ମେଟ୍ରୋ ଟ୍ରେନ୍‌ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୧: ନୂଆବର୍ଷରେ ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ମେଟ୍ରୋ ଟ୍ରେନ୍‌ର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଟକ-ଭୁବନେଶ୍ବର ବାସିନ୍ଦାଙ୍କୁ ମେଟ୍ରୋ ଟ୍ରେନ୍‌ ଭେଟି ଦେଇ ମୁଖ୍ୟମନ୍ତ୍ରୀ ଏହି ଐତିହାସିକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ବାରଙ୍ଗ ବ୍ଲକର ରତାଗଡ଼-ଲେଙ୍କାସାହିରେ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନ ବନ୍ଦରରୁ ତ୍ରିଶୁଳିଆ ଯାଏ ମେଟ୍ରୋ ପ୍ରକଳ୍ପ ପାଇଁ ପ୍ରାୟ ୬ ହଜାର ୨୫୫ କୋଟି ଟଙ୍କା ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି। ପ୍ରଥମ ପର୍ଯ୍ୟାୟରେ ଏହି ପ୍ରକଳ୍ପ କାର୍ଯ୍ୟ ୪ ବର୍ଷରେ ସରିବ। ରାଜ୍ୟ ବିକାଶ ଇତିହାସରେ ଆଜି ଏକ ସ୍ବତନ୍ତ୍ର ଦିବସ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରିବହନ କ୍ଷେତ୍ରରେ ବଡ଼ ରୂପାନ୍ତରଣ ଆସିବ।

ପୁରୁଣା ରାଜଧାନୀ କଟକ ଓ ନୂଆ ରାଜଧାନୀ ଭୁବନେଶ୍ବର ମଧ୍ୟରେ ସମ୍ପର୍କକୁ ମଜଭୁତ କରିବ। ନୂଆବର୍ଷର ଏହି ଖୁସି ସବୁଦିନ ଜାରି ରହୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବିକାଶର ପର୍ବ ଲୋକଙ୍କ ସହଯୋଗରେ ଆଗକୁ ବଢିବ। ୬ହଜାର କୋଟିରୁ ଅଧିକ ବ୍ୟୟ ବରାଦ କରାଯାଇଛି। ଏୟାରପୋର୍ଟରୁ ତ୍ରିଶୁଳିଆ ମଧ୍ୟରେ ୨୦ଟି ଷ୍ଟେଶନ ରହିବ। ଏହା ରାଜ୍ୟ ସରକାରଙ୍କ ନିଜସ୍ବ ବଜେଟରେ ହେଉଥିବା ସବୁଠୁ ବଡ଼ ପ୍ରକଳ୍ପ। ମେଟ୍ରୋ ପ୍ରକଳ୍ପର ଦ୍ବିତୀୟ ପର୍ଯ୍ୟାୟ ସଂପ୍ରସାରଣ ପାଇଁ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ନୂଆ ଓ ସଶକ୍ତ ଓଡ଼ିଶା ଗଠନ ପାଇଁ ସମସ୍ତେ ଏକାଠି କାମ କରିବାକୁ ସେ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri