‘ଏକାମ୍ର ପ୍ରକଳ୍ପ’ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବନ୍ଦନା ସେଠୀ)/ପୁରୁଣା ଭୁବନେଶ୍ୱର,୨୯।୬(ସୁବାସ ପ୍ରଧାନ)ବେଦ, ମନ୍ତ୍ର ଓ ପୂଜାପାଠ ସହ ସମ୍ପୂର୍ଣ୍ଣ ଆଧ୍ୟାତ୍ମିକ ପରିବେଶ ଭିତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁ ପ୍ରତୀକ୍ଷିତ ତଥା ଆକାଂକ୍ଷିତ ‘ଏକାମ୍ର ପ୍ରକଳ୍ପ’ର ଶିଳାନ୍ୟାସ କରିଛନ୍ତି। ଏଥିସହ ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ସମ୍ମୁଖରେ ୩ଦିନ ଧରି ଚାଲିଥିବା ଭୂମିପୂଜନ ଉତ୍ସବ ଶେଷ ହୋଇଛି। ଶୈବପୀଠ ସମେତ ଏକାମ୍ର କ୍ଷେତ୍ରର ବିକାଶ ପାଇଁ ୪ବର୍ଷର ପ୍ରକ୍ରିୟା ଖୁବ୍‌ଶୀଘ୍ର ପୂର୍ଣ୍ଣାଙ୍ଗ ରୂପ ନେବାକୁ ଯାଉଥିବାରୁ ସେବାୟତ, ଶ୍ରଦ୍ଧାଳୁଙ୍କ ମଧ୍ୟରେ ବେଶ୍‌ ଆନନ୍ଦ ପ୍ରକାଶ ପାଇଛି। ‘ଏକାମ୍ର ପ୍ରକଳ୍ପ’ର ଶିଳାନ୍ୟାସ ପାଇଁ ଶିବ ଆରାଧନା ସହ ସୋମବାରଠାରୁ ଯଜ୍ଞ କର୍ମ ଆରମ୍ଭ ହୋଇଥିଲା। ବୁଧବାର ଆଷାଢ଼ ଶୁକ୍ଳପକ୍ଷ ଦଶମୀ ତିଥିରେ ସକାଳ ୬ଟା ୩୦ରୁ ସୂର୍ଯ୍ୟପୂଜା, ଦ୍ବାରପାଳ ପୂଜା, ଶିଳା ପୂଜା, ଅଗ୍ନିପୂଜା ଓ ବନ୍ଦନା ପରେ ୯ଟା ୩୦ରେ ଶିଳା ବିଶୋଧନ, ଶିଳା ପ୍ରତିଷ୍ଠା, ଗର୍ଭ ସଂସ୍କାର ଓ ଶିଳାନ୍ୟାସ କର୍ମ କରାଯିବା ପରେ ଯଜ୍ଞ ପୂର୍ଣ୍ଣାହୁତି ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ଦିର ସମ୍ମୁଖରେ ପହଞ୍ଚତ୍ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିବା ପରେ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ପରେ ଯଜ୍ଞସ୍ଥଳକୁ ଯାଇ ପୂର୍ଣ୍ଣାହୁତିରେ ସାମିଲ ହୋଇଥିଲେ। ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ ପୂର୍ବରୁ ୫-ଟି ସଚିବ ଭି.କେ ପାଣ୍ଡିଆନ ସମସ୍ତ କାର୍ଯ୍ୟର ସମୀକ୍ଷା କରିଥିଲେ। ବ୍ରାହ୍ମଣ ନିଯୋଗ, ବଡ଼ୁ ନିଯୋଗ ଏବଂ ସମର୍ଥା ନିଯୋଗର ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀଙ୍କୁ ମହାପ୍ରଭୁ ଲିଙ୍ଗରାଜଙ୍କ ଦାମୋଦର ବେଶର ଏକ ଫଟୋଚତ୍ର ପ୍ରଦାନ କରିଥିଲେ। ଏହି ଅବସରରେ ଏକାମ୍ର ପ୍ରକଳ୍ପ ନିମନ୍ତେ ଜମି ପ୍ରଦାନ କରିଥିବା ୧୪ଜଣ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ। କାର୍ଯ୍ୟକ୍ରମରେ ବରିଷ୍ଠ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଡିଏ ଉପାଧ୍ୟକ୍ଷ ବଲବନ୍ତ ସିଂ, ଭୁବନେଶ୍ବର ମହାନଗର ନିଗମ କମିଶନର ବିଜୟ ଅମୃତା କୁଲାଙ୍ଗେ, ଖୋର୍ଦ୍ଧା ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।
ଏକାମ୍ର ପ୍ରକଳ୍ପର ୩ଦିନିଆ ଭୂମିପୂଜନ ଉତ୍ସବରେ ପର୍ଯ୍ୟଟକ ଓ ଭକ୍ତମାନେ ଏକାମ୍ର କ୍ଷେତ୍ରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ ପରମ୍ପରା ସହ ଯୋଡି ହେବାର ସୁଯୋଗ ପାଇଥିଲେ। ଲିଙ୍ଗରାଜ ମନ୍ଦିର, ଅନନ୍ତ ବାସୁଦେବ, ମୁକ୍ତେଶ୍ୱର ମନ୍ଦିର, ବିନ୍ଦୁସାଗର ପୁଷ୍କରିଣୀ ଓ ଅନ୍ୟାନ୍ୟ ଛୋଟ ମନ୍ଦିରଗୁଡ଼ିକ ଆଲୋକମାଳାରେ ସୁସଜ୍ଜିତ ହୋଇ ଏକ ଅପୂର୍ବ ଆକର୍ଷଣୀୟ ପରିବେଶ ସୃଷ୍ଟି କରିଥିଲା। ପାରମ୍ପରିକ ଯଜ୍ଞ ରୀତିନୀତି ମାଧ୍ୟମରେ ଏକାମ୍ର କ୍ଷେତ୍ରର ପବିତ୍ରତା ଆହୁରି ବୃଦ୍ଧି ପାଇ ଏକ ଶାନ୍ତ ବାତାବରଣ ସୃଷ୍ଟି ହୋଇଥିଲା। ଧାର୍ମିକ ସମାରୋହ ବ୍ୟତୀତ ଉପସ୍ଥିତ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁମାନେ ଆକର୍ଷଣୀୟ ସ୍କାଏ ପ୍ରୋଜେକ୍‌ସନ୍‌, ଲାଇଟ୍‌ ଓ ସାଉଣ୍ଡ୍‌ ଶୋ, ଭଜନ ସମାରୋହ, ନୃତ୍ୟ ପ୍ରଦର୍ଶନ ସହ ପ୍ରକଳ୍ପର ମଡେଲ ଏବଂ ତଥ୍ୟ ସମ୍ବଳିତ ପ୍ରଦର୍ଶନୀ ଦେଖିଥିଲେ।

ଐତିହାସିକ ‘ଏକାମ୍ର ପ୍ରକଳ୍ପ’ ଯୋଜନା ୨୦୧୯ରେ ଆରମ୍ଭ କରାଯାଇଥିଲା। ବିଭିନ୍ନ ସ୍ମାରକୀ, ପବିତ୍ର ପୁଷ୍କରିଣୀ ଓ ଅନ୍ୟାନ୍ୟ ଜଳାଶୟର ପୁନରୁଦ୍ଧାର ସମେତ ଶ୍ରୀ ଲିଙ୍ଗରାଜଙ୍କ ଚତୁଃପାର୍ଶ୍ୱର ୮୦ ଏକର ଜମିରେ ଏହି ପ୍ରକଳ୍ପ ନିର୍ମାଣର ଲକ୍ଷ୍ୟ ରଖାଯାଇଛି। ପ୍ରଥମ ପର୍ଯ୍ୟାୟରେ ଏକାମ୍ର କ୍ଷେତ୍ରର ପ୍ରତ୍ନତତ୍ତ୍ବ ଏବଂ ପ୍ରତ୍ନତାତ୍ତ୍ବିକ ଐତିହ୍ୟର ପୁନରୁଦ୍ଧାର ପରି ପ୍ରମୁଖ କାର୍ଯ୍ୟକ୍ରମର ରୂପାୟନ କରାଯିବ। ଯାନବାହନ ଚଳାଚଳକୁ ସୁଗମ କରିବା ନିମନ୍ତେ ୧୨ରୁ ୧୮ ମିଟର ଚଉଡ଼ା ରାସ୍ତା, ପଥଚାରୀଙ୍କ ପାଇଁ ୪ରୁ ୧୦ ମିଟର ଚଉଡ଼ା ଚଲାପଥ ଏବଂ ପାର୍କିଂ ବ୍ୟବସ୍ଥା କରାଯିବ। ଏଥିସହ ଶ୍ରଦ୍ଧାଳୁଙ୍କ ନିମନ୍ତେ ଆନ୍ତଃସଂଯୋଗ କରୁଥିବା ମୁକ୍ତସ୍ଥାନ, ୩୦୦ ବର୍ଗମିଟରର ଦର୍ଶନ ସୁବିଧା, ଜରୁରିକାଳୀନ ସେବା ନିମନ୍ତେ ୧୬୦୦ ବର୍ଗମିଟରର ସୂଚନା ଓ ନିୟନ୍ତ୍ରଣ କେନ୍ଦ୍ର, ବିନ୍ଦୁସାଗର ଚତୁଃପାର୍ଶ୍ୱରେ ଉତ୍ସର୍ଗୀକୃତ ଚଲାପଥ ନିର୍ମାଣ କରାଯିବ। ଏହି ପ୍ରକଳ୍ପ ନିର୍ମାଣ ନିମନ୍ତେ ଓଡ଼ିଶା ସେତୁ ନିର୍ମାଣ ନିଗମକୁ ଦାୟିତ୍ୱ ଦିଆଯାଇଛି ଏବଂ ଉନ୍ନୟନ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?