ସୁବର୍ଣ୍ଣପୁରରେ ଅରୁନ୍ଧତୀ ବାନ୍ଧକଳା ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ସୋନପୁର,୨।୩(ମୃତ୍ୟୁଞ୍ଜୟ ଶତପଥୀ): ଅରୁନ୍ଧତୀ ଗ୍ରୁପ୍‌ର ବହୁ ପ୍ରତୀକ୍ଷିତ ଅତ୍ୟାଧୁନିକ ଇଣ୍ଟିଗ୍ରେଟେଡ୍‌ ହ୍ୟାଣ୍ଡଲୁମ୍‌ ୟୁନିଟ୍‌ (ଅରୁନ୍ଧତୀ ବାନ୍ଧକଳା ପ୍ରକଳ୍ପ)କୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଶିଳାନ୍ୟାସ କରିଛନ୍ତି। ୫୫ କୋଟି ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି ପ୍ରକଳ୍ପ ଅଞ୍ଚଳର ବୁଣାକାର ପରିବାରଙ୍କୁ ପ୍ରୋତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ସୁବର୍ଣ୍ଣପୁର ଟାଉନ ହଲ୍‌ ପରିସରରେ ଏହି ଉତ୍ସବ ଆୟୋଜିତ ହୋଇଥିଲା। ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ, ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ରୀତା ସାହୁ ଏବଂ ସୁବର୍ଣ୍ଣପୁର ଜିଲାପାଳ ଅନ୍ୟା ଦାସ ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ। ସୋନପୁର ବ୍ଲକର ଛେପାପାଲିଠାରେ ୧୦ ଏକର ପରିମିତ ଜମିରେ ଅତ୍ୟାଧୁନିକ ରିସର୍ଚ୍ଚ ଆଣ୍ଡ ଡେଭ୍‌ଲପମେଣ୍ଟ ସେଣ୍ଟର ପ୍ରତିଷ୍ଠା ହେବ। ଏଥିରେ ୩ ହଜାର ହ୍ୟାଣ୍ଡଲୁମ୍‌ ରହିବ। ଏହି ପ୍ରକଳ୍ପରେ ୫ ହଜାର ବୁଣାକାରଙ୍କୁ ନିଯୁକ୍ତି ମିଳିବ ବୋଲି ସୂଚନା ଦିଆଯାଇଥିଲା। ଅରୁନ୍ଧତୀ ଗ୍ରୁପ୍‌ର ପରିଚାଳନା ନିର୍ଦ୍ଦେଶକ ତଥା ପ୍ରତିଷ୍ଠାତା ବ୍ରହ୍ମାନନ୍ଦ ମେହେର କହିଥିଲେ, ସୋନପୁର ଏକ ସର୍ବପୁରାତନ ପ୍ରାଚୀନ ସଂସ୍କୃତି ଓ ଐତିହ୍ୟର କେନ୍ଦ୍ରସ୍ଥଳୀ। ଏଠାକାର ପାରମ୍ପରିକ ବୟନ ହସ୍ତଶିଳ୍ପ ଓ ବାନ୍ଧକଳା ବିଶ୍ୱ ପ୍ରସିଦ୍ଧ। ପୁରାତନ ଯୁଗରୁ ପ୍ରଚଳିତ ହୋଇ ଆସୁଥିବା ଏହି ସୌଖୀନ କାରିଗରି କୌଶଳକୁ ଆଗେଇ ନେବା ପାଇଁ ଚେଷ୍ଟା କରାଯିବ। ପାରମ୍ପରିକ ହସ୍ତଶିଳ୍ପ ପ୍ରକ୍ରିୟାରେ ସ୍ଥିରତା, ନବସୃଜନତା ଓ ସଶକ୍ତୀକରଣ ଆଣିବା ହେଉଛି ଆମର ମୂଳଲକ୍ଷ୍ୟ। ଯୁବପିଢ଼ିମାନଙ୍କୁ ପାରମ୍ପରିକ ବାନ୍ଧକଳା ପ୍ରତି ଆକୃଷ୍ଟ କରିବା ସହ ଆମ ନିଜ ବୁଣାକାର ସମ୍ପ୍ରଦାୟର ଜୀବନ ଜୀବିକାକୁ ସମୃଦ୍ଧ କରିବାରେ ଏହି ପ୍ରକଳ୍ପ ସହାୟକ ହେବ। ଅନ୍ୟମାନଙ୍କ ମଧ୍ୟରେ ଅରୁନ୍ଧତୀ ଗ୍ରୁପ୍‌ର ନିର୍ଦ୍ଦେଶକ ଅଚ୍ୟୁତାନନ୍ଦ ମେହେର ଓ ବାନ୍ଧକଳା ପ୍ରକଳ୍ପର ମୁଖ୍ୟ ରବିଶ ଟଣ୍ଡନ ମଞ୍ଚାସୀନ ଥିଲେ। ଏହି ଅବସରରେ ଶିଳ୍ପୀ ଗୁରୁ ପଦ୍ମଶ୍ରୀ ଚତୁର୍ଭୁଜ ମେହେରଙ୍କ ସମେତ ବଲାଙ୍ଗୀର ଓ ସୁବର୍ଣ୍ଣପୁର ଜିଲାର ଜାତୀୟ ଓ ରାଜ୍ୟ ପୁରସ୍କାରପ୍ରାପ୍ତ ବୁଣାକାରଙ୍କୁ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

BSNLର ୩୩୬ ଦିନିଆ ପ୍ଲାନ୍‌, ଫେଲ୍‌ ମାରିବେ ଜିଓ, ଏୟାରଟେଲ୍‌

ନୂଆଦିଲ୍ଲୀ,୨୬।୦୭: ଖୁବ୍‌ଶୀଘ୍ର ଦେଶରେ ୪ଜି ସେବା ଲଞ୍ଚ୍‌ କରିବାକୁ ଯାଉଛି ଭାରତ ସଞ୍ଚାର ନିଗମ ବା ବିଏସ୍‌ଏନ୍‌ଏଲ୍‌ । ପ୍ରାଇଭେଟ୍‌ ଟେଲିକମ୍‌ କମ୍ପାନୀମାନଙ୍କୁ ଟକ୍କର ଦେବା...

ବଜେଟ ପରେ ନିର୍ମଳା ସୀତାରମଣଙ୍କ ବଡ଼ ପ୍ରତିକ୍ରିୟା: ‘ମୁଁ ମଧ୍ୟବିତ୍ତ ପରିବାରକୁ ରିହାତି ଦେବାକୁ ଚାହେଁ, କିନ୍ତୁ…’

ନୂଆଦିଲ୍ଲୀ,୨୬ା୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନା କରି ରେକର୍ଡ କରିଥିବା ବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏକ...

ଆଜିଠୁୁ ଜିଓର ଫ୍ରିଡମ ଅଫର: ଜାଣନ୍ତୁ କ’ଣ ରହିଛି ସୁବିଧା

ନୂଆଦିଲ୍ଲୀ,୨୬।୭: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସେବା ପ୍ରଦାନକାରୀ ‘ଜିଓ’ର ବହୁ ପ୍ରତୀକ୍ଷିତ ସ୍କିମ୍‌ ‘ ଫ୍ରିଡମ ଅଫର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ପୁଣି କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ…

ନୂଆଦିଲ୍ଲୀ,୨୫।୭: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୬୪,୯୪୦ ଟଙ୍କା ହୋଇଥିବା ବେଳେ ୨୪...

ସିଜିୟୁ ଅନ୍ତର୍ଜାତୀୟ ଛାତ୍ରୀଛାତ୍ରଙ୍କ ସ୍ନାତକୋତ୍ତର ଦିବସ

ଭୁବନେଶ୍ୱର, ୨୫।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି (ସିଜିୟୁ)  ଅନ୍ତର୍ଜାତୀୟ ଛାତ୍ରୀଛାତ୍ରମାନଙ୍କର ସ୍ନାତକୋତ୍ତର ଦିବସ ନିକଟରେ ପାଳିତ...

ସୀମା ଶୁଳ୍କ ହ୍ରାସ ନିଷ୍ପତ୍ତିକୁ ଲାଲ୍‌ଚାନ୍ଦ୍‌ର ପ୍ରଶଂସା

ଭୁବନେଶ୍ୱର, ୨୫।୭: ଚଳିତ ଆର୍ଥିକ ବର୍ଷର କେନ୍ଦ୍ରୀୟ ବଜେଟରେ କେନ୍ଦ୍ର ସରକାର ସୁନା ଆମଦାନୀ ଶୁକ୍ଳ ହ୍ରାସ କରିଛନ୍ତି। ଏପରିକି ସୀମା ଶୁଳ୍କ ୧୫% ରୁ...

ବଜାରରେ ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ ୦୪

ନୂଆଦିଲ୍ଲୀ,୨୫।୭: ଦେଶର ପ୍ରମୁଖ ପ୍ରିମିୟମ ବ୍ରାଣ୍ଡ୍‌ ତଥା ବିଏମ୍‌ଡବ୍ଲ୍ୟୁ ମୋଟୋରାଡ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ...

ଜିଏସ୍‌ଟି ସ୍ଲାବ୍‌ର ହୋଇପାରେ ସରଳୀକରଣ

ଭୁବନେଶ୍ୱର, ୨୫।୭(ଅନୁରାଧା ମହାରଣା): ଗୁଡ୍‌ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ(ଜିଏସ୍‌ଟି) ସ୍ଲାବ୍‌ରେ ସରକାର ବଡ଼ ପରିବର୍ତ୍ତନ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ଦିନରେ ଜିଏସ୍‌ଟି ଟ୍ୟାକ୍ସ ସ୍ଲାବ୍‌...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri