ବିଶ୍ୱସ୍ତରୀୟ କ୍ୟାନସର ହସ୍ପିଟାଲର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୭(ବ୍ୟୁରୋ): ରାଜଧାନୀରେ ସୋମବାର ଦୁଇଟି କ୍ୟାନସର ହସ୍ପିଟାଲ ପାଇଁ ଶୁଭ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜଟଣୀ ଅଞ୍ଚଳରେ ଥିବା ଇନ୍‌ଫୋସିଟି-୨ରେ ୨୦ରୁ ୨୫ ଏକର ଜମି ସମ୍ପୂର୍ଣ୍ଣ ମାଗଣାରେ ଯୋଗାଇ ଦେଇଛନ୍ତି ରାଜ୍ୟ ସରକାର। ଏହି ହସ୍ପିଟାଲ ପାଇଁ ଚଳିତବର୍ଷ ଏପ୍ରିଲ ୧୪ରେ ଏକ ଏମ୍‌ଓୟୁ ବା ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଥିଲା। ଦୁଇଟି ହସ୍ପିଟାଲର ନିର୍ମାଣ ପାଇଁ ସୁବ୍ରତ ବାଗ୍‌ଚୀ ଏବଂ ତାଙ୍କ ସ୍ତ୍ରୀ ସୁସ୍ମିତା ବାଗ୍‌ଚୀ ୩୪୦ କୋଟି ଟଙ୍କା ଦାନ କରିଛନ୍ତି। ଏହି ହସ୍ପିଟାଲ ସରକାରଙ୍କ ନିୟନ୍ତ୍ରଣରେ ରହିବ। ଏହାର ପରିଚାଳନା ଦାୟିତ୍ୱ ନେବ ଶ୍ରୀ ଶଙ୍କର କ୍ୟାନସର ଫାଉଣ୍ଡେଶନ। ପ୍ରାଥମିକ ପର୍ଯ୍ୟାୟରେ ୨୫୦ ବେଡ୍‌ ରହିବ। ପରେ ଏହାକୁ ୫୦୦କୁ ବୃଦ୍ଧି କରାଯିବ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଭୟ ହସ୍ପିଟାଲ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସୁବତ ବାଗ୍‌ଚୀ, ସସ୍ମିତା ବାଗ୍‌ଚୀ, ଶ୍ରୀ ଶଙ୍କର କ୍ୟାନସର ହସ୍ପିଟାଲ ଓ ଗବେଷଣା କେନ୍ଦ୍ରର ପରିଚାଳନା ଟ୍ରଷ୍ଟି ଡ.ଶ୍ରୀନାଥ ବି.ଏସ୍‌ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?