‘ବିକଶିତ ଗାଁ ବିକଶିତ ଓଡ଼ିଶା’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା,୫।୨(ପ୍ରଭାତ ପାଣିଗ୍ରାହୀ): ଓଡ଼ିଶାର ନୂଆ ସରକାରଙ୍କ ଅଭିନବ ଯୋଜନା ବିକଶିତ ଗାଁ ବିକଶିତ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କର କମଳରେ ଖୋର୍ଦ୍ଧା ଜିଲାର ଜଙ୍କିଆ ମିନି ଷ୍ଟାଡିୟମ ଠାରେ ଶୁଭାରମ୍ଭ ହୋଇଯାଇଛି।
ଏହି ଯୋଜନାରେ ଗ୍ରାମୀଣ ଭିତ୍ତିଭୂମି ଏବଂ ଅର୍ଥନୀତି ସୁଦୃଢ ହେବା ସହ ଗ୍ରାମୀଣ ଜୀବନ ସୁଗମ ହୋଇପାରିବ। ଏହା ଦ୍ୱାରା ନୂତନ ସରକାରଙ୍କ ଉତ୍କର୍ଷ ଓଡିଶା- ୨୦୩୬ର ରୂପାନ୍ତରଣରେ ଏହା ସହଯୋଗ କରିବେ ସହ ନୂତନ ଦିଗଦର୍ଶନର ବାର୍ତ୍ତା ଦେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।
ଏହି ଯୋଜନାରେ ୫ ବର୍ଷ ପାଇଁ ୫ କୋଟି ଖର୍ଚ କରାଯିବ। ପ୍ରତିବର୍ଷ ୧ କୋଟି ଟଙ୍କା ଗ୍ରାମର ଉନ୍ନତିକଧ୍‌ରଣ ପାଇଁ ଖର୍ଚ୍ଚ ହେବ। ଏହି ଯୋଜନାରେ ୫ ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ମୌଳିକ ଭିତ୍ତିଭୂମିର ବିକାଶ ସହ ଗ୍ରାମୀଣ ବିକାଶର ସୁଦୃଢୀକରଣ, ଅନୁନ୍ନତ ଜନଜାତି ସମୁଦାୟ ବସବାସ କରୁଥିବା ଆଭ୍ୟନ୍ତରୀଣ ଓ ଆନ୍ତ ଗ୍ରାମ୍ୟ ସଡକ ସଂଯୋଗୀକରଣ, କ୍ଷୁଦ୍ର ପର୍ଯ୍ୟଟନସ୍ଥଳୀ ବିକାଶ ଓ ଉନ୍ନତିକରଣ, ଶିକ୍ଷା ଓ କ୍ରୀଡା ଭିତ୍ତିଭୂମିର ସମ୍ପ୍ରସାରଣ ଓ ଆଧୁନିକରଣ, ନୂତନ ଅଭିନବ ଜନମଙ୍ଗଳକାରୀ ବହୁମୁଖୀ ପ୍ରକଳ୍ପ ନିର୍ମାଣ ଓ କାର୍ଯ୍ୟାନ୍ବୟନ ଯୋଜନା ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
ଏହି ଅବସରରେ ପଞ୍ଚାୟତିରାଜ ଓ ପାନୀୟଜଳ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ଉପସ୍ଥିତ ରହିଥିଲେ। ଶାସନ ସଚିବ ଗିରିଶ ଏସଏନ ସ୍ବାଗତ ଭାଷଣରେ ଯୋଜନାର ଆଭିମୁଖ୍ୟ ସମ୍ପର୍କରେ ମତ ପ୍ରକାଶ କରିଥିଲେ। ଏକାମ୍ର ବିଧାୟକ ବାବୁ ସିଂହ, ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦେବ, ଜିଲା ପରିଷଦ ଅଧ୍ୟକ୍ଷା ରୁପଶ୍ରୀରାଣୀ ଗୁମାନସିଂହ ପ୍ରମୁଖ ସମ୍ମାନିତ ଅତିଥି ଯୋଗ ଦେଇ ଥିଲେ। ଜିଲାପାଳ ଚଞ୍ଚଳ ରାଣା ଧନ୍ୟବାଦ ଅର୍ପଣ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri