ରାଉରକେଲାରେ ସର୍ବବୃହତ୍‌ ହକି ଷ୍ଟାଡିୟମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,(ଡି.ଏନ.ଏ.)/ରାଉରକେଲା ଅଫିସ,୧୬।୨:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସୁନ୍ଦରଗଡ ଜିଲା ଗସ୍ତରେ ଆସି ରାଉରକେଲାଠାରେ ସର୍ବବୃହତ୍‌ ହକି ଷ୍ଟାଡିୟମର ଶିଳାନ୍ୟାସ କରିଛନ୍ତି। ଏହି ଷ୍ଟାଡିୟମକୁ ମହାନ ସ୍ବାଧୀନତା ସଂଗ୍ରାମୀ ବିର୍ସାମୁଣ୍ଡାଙ୍କ ନାମରେ ନାମିତ କରିଛନ୍ତି। ରାଉରକେଲା ବିଜୁପଟ୍ଟନାୟକ ବୈଷୟିକ ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ସମାରୋହରେ ମୁଖ୍ୟମନ୍ତ୍ରୀ ଏହି ଷ୍ଟାଡିୟମର ଶିଳାନ୍ୟାସ କରିବା ସହ ୪ ହଜାର ୯୧୫କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,ସୁନ୍ଦରଗଡ ହେଊଛି ହକିର ଏନ୍ତୁଡିଶାଳ।ଏହି ମାଟିର ଖେଳାଳି ଓଡ଼ିଶାର ନାଁକୁ ବିଶ୍ବ ଦରବାରରେ ପରିଚିତ କରାଇଛନ୍ତି। ହକିରେ ଦେଶ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି। ଏଠାରେ ଆଗାମୀ ବିଶ୍ବକପ୍‌ ହକି ଆୟୋଜନ ପାଇଁ ଆମେ ଆଗୁଆ ପ୍ରସ୍ତୁତି କରିଦେଇଛୁ। ଆଦିବାସୀ ବହୁଳ ସୁନ୍ଦରଗଡର ବିକାଶକୁ ରାଜ୍ୟ ସରକାର ସବୁବେଳେ ଗୁରୁତ୍ତ୍ୱ ଦେଇ ଆସୁଛନ୍ତି। ରାଉରକେଲା ହେଉଛି ଆଶାର ସହର। ଏହି ଷ୍ଟାଡିୟମ ସହ ଜିଲା ର ୧୭ ଟି ବ୍ଲକରେ ସ୍ବତନ୍ତ୍ର ଆଷ୍ଟ୍ରୋଟର୍ଫ ନିର୍ମାଣର ମଧ୍ୟ ଶିଳାନ୍ୟାସ କରାଯାଇଛି। ଏହାଦାରା ଏଠାରେ ହକି ଖେଳାର ଭିତ୍ତିଭୂମିର ବିକାଶ ସହ ଉଦୀୟମାନ ଖେଳାଳି ସୃଷ୍ଟି ହେବେ। ସେମାନଙ୍କୁ ସମସ୍ତ ପ୍ରୋତ୍ସାହନ ଯୋଗୁ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଆଶ୍ୱାସନା ଦେଇଥିଲେ।
ବିଜୁବାବୁ ରାଉରକେଲାରେ ଶିଳ୍ପ ବିକାଶର ମୂଳଦୁଆ ପକାଇଥିଲେ। ମହିଳା ମାନେ ହେଉଛନ୍ତି ବିକାଶର ସାରଥୀ ଆପଣ ମାନଙ୍କ ସହଯୋଗରେ ଓଡ଼ିଶ ଆହୁରି ଆଗକୁ ଯିବ। ଜନଜାତି ଜାତିର ପିଲାଙ୍କ ଶିକ୍ଷାର ବିକାଶ ପାଇଁ ଆମ ସରକାରୀ ଧ୍ୟାନ ଦେଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ସଭାରେ ରାଜସ ମନ୍ତ୍ରୀ ସୁଦାମ ମାରାଣ୍ଡି,ର ାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ରଘୁନାଥ ପାଲ୍ଲା ବିଧାୟକ ସୁବ୍ରତ ତରାଇ,ବଣାଇ ବିଧାୟକ ଲକ୍ଷ୍ମଣ ମୁଣ୍ଡା,ହକି ତାରକା ପଦ୍ମଶ୍ରୀ ଦିଲ୍ଲୀପ ତିର୍କି, କ୍ରୀଡା ମନ୍ତ୍ରା ତୁଷାରକାନ୍ତି ବେହେରା, କ୍ରୀଡା ନିର୍ଦ୍ଦେଶକ, ଜିଲାପାଳ ନିଖିଳ ପବନ କଲ୍ୟାଣ ଓ ଅନ୍ୟାନ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri