କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାରେ ଲକ୍ଷ୍ମୀ ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବସ୍‌ରେ ବସି ବଳରାମପୁର ପର୍ଯ୍ୟନ୍ତ ଗଲେ

ଭୁବନେଶ୍ବର,୧।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି । କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ୬୩ଟି ବସ୍‌ ଚାଲିବ ଏବଂ ସବୁ ପଞ୍ଚାୟତକୁ ବସ୍‌ ଯିବ । କଳାହାଣ୍ଡି ବିଶ୍ବବିଦ୍ୟାଳୟ ପଡିଆରେ ଏହି ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ଘରେ ଘରେ ଖୁସି ଆଣିବ ଏବଂ ବିକାଶର ଗାଡିକୁ ଆହୁରି ଜୋରରେ ଆଗକୁ ନେବ । ସାରା ରାଜ୍ୟରେ ଏହି ଯୋଜନାରେ ୧୦୦୦ଟି ବସ୍‌ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ବିଶ୍ବବିଦ୍ୟାଳୟକୁ ମା ମାଣିକେଶ୍ବରୀ ବିଶ୍ବବିଦ୍ୟାଳୟ ଭାବେ ନାମିତ କରିଥିଲେ । ସୂଚନାଯୋଗ୍ୟ ଯେ ଲକ୍ଷ୍ମୀ ଯୋଜନାରୁ ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସ୍ଥାନୀୟ ପରିବହନ ବ୍ୟବସ୍ଥାକୁ ସୁଦୃଢ କରିବା ସହିତ ପର୍ଯ୍ୟଟନ ତଥା ଆଞ୍ଚଳିକ ଆର୍ଥିକ ବ୍ୟବସ୍ଥାକୁ ପ୍ରୋତ୍ସାହିତ କରିବା । ଯୋଜନାର ଶୁଭାରମ୍ଭ ପରେ ବସ୍‌ରେ ବସି ବଳରାମପୁର ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାଇଥିଲେ ଏବଂ ସେଠାରେ ଏକ ବିକ୍ୟୁଏସ୍‌ ଫ୍ୟାସିଲିଟିର ଉଦ୍‌ଘାଟନ କରିଥିଲେ ।

ଆଜି ଦିନଟି କଳାହାଣ୍ଡିର ବିକାଶ ଯାତ୍ରାରେ ଏକ ବଡ଼ ମାଇଲ ଖୁଣ୍ଟ ଓ ବହୁତ ଆନନ୍ଦର ଦିନ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଆଜି ଏଠାରେ ୩୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ ହେଲା। ଆଉ ୯୦୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିଭୂମି ରଖାଗଲା। ଏହା ଜିଲ୍ଲାର ବିକାଶ ଗତିକୁ ଆହୁରି ଜୋରଦାର କରିବ ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଏଥିରେ ଆପଣଙ୍କ ଘର ପାଖକୁ ବସ ଆସିବ। ସମସ୍ତଙ୍କୁ ଯୋଡ଼ିବ। ପିଲାଙ୍କୁ ସ୍କୁଲ ସହିତ, ଚାଷୀକୁ ମାର୍କେଟ ସହିତ ଆଉ ମା ମାନଙ୍କ ଗତିଶୀଳତା ବୃଦ୍ଧି ପାଇବ। କଳାହାଣ୍ଡିର ବିକାଶ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରୂପାନ୍ତର କ୍ଷେତ୍ରରେ କଳାହାଣ୍ଡି ଆମର ଏକ ମଡେଲ । ଶିକ୍ଷା ,ସ୍ୱାସ୍ଥ୍ୟ ଯୋଗାଯୋଗ, ଭିତ୍ତିଭୂମି ଶିଳ୍ପ କୃଷି ସବୁ କ୍ଷେତ୍ରରେ ଉନ୍ନତି କଳାହାଣ୍ଡି ବାସୀଙ୍କ ସପନକୁ ସାକାର କରିଛି। କଳାହାଣ୍ଡି ଆଜି ନିଜ ଇତିହାସକୁ ପରିବର୍ତ୍ତନ କରିଛି। ସଫଳତାର ନୂଆ କାହାଣୀ ଯୋଡ଼ିଛି। ବିକାଶର ଯାତ୍ରାରେ ଆଗକୁ ବଢ଼ିଛି। ସାରା ଦେଶକୁ ଆଜି କଳାହାଣ୍ଡି ଚାଉଳ ଦଉଛି ବୋଲି ସେ କହିଥିଲେ।

ଇନ୍ଦ୍ରାବତୀ ପ୍ରୋଜେକ୍ଟ କଳାହାଣ୍ଡି ବିକାଶର ଇଞ୍ଜିନ ବୋଲି ମତଦେଇ ସେ କହିଥିଲେ ଯେ ଏହି ପ୍ରୋଜେକ୍ଟ କଳାହାଣ୍ଡିର ଚେହେରାକୁ ଉଜ୍ଜଳ କରିଛି। ଖୁବ୍ ଶୀଘ୍ର ଏଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆରମ୍ଭ ହେବ। ସବୁ ପଞ୍ଚାୟତକୁ ମିଳିବ ପଚାଶ ଲକ୍ଷ ଟଙ୍କା। ଆମ ସଂସ୍କୃତି ଓ ଆଧୁନିକ ଭିତ୍ତିଭୂମି ପାଇଁ ଏହି ଟଙ୍କା ଖର୍ଚ୍ଚ ହେବ ବୋଲି ସେ କହିଥିଲେ। ସମସ୍ତଙ୍କ ସହଯୋଗରେ ଆଗାମୀ ଦିନରେ କଳାହାଣ୍ଡିର ବିକାଶ ଯାତ୍ରା ଆହୁରି ଆଗକୁ ଯିବ ବୋଲି ସେ ମତ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?