୍ଣପୁରରେ ଅରୁନ୍ଧତୀ ବାନ୍ଧକଳା ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ସୋନପୁର,୨।୩(ମୃତ୍ୟୁଞ୍ଜୟ ଶତପଥୀ): ଅରୁନ୍ଧତୀ ଗ୍ରୁପ୍‌ର ବହୁ ପ୍ରତୀକ୍ଷିତ ଅତ୍ୟାଧୁନିକ ଇଣ୍ଟିଗ୍ରେଟେଡ୍‌ ହ୍ୟାଣ୍ଡଲୁମ୍‌ ୟୁନିଟ୍‌ (ଅରୁନ୍ଧତୀ ବାନ୍ଧକଳା ପ୍ରକଳ୍ପ)କୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଶିଳାନ୍ୟାସ କରିଛନ୍ତି। ୫୫ କୋଟି ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି ପ୍ରକଳ୍ପ ଅଞ୍ଚଳର ବୁଣାକାର ପରିବାରଙ୍କୁ ପ୍ରୋତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ସୁବର୍ଣ୍ଣପୁର ଟାଉନ ହଲ୍‌ ପରିସରରେ ଏହି ଉତ୍ସବ ଆୟୋଜିତ ହୋଇଥିଲା। ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ, ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ରୀତା ସାହୁ ଏବଂ ସୁବର୍ଣ୍ଣପୁର ଜିଲାପାଳ ଅନ୍ୟା ଦାସ ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ। ସୋନପୁର ବ୍ଲକର ଛେପାପାଲିଠାରେ ୧୦ ଏକର ପରିମିତ ଜମିରେ ଅତ୍ୟାଧୁନିକ ରିସର୍ଚ୍ଚ ଆଣ୍ଡ ଡେଭ୍‌ଲପମେଣ୍ଟ ସେଣ୍ଟର ପ୍ରତିଷ୍ଠା ହେବ। ଏଥିରେ ୩ ହଜାର ହ୍ୟାଣ୍ଡଲୁମ୍‌ ରହିବ। ଏହି ପ୍ରକଳ୍ପରେ ୫ ହଜାର ବୁଣାକାରଙ୍କୁ ନିଯୁକ୍ତି ମିଳିବ ବୋଲି ସୂଚନା ଦିଆଯାଇଥିଲା। ଅରୁନ୍ଧତୀ ଗ୍ରୁପ୍‌ର ପରିଚାଳନା ନିର୍ଦ୍ଦେଶକ ତଥା ପ୍ରତିଷ୍ଠାତା ବ୍ରହ୍ମାନନ୍ଦ ମେହେର କହିଥିଲେ, ସୋନପୁର ଏକ ସର୍ବପୁରାତନ ପ୍ରାଚୀନ ସଂସ୍କୃତି ଓ ଐତିହ୍ୟର କେନ୍ଦ୍ରସ୍ଥଳୀ। ଏଠାକାର ପାରମ୍ପରିକ ବୟନ ହସ୍ତଶିଳ୍ପ ଓ ବାନ୍ଧକଳା ବିଶ୍ୱ ପ୍ରସିଦ୍ଧ। ପୁରାତନ ଯୁଗରୁ ପ୍ରଚଳିତ ହୋଇ ଆସୁଥିବା ଏହି ସୌଖୀନ କାରିଗରି କୌଶଳକୁ ଆଗେଇ ନେବା ପାଇଁ ଚେଷ୍ଟା କରାଯିବ। ପାରମ୍ପରିକ ହସ୍ତଶିଳ୍ପ ପ୍ରକ୍ରିୟାରେ ସ୍ଥିରତା, ନବସୃଜନତା ଓ ସଶକ୍ତୀକରଣ ଆଣିବା ହେଉଛି ଆମର ମୂଳଲକ୍ଷ୍ୟ। ଯୁବପିଢ଼ିମାନଙ୍କୁ ପାରମ୍ପରିକ ବାନ୍ଧକଳା ପ୍ରତି ଆକୃଷ୍ଟ କରିବା ସହ ଆମ ନିଜ ବୁଣାକାର ସମ୍ପ୍ରଦାୟର ଜୀବନ ଜୀବିକାକୁ ସମୃଦ୍ଧ କରିବାରେ ଏହି ପ୍ରକଳ୍ପ ସହାୟକ ହେବ। ଅନ୍ୟମାନଙ୍କ ମଧ୍ୟରେ ଅରୁନ୍ଧତୀ ଗ୍ରୁପ୍‌ର ନିର୍ଦ୍ଦେଶକ ଅଚ୍ୟୁତାନନ୍ଦ ମେହେର ଓ ବାନ୍ଧକଳା ପ୍ରକଳ୍ପର ମୁଖ୍ୟ ରବିଶ ଟଣ୍ଡନ ମଞ୍ଚାସୀନ ଥିଲେ। ଏହି ଅବସରରେ ଶିଳ୍ପୀ ଗୁରୁ ପଦ୍ମଶ୍ରୀ ଚତୁର୍ଭୁଜ ମେହେରଙ୍କ ସମେତ ବଲାଙ୍ଗୀର ଓ ସୁବର୍ଣ୍ଣପୁର ଜିଲାର ଜାତୀୟ ଓ ରାଜ୍ୟ ପୁରସ୍କାରପ୍ରାପ୍ତ ବୁଣାକାରଙ୍କୁ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା ପରଠାରୁ,…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri