ଗୋଟିଏ ଦିନରେ ୩,୦୩୭ କୋଟି ଟଙ୍କାର ୫୨ ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୩(ଅସମାପିକା ସାହୁ): ଶନିବାର ଜଳସେଚନ କ୍ଷେତ୍ରରେ ଏକ ସୁବର୍ଣ୍ଣ ଅଧ୍ୟାୟ ସୃଷ୍ଟି ହୋଇଛି। ଗୋଟିଏ ଦିନରେ ୩,୦୩୭ କୋଟି ଟଙ୍କାରେ ୫୨ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିରେ ୪ଟି ଜିଲାରେ ୧୩୧ କୋଟି ଟଙ୍କା ବ୍ୟୟରେ ୬ଟି ପ୍ରକଳ୍ପର ଉଦ୍‌ଘାଟନ ହୋଇଥିବା ବେଳେ ୧୫ଟି ଜିଲାରେ ୨୯୦୬ କୋଟି ଟଙ୍କାରେ ୪୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।

ଏହ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଚାଷୀର କଲ୍ୟାଣ ଓ କୃଷିର ବିକାଶ ମୋ ପାଇଁ ସବୁବେଳେ ପ୍ରାଥମିକତା ହୋଇ ରହିଆସିଛି। ମୁଁ ପ୍ରତିଦିନ ଭୁବନେଶ୍ୱରରେ ବିଭିନ୍ନ ଅଞ୍ଚଳର ଚାଷୀ ଭଉଣୀଭାଇମାନଙ୍କୁ ଭେଟୁଛି ବୋଲି ପ୍ରକାଶ କରି ସେ କହିଥିଲେ, ଚାଷୀଙ୍କ ପାଇଁ ଆମର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମ ଖୁବ୍‌ ଭଲ କାମ କରୁଛି।

ଏହି ସବୁ ପ୍ରକଳ୍ପଗୁଡ଼ିକରେ ୫-ଟି ଉପକ୍ରମ ଅଧୀନରେ ଟେକ୍ନୋଲୋଜିର ପ୍ରୟୋଗ କରାଯାଇ ପ୍ରକଳ୍ପଗଡ଼ିକୁ ତ୍ୱରାନ୍ବିତ କରାଯାଉଛି। ଭୂତଳ ପାଇପ୍‌ଲାଇନ ଜରିଆରେ ଜଳସେଚନ ଯୋଗୁ ବିସ୍ଥାପନ ସମସ୍ୟା ଦୂର ହୋଇଥିବା ମୁଖ୍ୟମନ୍ତ୍ରୀ କହିଥିଲେ।

ଆଜିର ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ମଧ୍ୟରେ ନୟାଗଡ଼ର କୁସୁମୀ ବ୍ୟାରେଜ ଉଦ୍‌ଘାଟିତ ହୋଇଛି। ୭୦.୮୮ କୋଟି ଟଙ୍କା ବ୍ୟୟରେ ନିର୍ମିତ କୁସୁମୀ ବ୍ୟାରେଜରୁ ଜଳ ଯୋଗାଣ ନିମନ୍ତେ ୧୪୮.୧୭ କୋଟି ଟଙ୍କା ବ୍ୟୟରେ ଭୂତଳ ପାଇପ୍‌ଲାଇନ ବଣ୍ଟନ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହା ଦ୍ୱାରା ୯୨୫୪ ଏକର ଜମିକୁ ଜଳସେଚନ ଯୋଗାଇ ଦିଆଯାଇ ପାରିବ ଏବଂ ୩ଟି ବ୍ଲକର ୪୯ଟି ଗ୍ରାମର ୧.୫ଲକ୍ଷ ଲୋକ ଉପକୃତ ହେବେ। ଏହା ସହିତ ୫ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଜଳକୁ ଭୂତଳ ପାଇପ ଲାଇନ ଦ୍ୱାରା ବଣ୍ଟନ ବ୍ୟବସ୍ଥାର ଲୋକାର୍ପଣ ମଧ୍ୟ କରାଯାଇଛି।

ହାଡୁଆ ଡ୍ୟାମ ଓ ତା’ର ଭୂତଳ ପାଇପ ଲାଇନ ବଣ୍ଟନ ବ୍ୟବସ୍ଥାର ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହାଦ୍ବାରା କଟକ ଜିଲାର ୮୬ ଗ୍ରାମର ୮୯୯୭ ଏକର ଚାଷ ଜମିକୁ ଜଳସେଚନ ଯୋଗାଇବା ସହିତ ୨୯୩ ଗ୍ରାମକୁ ପାନୀୟ ଜଳ ଯୋଗାଣ ଓ ୧ ମେଗାଓ୍ବାଟ୍‌ର ବିଦ୍ୟୁତ ଉତ୍ପାଦନର ଲକ୍ଷ୍ୟ ରଖାଯାଇଛି। ହାଡୁଆ ଡ୍ୟାମ୍‌ ଓ ତା’ର ଭୂତଳ ପାଇପ୍‌ଲାଇନ ବଣ୍ଟନ ବ୍ୟବସ୍ଥାର ବ୍ୟୟ ଅଟକଳ ଯଥାକ୍ରମେ ୨୬୫.୨୪ କୋଟି ଓ ୧୯୫.୮୯ କୋଟି ଟଙ୍କା ଅଟେ।

କଟକ ଡିମିରିଆ-ରାଉତପଡ଼ା ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ, ବୈଦେଶ୍ୱର-ଗୋପୀନାଥପୁର ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ଓ ନବରଙ୍ଗପୁର ଫଟକି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ- ଏହି ପରି ୩ଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ସହିତ ୩୯ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଭୂତଳ ପାଇପ୍‌ଲାଇନ ଓ ଅନ୍ୟାନ୍ୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri