ଅନ୍ତ୍ୟୋଦୟ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, କହିଲେ ଏହିମାନଙ୍କୁ ମିଳିବ ଘର…

ଭବନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ): ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳାହାଣ୍ଡି ଜିଲା ଭବାନୀପାଟଣାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ ସହ ୩ ବର୍ଷରେ ୭ ହଜାର ୫୫୦ କୋଟି ଟଙ୍କା ଏ ବାବଦରେ ବିନିଯୋଗ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବିଶେଷକରି କେଉଁମାନଙ୍କୁ ଏହି ଯୋଜନାରେ ଘର ମିଳିବ ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଭିନ୍ନକ୍ଷମ, ବିଧବା, ରୋଗାକ୍ରାନ୍ତ ଏବଂ ଶହୀଦ ପରିବାରକୁ ଏହି ଯୋଜନାରେ ଘର ମିଳିବ।

ପ୍ରଥମ ପର୍ଯ୍ୟାୟରେ ଏହି ଯୋଜନାରେ ରାଜ୍ୟର ୬୯ ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀ ଉପକୃତ ହେବ। ଏଥିପାଇଁ ଗତ ୩ ବର୍ଷରେ ୭୫୫୦ କୋଟି ଟଙ୍କା ବିନିଯୋଗ ହେବ। ଏହି ଯୋଜନାରେ କଳାହାଣ୍ଡି ଜିଲାର ୩୬୭୬ ହିତାଧିକାରୀ ଉପକୃତ ହେବେ। ଜିଲାର ବିଭିନ୍ନ ବ୍ଲକର କିଛି ହିତାଧିକାରୀଙ୍କ ମୁଖ୍ୟମନ୍ତ୍ରୀ ଅନ୍ତ୍ୟୋଦୟ ଗୃହ ଯୋଜନା’ର କାର୍ଯ୍ୟାଦେଶ ପ୍ରଦାନ କରିଥିଲେ।
ସେହିପରି ମୁଖ୍ୟମନ୍ତ୍ରୀ ୬ ଶହ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ପଞ୍ଚାୟତିରାଜ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ଥର ସ୍ଥାପନ ଓ ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଏହି କାର୍ଯ୍ୟକ୍ରମରେ ପଞ୍ଚାୟତ ରାଜ୍ୟ ମନ୍ତ୍ରୀ ରବି ନାରାୟଣ ନାଏକ, ସଚିବ ଗିରିଶ ସତ୍ୟ ନାରାୟଣ , କଳାହାଣ୍ଡି ଏମପି ମାଳବିକା ଦେବୀ, ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ, ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂ ଦେଓ, ଜିଲାପାଳ ପାୱାର ସଚିନ ପ୍ରକାଶ ପ୍ରମୁଖ ଉପସ୍ଥିତ ଥିଲେ। ମନ୍ତ୍ରୀ ରବି ନାଏକ ତାଙ୍କ ଭାଷଣରେ କହିଥିଲେ। ଅନ୍ତ୍ୟୋଦୟ ଗୃହ ଯୋଜନାରେ ଯଦି କେହି ଅଧିକାରୀ ପାତର ଅନ୍ତର କରୁଥିବା ଅଭିଯୋଗ ଆସିଲେ ତୁରନ୍ତ ସେହି ଅଧିକାରୀଙ୍କୁ ନିଲମ୍ବିତ କରାଯିବ। ସେହିପରି ଚଳିତ ବର୍ଷ ଲୋକଙ୍କ ସୁବିଧା ପାଇଁ ଚଳିତ ବର୍ଷ ୨୫ ହଜାର ନଳକୂପ ଖନନ କରାଯିବ ବୋଲି କହିଥିଲେ।

ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣ ଆରମ୍ଭରେ ସମସ୍ତଙ୍କୁ ହିନ୍ଦୁ ନବବର୍ଷର ଅଭିନନ୍ଦନ ଜଣାଇଥିଲେ। ଏ ମାଟି ହେଉଛି ମା’ ମାଣିକେଶରୀ ମାଟି, ମା’ଙ୍କ ଛତର ଯାତ୍ରା, ବୀରବାଦ୍ୟ ଘୁମୁରା ଆଜି ବିଶ୍ୱ ଦରବାରରେ ପରିଚିତ। ଏ ମାଟିର ବୀର ସହିଦ ରେଣ୍ଡୋ ମାଝୀ ଓ ଜଳ ପୁରୁଷ କାର୍ଜି ମାଝୀଙ୍କ ବଳିଦାନ ଅତୁଳନୀୟ। ଧାନ ଉତ୍ପାଦନରେ ରାଜ୍ୟରେ କଳାହାଣ୍ଡି ଜିଲା ଦ୍ବିତୀୟ ଓ କପାରେ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟରେ ପ୍ରମୁଖ ସ୍ଥାନ ଅଧିକାର କରିଛି। ପୂର୍ବ ସରକାରଙ୍କ ଅବହେଳା ଯୋଗୁ ଦାନ ମାଝୀ ଆମ୍ବୁଲାନ୍ସ ନ ପାଇ ନିଜ ସ୍ତ୍ରୀକୁ କାନ୍ଧରେ ବୋହିକି ନେଇଥିଲେ। ଆଉ ଜଣେ ଦାନ ମାଝୀ ଏପରି ଅବହେଳାର ସାମ୍ନାକୁ ନ ଆସନ୍ତି ସେଥିପାଇଁ ଏବେ ୧୦୯ ଆମ୍ବୁଲାନ୍ସ ଯୋଜନା କରାଯାଇଛି। କଳାର ହାଣ୍ଡି ହେଉଛି କଳାହାଣ୍ଡି। ଜୁନାଗଡ଼ ଦଧି ବାମନ ମନ୍ଦିରର ଲିପି କଳାହାଣ୍ଡିର ଇତିହାସ ଜଣାପଡ଼େ। କଳାହାଣ୍ଡିର ମାଟିରେ ତିଆରି ହେଉଛି କ୍ରିକେଟ ପିଚ୍‌। ଯେଉଁଥିରେ ଅନ୍ତର୍ଜାତୀୟ ଖେଳ ହେଉଛି। ବାରବାଟୀ ଷ୍ଟାଡିୟମରେ ବି ଲାଗିଛି କଳାହାଣ୍ଡି ମାଟି। ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର ଆସିଛି । ୨୪ ବର୍ଷର ବିଜେଡି ସରକାରର ସମସ୍ତ ଅବହେଳା ସାମ୍ନାକୁ ଆସିଛି। ପାତର ଅନ୍ତର ଯୋଗୁ ଅନେକ ଗରିବ ଲୋକ ଘର ପାଉ ନ ଥିଲେ। ଏବେ ଭାଜପା ସରକାର ଆସିଛି ପ୍ରକୃତ ଯୋଗ୍ୟ ହିତାଧିକାରୀ ଘର ପାଇବେ। ଏଠି ପାତରଅନ୍ତର ଚଳିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲାର ବିଭିନ୍ନ ବ୍ଲକର ୩୦ ହଜାରରୁ ଊଦ୍ଧର୍‌ବ ଜନସାଧାରଣ ଯୋଗଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହା ପ୍ରଥମ କଳାହାଣ୍ଡି ଗସ୍ତ ହୋଇଥିବାରୁ ଜିଲାବାସୀଙ୍କ ମଧ୍ୟର ଉତ୍ସାହ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?