‘ବିକଶିତ ଗାଁ ବିକଶିତ ଓଡ଼ିଶା’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା,୫।୨(ପ୍ରଭାତ ପାଣିଗ୍ରାହୀ): ଓଡ଼ିଶାର ନୂଆ ସରକାରଙ୍କ ଅଭିନବ ଯୋଜନା ବିକଶିତ ଗାଁ ବିକଶିତ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କର କମଳରେ ଖୋର୍ଦ୍ଧା ଜିଲାର ଜଙ୍କିଆ ମିନି ଷ୍ଟାଡିୟମ ଠାରେ ଶୁଭାରମ୍ଭ ହୋଇଯାଇଛି।
ଏହି ଯୋଜନାରେ ଗ୍ରାମୀଣ ଭିତ୍ତିଭୂମି ଏବଂ ଅର୍ଥନୀତି ସୁଦୃଢ ହେବା ସହ ଗ୍ରାମୀଣ ଜୀବନ ସୁଗମ ହୋଇପାରିବ। ଏହା ଦ୍ୱାରା ନୂତନ ସରକାରଙ୍କ ଉତ୍କର୍ଷ ଓଡିଶା- ୨୦୩୬ର ରୂପାନ୍ତରଣରେ ଏହା ସହଯୋଗ କରିବେ ସହ ନୂତନ ଦିଗଦର୍ଶନର ବାର୍ତ୍ତା ଦେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।
ଏହି ଯୋଜନାରେ ୫ ବର୍ଷ ପାଇଁ ୫ କୋଟି ଖର୍ଚ କରାଯିବ। ପ୍ରତିବର୍ଷ ୧ କୋଟି ଟଙ୍କା ଗ୍ରାମର ଉନ୍ନତିକଧ୍‌ରଣ ପାଇଁ ଖର୍ଚ୍ଚ ହେବ। ଏହି ଯୋଜନାରେ ୫ ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ମୌଳିକ ଭିତ୍ତିଭୂମିର ବିକାଶ ସହ ଗ୍ରାମୀଣ ବିକାଶର ସୁଦୃଢୀକରଣ, ଅନୁନ୍ନତ ଜନଜାତି ସମୁଦାୟ ବସବାସ କରୁଥିବା ଆଭ୍ୟନ୍ତରୀଣ ଓ ଆନ୍ତ ଗ୍ରାମ୍ୟ ସଡକ ସଂଯୋଗୀକରଣ, କ୍ଷୁଦ୍ର ପର୍ଯ୍ୟଟନସ୍ଥଳୀ ବିକାଶ ଓ ଉନ୍ନତିକରଣ, ଶିକ୍ଷା ଓ କ୍ରୀଡା ଭିତ୍ତିଭୂମିର ସମ୍ପ୍ରସାରଣ ଓ ଆଧୁନିକରଣ, ନୂତନ ଅଭିନବ ଜନମଙ୍ଗଳକାରୀ ବହୁମୁଖୀ ପ୍ରକଳ୍ପ ନିର୍ମାଣ ଓ କାର୍ଯ୍ୟାନ୍ବୟନ ଯୋଜନା ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
ଏହି ଅବସରରେ ପଞ୍ଚାୟତିରାଜ ଓ ପାନୀୟଜଳ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ଉପସ୍ଥିତ ରହିଥିଲେ। ଶାସନ ସଚିବ ଗିରିଶ ଏସଏନ ସ୍ବାଗତ ଭାଷଣରେ ଯୋଜନାର ଆଭିମୁଖ୍ୟ ସମ୍ପର୍କରେ ମତ ପ୍ରକାଶ କରିଥିଲେ। ଏକାମ୍ର ବିଧାୟକ ବାବୁ ସିଂହ, ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦେବ, ଜିଲା ପରିଷଦ ଅଧ୍ୟକ୍ଷା ରୁପଶ୍ରୀରାଣୀ ଗୁମାନସିଂହ ପ୍ରମୁଖ ସମ୍ମାନିତ ଅତିଥି ଯୋଗ ଦେଇ ଥିଲେ। ଜିଲାପାଳ ଚଞ୍ଚଳ ରାଣା ଧନ୍ୟବାଦ ଅର୍ପଣ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri